Indus Valley Times

ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଜାତୀୟ ପତାକା ଉତ୍ତୋଳନ କଲେ ମୋହନ ଚରଣ ମାଝୀ

 Breaking News

ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଜାତୀୟ ପତାକା ଉତ୍ତୋଳନ କଲେ ମୋହନ ଚରଣ ମାଝୀ

ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଜାତୀୟ ପତାକା ଉତ୍ତୋଳନ କଲେ ମୋହନ ଚରଣ ମାଝୀ
August 15
13:55 2024

ଭୁବନେଶ୍ୱର,୧୫/୮: ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ସମାରୋହରେ ପତାକା ଉତ୍ତୋଳନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି। ମୋହନ ମାଝି ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଭୁବନେଶ୍ୱରର ଗାନ୍ଧୀମାର୍ଗରେ ପତାକା ଉତ୍ତୋଳନ କରିଛନ୍ତି।
ପତାକା ଉତ୍ତୋଳନ ପରେ ସେ ଗାନ୍ଧୀମାର୍ଗରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିଛନ୍ତି। ସମାରୋହରେ ଓଡ଼ିଆ ସ୍ବାଧୀନତା ସଂଗ୍ରାମୀଙ୍କୁ ସ୍ମରଣ କରିବା ସହ ପାଇକ ବିଦ୍ରୋହର ଯୋଦ୍ଧାମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।
ଏ ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଆ ଅସ୍ମିତା ସହିତ ଶିଖର ଛୁଇଁବାକୁ ଲକ୍ଷ୍ୟ ରଖିଛୁ। ବଡ଼ ସ୍ବପ୍ନ ଦେଖାଇବିନି, ଯାହା ପ୍ରତିଶ୍ରୁତି ଦେଇଛି ପାଳନ କରିବି। ଶ୍ରୀମନ୍ଦିର ୪ ଦ୍ବାର ଖୋଲିଛୁ, ୬୦ଦିନରେ ଓଡ଼ିଆ ଅସ୍ମିତା ପାଣ୍ଠି କରିଛୁ ।
ଏଥିସହ ଧାନ କ୍ବିଣ୍ଟାଲ ୩୧ଶହ ଟଙ୍କା କରିବା ସହ ସେପ୍ଟେମ୍ବର ୧୭ରୁ ସୁଭଦ୍ରା ଯୋଜନା ଲାଗୁ କରିବୁ। ଖାଲି ପଡ଼ିଥିବା ଦେଢ଼ ଲକ୍ଷ ପଦବୀ ପୂରଣ କରିବା ସହ ଆଗାମୀ ୫ ବର୍ଷରେ ୫୦୦ ଆଦିବାସୀ ଗ୍ରାମକୁ ବିକଶିତ କରିବା ପାଇଁ କାମ ଆରମ୍ଭ କରିଛୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଓଡ଼ିଶାବାସୀ ସ୍ବାଭିମାନୀ, ଚଣ୍ଡାଶୋକରୁ ଧର୍ମାଶୋକରେ ପରିଣତ କରିଥିଲେ। ଭାରତର ସ୍ବାଧୀନତା ସଂଗ୍ରାମ ଦେଶର ଅନନ୍ୟ ଅଧ୍ୟାୟ। ଏହା ଇଂରେଜମାନଙ୍କ ମୁଳଦୁଆ ଦୋହଲାଇ ଦେଇଥିଲା। ଦେଶ ଏବେ ଅମୃତକାଳ ଦେଇ ