Indus Valley Times

ନିମ୍ନମାନର କାମ ହେଲେ ଦୃଢ କାର୍ଯ୍ୟାନୁଷ୍ଠାନ, ସତର୍କ କଲେ ମୁଖ୍ୟମନ୍ତ୍ରୀ : କଣ୍ଟ୍ରାକ୍ଟର ନେବେ ପ୍ରଶିକ୍ଷଣ

 Breaking News

ନିମ୍ନମାନର କାମ ହେଲେ ଦୃଢ କାର୍ଯ୍ୟାନୁଷ୍ଠାନ, ସତର୍କ କଲେ ମୁଖ୍ୟମନ୍ତ୍ରୀ : କଣ୍ଟ୍ରାକ୍ଟର ନେବେ ପ୍ରଶିକ୍ଷଣ

August 22
19:29 2025

ଭୁବନେଶ୍ୱକ, ୨୨/୮ : ଆଗାମୀ ୫ ବର୍ଷ ଭିତରେ ୩୦ ହଜାର କିଲୋମିଟର ରାସ୍ତା ଓ ୫୦୦ ସେତୁ ନିର୍ମାଣ ପାଇଁ ଲକ୍ଷ୍ୟ ଧାର୍ଯ୍ୟ ରହିଛି । ରାଜ୍ୟବାସୀଙ୍କୁ ଉନ୍ନତମାନର ଗମନା ଗମନ ସୁବିଧା ଯୋଗାଇ ଦେବାକୁ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି ।
ନିମ୍ନ ମାନର କାମ କରୁଥିବା କଣ୍ଟ୍ରାକ୍ଟର ଓ ଦାୟିତ୍ୱରେ ଥିବା ଅଧିକାରୀଙ୍କ ବିରୋଧରେ ଦୃଢ କାର‌୍ୟ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ନିର୍ମାଣ କାର୍ଯ୍ୟରେ ନିୟୋଜିତ ହେଉଥିବା କଣ୍ଟ୍ରାକ୍ଟରମାନଙ୍କ ଦକ୍ଷତା ବୃଦ୍ଧି ପାଇଁ ପ୍ରଶିକ୍ଷଣ କାର୍ଯ୍ୟକ୍ରମ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।
ମୁଖ୍ୟମନ୍ତ୍ରୀ ଶୁକ୍ରବାର ଲୋକସେବା ଭବନରେ ଗ୍ରାମ୍ୟ ଉନ୍ନୟନ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ସମୀକ୍ଷା କରିଛନ୍ତି । ପ୍ରଧାନମନ୍ତ୍ରୀ ଗ୍ରାମ ସଡକ ଯୋଜନାରେ ଓଡ଼ିଶା ଦେଶରେ ଚତୁର୍ଥ ସ୍ଥାନ ହାସଲ କରିଛି । ଏହି ଯୋଜନାରେ ଅଦ୍ୟାବଧି ଅନୁମୋଦନ ପ୍ରାପ୍ତ ୭୩,୯୮୪.୮୮ କିଲୋମିଟର ରାସ୍ତା ମଧ୍ୟରୁ ୭୦,୭୧୧.୨୪ କିଲୋମିଟର ରାସ୍ତା ନିର୍ମାଣ ସରିଛି ।
ପ୍ରଧାନମନ୍ତ୍ରୀ ଗ୍ରାମ ସଡକ ଯୋଜନାରେ ପୂର୍ବରୁ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ପର‌୍ୟ୍ୟାୟ ମାର୍ଗଦର୍ଶିକା ଅନୁଯାୟୀ କାମ କରାଯାଉଥିଲା। ବର୍ତ୍ତମାନ ଏହାର ଚତୁର୍ଥ ପର‌୍ୟ୍ୟାୟର କାମ ମଧ୍ୟ ହାତକୁ ନିଆଯାଇଛି।
ଏହି ପର୍ଯ୍ୟାୟରେ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ, ଆକାଂକ୍ଷୀ ବ୍ଲକ, ନକ୍ସଲ ପ୍ରଭାବିତ ଅଞ୍ଚଳ ମାନଙ୍କରେ ସଡକ ଓ ସେତୁ ନିର୍ମାଣ କରାଯିବ। ଚତୁର୍ଥ ପର‌୍ୟ୍ୟାୟରେ ୧,୦୨୧ଟି ଯୋଗାଯୋଗ ବିହୀନ ଜନ ବସତି ପାଇଁ ୯୪୨ଟି ସଡକ ଓ ୮ଟି ସେତୁ ନିର୍ମାଣ ପାଇଁ ପ୍ରସ୍ତାବ ରହିଛି।
