Indus Valley Times

ନାବାଳିକାଙ୍କୁ ଅପହରଣ ଓ ଦୁଷ୍କର୍ମ କରିବା ଅଭିଯୋଗରେ ଯୁବକ ଗିରଫ

 Breaking News

ନାବାଳିକାଙ୍କୁ ଅପହରଣ ଓ ଦୁଷ୍କର୍ମ କରିବା ଅଭିଯୋଗରେ ଯୁବକ ଗିରଫ

ନାବାଳିକାଙ୍କୁ ଅପହରଣ ଓ ଦୁଷ୍କର୍ମ କରିବା ଅଭିଯୋଗରେ ଯୁବକ ଗିରଫ
August 12
11:35 2026

କମ୍ଭୁଧର କ୍ଷେତିଙ୍କ ରିପୋର୍ଟ

ଭୁବନେଶ୍ୱର, ୧୨/୮: ଭୁବନେଶ୍ୱରର ଇନଫୋସିଟି ଥାନା ଅଞ୍ଚଳରୁ ଜଣେ ନାବାଳିକାକୁ ଅପହରଣ କରି ଯାଜପୁର ନେଇଯିବା ଏବଂ ସେଠାରେ ତାଙ୍କ ବଳାତ୍କାର ରାଯାଇଥିବା ନେଇ ଅଭିଯୋଗ ହୋଇଛି। ଏହି ଘଟଣାରେ ଇନଫୋସିଟି ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି।
ସୂଚନା ଅନୁଯାୟୀ, ଅଭିଯୁକ୍ତ ଜଣକ ଭୁବନେଶ୍ୱରରୁ ନାବାଳିକାଙ୍କୁ ଅପହରଣ କରି ଯାଜପୁର ନେଇଯାଇଥିବା ଅଭିଯୋଗ ହୋଇଥିଲା। ଘଟଣା ପରେ ନାବାଳିକାଙ୍କ ପରିବାର ପକ୍ଷରୁ ଇନଫୋସିଟି ଥାନାରେ ଅଭିଯୋଗ କରାଯାଇଥିଲା।
ଅଭିଯୋଗ ଆଧାରରେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରି ନାବାଳିକାଙ୍କୁ ଉଦ୍ଧାର କରିଥିଲା। ପରେ ଅଭିଯୁକ୍ତଙ୍କୁ ଠାବ କରି ଗିରଫ କରାଯାଇଛି। ଘଟଣା ସମ୍ପର୍କରେ ପୋଲିସ ପକ୍ଷରୁ ଅଧିକ ତଦନ୍ତ ଜାରି ରହିଛି। ନାବାଳିକାଙ୍କ ବୟାନ ଓ ଅନ୍ୟାନ୍ୟ ତଥ୍ୟ ଆଧାରରେ ମାମଲାର ପରବର୍ତ୍ତୀ ତଦନ୍ତ କରାଯାଉଛି।

About Author

indadmin

indadmin

Related Articles

Archives

Calendar

September 2026
M T W T F S S
 123456
78910111213
14151617181920
21222324252627
282930