Indus Valley Times

ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଆସନ୍ତା ୧୩ ଅକ୍ଟୋବର ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା

 Breaking News

ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଆସନ୍ତା ୧୩ ଅକ୍ଟୋବର ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା

ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଆସନ୍ତା ୧୩ ଅକ୍ଟୋବର ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା
October 12
18:29 2026

କମ୍ଭୁଧର କ୍ଷେତିଙ୍କ ରିପୋର୍ଟ
ଭୁବନେଶ୍ୱର, ୧୨/୨୦ : ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ମଙ୍ଗଳାବର ସୁଦ୍ଧା ଏହା ଲଘୁଚାପରେ ପରିଣତ ହେବ ବୋଲି ପୂର୍ବାନୁମାନ କରିଛି ଭରତୀୟ ପାଣିପାଗ ବିଭାଗ । ବର୍ତ୍ତମାନ ଦକ୍ଷିଣ ଆଣ୍ଡମାନ ସାଗର ଠାରେ ଏହା ଘୂର୍ଣ୍ଣିବଳୟ ସ୍ଥିତିରେ ରହିଛି ।
ବର୍ତ୍ତମାନ ଏହାର କୌଣସି ପ୍ରଭାବ ରାଜ୍ୟରେରେ ନାହିଁ । ଓଡ଼ିଶାରେ ଦିନ ବେଳା ତାପମାତ୍ରା ଅଧିକ ରହୁଥିବାରୁ ଅପରାହ୍ନରେ ଘଡ଼ଘଡି ସହ ବର୍ଷା ନେଇ ପୂର୍ବନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆସନ୍ତା ୧୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରହିଛି ।
ଆକଳନ ଅନୁସାରେ, ଟ୍ରଫଲାଇନ୍ ବା ପୂର୍ବପଟୁ ପବନ ପ୍ରବାହ ଯୋଗୁ ୧୩ ତାରିଖରୁ ଓଡ଼ିଶାରେ ପାଗ ବଦଳିପାରେ । ୧୩ ରାତିରୁ ୧୫ ତାରିଖ ରାତି କିମ୍ବା ୧୬ ତାରିଖ ମଧ୍ୟାହ୍ନ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାରେ ବର୍ଷା ରହିପାରେ । ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ଖୋର୍ଦ୍ଧା, କଟକ, ଯାଜପୁର, ମୟୂରଭଞ୍ଜ ଜିଲ୍ଲାରେ ହାଲୁକାରୁ ମଧ୍ୟମ ବର୍ଷା ସମ୍ଭାବନା ଅଛି । ଗୋଟିଏ ଦୁଇଟି ଜାଗାରେ ପ୍ରବଳ ବର୍ଷା ହୋଇପାରେ ।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031