ସେହିଭଳି ୧୦୦ରୁ ଅଧିକ ଚଠଞଏ ବର୍ଗର ଜନବସତି ଗୁଡିକର ସଂଯୋଗୀ କରଣ ପାଇଁ ପିଏମ୍ ଜନମନ୍ ଯୋଜନାରେ ୭୩ଟି ଗ୍ରାମରେ ୬୬ଟି ରାସ୍ତା ଓ ୪ଟି ସେତୁ ନିର୍ମାଣ ପାଇଁ ମଞ୍ଜୁରୀ ମିଳିଛି।
ମୁଖ୍ୟମନ୍ତ୍ରୀ ସଡକ ଯୋଜନାରେ ୨୦୨୪-୨୫ ଆର୍ଥିକ ବର୍ଷରେ ୪୫୦୦.୩୦ କିଲୋମିଟର ରାସ୍ତା ନିର୍ମାଣ କରାଯାଇଥିବା ବେଳେ ୨୦୨୫-୨୬ ଆର୍ଥିକ ବର୍ଷରେ ୩୪୬୯.୯୪ କୋଟି ଟଙ୍କା ବ୍ୟୟବରାଦରେ ୫୦୦୦ କିଲୋମିଟର ରାସ୍ତା ନିର୍ମାଣ ପାଇଁ ବ୍ୟବସ୍ଥା କରାଯାଇଛି ।
ସେତୁବନ୍ଧନ ଯୋଜନାରେ ୨୦୨୪-୨୫ ଆର୍ଥିକ ବର୍ଷରେ ୧୮୬ଟି ସେତୁ ନିର୍ମାଣ କରାଯାଇଥିବା ବେଳେ ୨୦୨୫-୨୬ ଆର୍ଥିକ ବର୍ଷରେ ୩୦୦ ଟି ସେତୁ ନିର୍ମାଣ କରିବା ପାଇଁ ବ୍ୟବସ୍ଥା କରାଯାଇଛି ।
ଏଥିସହିତ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଗ୍ରାମାଞ୍ଚଳର ଭିତ୍ତିଭୂମି ଉନ୍ନତିକରଣ କାର‌୍ୟ୍ୟ ଯଥା-ଛାତ୍ରାବାସ, ମହାବିଦ୍ୟାଳୟ ଗୃହ ନିର୍ମାଣ, ବିଭିନ୍ନ ସରକାରୀ କାର୍ଯ୍ୟାଳୟ ନିର୍ମାଣ, ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳ, କଲ୍ୟାଣ ମଣ୍ଡପ ଇତ୍ୟାଦି ନିର୍ମାଣ କାର୍ଯ୍ୟ ମଧ୍ୟ ଜାରିରହିଛି।
୨୦୨୪-୨୫ ଆର୍ଥିକ ବର୍ଷରେ ବିଭାଗ ପକ୍ଷରୁ ୪୫୧ଟି ବିଭିନ୍ନ କୋଠାବାଡି ନିର୍ମାଣ କାର‌୍ୟ୍ୟ ସମ୍ପନ୍ନ ହୋଇଥିବା ବେଳେ ୨୦୨୫-୨୬ ଆର୍ଥିକ ବର୍ଷରେ ୧୨୨୯ଟି ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ କରିବା ପାଇଁ ବ୍ୟବସ୍ଥା କରାଯାଇଛି।
ବୈଠକରେ ଗ୍ରାମ୍ୟ ଉନ୍ନୟନ ତଥା ପଞ୍ଚାୟତି ରାଜ ଏବଂ ପାନୀୟ ଜଳ ମନ୍ତ୍ରୀ ରବିନାରାୟଣ ନାଏକ, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ ଶ୍ରୀ ଶାଶ୍ୱତ ମିଶ୍ର, ବିଭାଗୀୟ କମିଶନର ତଥା ଶାସନ ସଚିବ ଶ୍ରୀମତୀ ୟାମିନୀ ଷଡଙ୍ଗୀ, ସର୍ବୋଚ୍ଚ ଯନ୍ତ୍ରୀ ଇଂ ପ୍ରସନ୍ନ କୁମାର ସାହୁ ଏବଂ ଇଂ ପ୍ରଦୀପ କୁମାର ଜେନା ଏବଂ ବିଭାଗୀୟ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ।

About Author

indadmin

indadmin

Related Articles

Archives

Calendar

September 2026
M T W T F S S
 123456
78910111213
14151617181920
21222324252627
282930