Indus Valley Times

ତାର ବୋଝେଇ ଟ୍ରକ୍ ଦୁର୍ଘଟଣାଗ୍ରସ୍ତ, କଟର ସାହାଯ୍ୟରେ ଉଦ୍ଧାର ହେଲେ ଚାଳକ

 Breaking News

ତାର ବୋଝେଇ ଟ୍ରକ୍ ଦୁର୍ଘଟଣାଗ୍ରସ୍ତ, କଟର ସାହାଯ୍ୟରେ ଉଦ୍ଧାର ହେଲେ ଚାଳକ

ତାର ବୋଝେଇ ଟ୍ରକ୍ ଦୁର୍ଘଟଣାଗ୍ରସ୍ତ, କଟର ସାହାଯ୍ୟରେ ଉଦ୍ଧାର ହେଲେ ଚାଳକ
November 16
10:09 2024

ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ
ବାଲିଗୁଡା,୧୬/୧୧ : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଜି.ଉଦୟଗିରି ବ୍ଲକ ଅନ୍ତର୍ଗତ କଳିଙ୍ଗାଠାରୁ ମାତ୍ର ୩ କିଲୋମିଟର ଦୂର କଳିଙ୍ଗା ଘାଟି ପ୍ରଥମ ବୁଲାଣିରେ ବୁଧବାର ବିଳମ୍ବିତ ରାତିରେ ଏକ ୧୬ ଚକିଆ ଟ୍ରକ୍ ନଂ.ଏପି-୩୯ -ଟିକ୍ୟୁ -୭୫୭୫ରେ ଜିଆଇ ତାର ବୋଝେଇ ହୋଇ ବ୍ରହ୍ମପୁର ଯାଉଥିବା ବେଳେ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଛି।
ଘଟଣା ସ୍ଥଳରେ ଘୁ.ଉଦୟଗିରି ଅଗ୍ନିଶମ ବାହିନୀ, ପୋଲିସ ଓ କଳିଙ୍ଗାର କିଛି ଯୁବକ ପହଞ୍ଚି ବହୁ କଷ୍ଟରେ ଗ୍ୟାସ୍ କଟର ମେଶିନ ସାହାଯ୍ୟରେ କିଛି ଅଂଶ କାଟି ଗାଡ଼ି ଚାଳକଙ୍କୁ ଉଦ୍ଧାର କରି ଜି.ଉଦୟଗିରି ଗୋଷ୍ଠୀ ଚିକିତ୍ସାଳୟକୁ ନେଇଯାଇଥିଲେ । ଏଠାରେ ସୂଚନା ଯୋଗ୍ୟ ଯେ, ଦୀର୍ଘ ମାସ ହେଲାଣି କଳିଙ୍ଗା ଘାଟିରେ ୧୦ଟି ସୋଲାର ଲାଇଟ୍ ଅଚଳ ହୋଇପଡ଼ିଛି।
କିନ୍ତୁ ପ୍ରଶାସନ ନୀରବ ଦ୍ରଷ୍ଟା। ଉକ୍ତ ନିର୍ଦ୍ଦିଷ୍ଟ ବୁଲାଣିରେ ବାରମ୍ବାର ଦୁର୍ଘଟଣା ଘଟୁଥିବା ବେଳେ ଜାତୀୟ ସଡ଼କ କର୍ତ୍ତୃପକ୍ଷ ନୀରବ ରହିବା ନେଇ ସାଧାରଣରେ ଆଲୋଚନା ହେଉଛି। ଏତେ ବଡ଼ ଦୁର୍ଘଟଣା ହୋଇଛି କିନ୍ତୁ କେହି ମୃତାହତ ହୋଇ ନ ଥିବା ବିଷୟ ଉଦ୍ଧାରକାରୀ ଦଳ ସୂଚନା ଦେଇଛନ୍ତି ।
ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ନେହେରୁ ଜୟନ୍ତୀ ଓ ଶିଶୁ ଦିବସ ପାଳିତ : ବିଭିନ୍ନ ସ୍ଥାନରେ ପ୍ରତିଯୋଗିତା ଆୟୋଜିତ
ବାଲିଗୁଡା , ୧୬/୧୧ : ସ୍ୱାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ତଥା ଶିଶୁ ପ୍ରିୟ ପଣ୍ଡିତ ଜବାହରଲାଲ ନେହେରୁଙ୍କ ୧୩୫ ତମ ଜନ୍ମ ଜୟନ୍ତୀ ଓ ଶିଶୁ ଦିବସ କନ୍ଧମାଳ ଜିଲ୍ଲା ବାଲିଗୁଡା ଠାରେ ଉପଖଣ୍ଡ ସ୍ତରୀୟ ଉତ୍ସବ ମହା ସମାରୋହରେ ପାଳିତ ହୋଇଯାଇଅଛି।
ଏହି ଅବସରରେ ଟାଉନର ସମସ୍ତ ବିଦ୍ୟାଳୟର ଛାତ୍ର ଛାତ୍ରୀ ମାନେ ନିଜ ନିଜ ବିଦ୍ୟାଳୟରୁ ଏକ ଶୋଭାଯାତ୍ରାରେ ବାହାରି ବଜାର ଛକ ନିକଟରେ ଥିବା ନେହେରୁ ଙ୍କ ପ୍ରତିମୂର୍ତ୍ତିରେ ଦୀପ ଧୂପ ଫୁଲ, ଚନ୍ଦନ ସହ ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ ।
ପରେ ପରେ ଟାଉନର ପ୍ରତ୍ୟେକ ବିଦ୍ୟାଳୟରେ ମଧ୍ୟ ଛାତ୍ର ଛାତ୍ରୀ ମାନେ ନିଜ ନିଜ ବିଦ୍ୟାଳୟ କୁ ଯାଇ ବିଦ୍ୟାଳୟ ପରିସରରେ ଶିକ୍ଷକ, ଶିକ୍ଷୟିତ୍ରୀ, ଛାତ୍ର ଛାତ୍ରୀ ଉପସ୍ଥିତ ରହି ନେହେରୁଙ୍କ ଫୋଟୋ ଚିତ୍ରରେ ପୁଷ୍ପ ମାଲ୍ୟାର୍ପଣ କରି ନେହେରୁ ଙ୍କ ସମ୍ପର୍କ ରେ ସମ୍ୟକ ଉଦବୋଧନ ଦେଇଥିଲେ।
ସେହିପରି ବାଲିଗୁଡା ବ୍ଲକ ମିଡିଆକିଆ ପଞ୍ଚାୟତ ର ନୂଆସାହି ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ଜଗଦୀଶ ଚନ୍ଦ୍ର ବେହେରା ନେହେରୁଙ୍କ ତୈଳ ଚିତ୍ରରେ ଦୀପଧୂପ ପ୍ରଜ୍ଜଳନ ପୂର୍ବକ ପୁଷ୍ପମାଲ୍ୟାର୍ପଣ କରି ନେହେରୁ ପିଲାଙ୍କୁ କିପରି ଭଲ ପାଇବା ସହ ସେମାନଙ୍କ ଅଧିକାର ଏବଂ ଶିକ୍ଷା ପାଇଁ କିପରି ଚେଷ୍ଟା କରୁଥିଲେ ଏବଂ ସହକାରୀ ଶିକ୍ଷୟତ୍ରୀ କିମନ୍ତି ମଳିକ ଓ ସରୋଜିନୀ ମଳିକ ନେହେରୁ ଦେଶର ଉନ୍ନତି ଓ ପ୍ରଗତି ଦିଗରେ ଶିଶୁଙ୍କ ଭୁମିକା ଗୁରୁତ୍ୱପୂର୍ଣ୍ଣ ସମ୍ପର୍କରେ ଉପସ୍ଥିତ ପିଲାଙ୍କୁ ବୁଝାଇ ଥିଲେ । ପରେ ପରେ ପ୍ରତ୍ୟେକ ବିଦ୍ୟାଳୟରେ ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ବିଭିନ୍ନ ପ୍ରକାର ପ୍ରତିଯୋଗିତା ଆୟୋଜନ ପରେ ମିଷ୍ଟାନ ବଣ୍ଟନ କରାଯଇଥିଲା ।

About Author

indadmin

indadmin

Related Articles

Archives

Calendar

July 2026
M T W T F S S
 12345
6789101112
13141516171819
20212223242526
2728293031