Indus Valley Times

ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଶିମିଳିପାଳ : ପର୍ଯ୍ୟଟକଙ୍କୁ ସ୍ୱାଗତ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା

 Breaking News

ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଶିମିଳିପାଳ : ପର୍ଯ୍ୟଟକଙ୍କୁ ସ୍ୱାଗତ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା

October 18
11:52 2025

ମୟୂରଭଞ୍ଜ , ୧୮/୧୦ : ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଅଭୟାରଣ୍ୟ ଖୋଲିଛି। ଅଭୟାରଣ୍ୟକୁ ଦୁଇଟି ଗେଟ୍ ଦେଇ ପ୍ରବେଶ କରୁଛନ୍ତି ପର୍ଯ୍ୟଟକ। ପିଠାବଟା ଓ କାଳିଆଣି ଫାଟକ ଦେଇ ପ୍ରବେଶ କରୁଛନ୍ତି ପର୍ଯ୍ୟଟକ। ବ୍ୟାଘ୍ର ପ୍ରକଳ୍ପର ମଜା ନେବେ ପର୍ଯ୍ୟଟକ।
ବିଭାଗ ପକ୍ଷରୁ ଜାରି କରାଯାଇଥିବା ନିୟମାବଳୀ ଅନୁଯାୟୀ ଶିମିଳିପାଳ ମଧ୍ୟକୁ ପର୍ଯ୍ୟଟକମାନେ ବାରିପଦାର ପିଠାବଟା ଫାଟକ ଏବଂ ଯଶିପୁରର କାଳିଆଣି ଫାଟକ ଦେଇ ପ୍ରବେଶ କରିବେ।
ଦୈନିକ ସର୍ବାଧିକ ପ୍ରଥମେ ପହଞ୍ଚିଥିବା ୨୫ଟି ଚାରିଚକିଆ ଯାନ ପିଠାବଟା ତନଖି ଫାଟକ ମଧ୍ୟ ଦେଇ ଏବଂ ପ୍ରଥମ ୩୫ଟି ଚାରିଚକିଆ ଯାନ ଯଶିପୁର କାଳିଆଣି ତନଖି ଫାଟକ ମଧ୍ୟ ଦେଇ ପ୍ରବେଶ ପାଇଁ ଅନୁମତି ଦେବାର ବ୍ୟବସ୍ଥା ରଖାଯାଇଛି।
ସାଧାରଣତଃ ପ୍ରତିବର୍ଷ ନଭେମ୍ବର ଏକ ତାରିଖଠାରୁ ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପ ମଧ୍ୟକୁ ପର୍ଯ୍ୟଟକଙ୍କ ପ୍ରବେଶ ପାଇଁ ଅନୁମତି ଦିଆଯାଇଥାଏ। ହେଲେ ଏଥର ୧୦ ଦିନ ପୂର୍ବରୁ ଅର୍ଥାତ୍ ୧୮ ତାରିଖଠାରୁ ପର୍ଯ୍ୟଟକଙ୍କ ସକାଶେ ଖୋଲିଛି। ଗତ ଜୁଲାଇ ୧ ତାରିଖଠାରୁ ଶିମିଳିପାଳ ମଧ୍ୟକୁ ପର‌୍ୟ୍ୟଟକଙ୍କ ପ୍ରବେଶ ବନ୍ଦ କରାଯାଇଥିଲା।

About Author

indadmin

indadmin

Related Articles

Archives

Calendar

July 2026
M T W T F S S
 12345
6789101112
13141516171819
20212223242526
2728293031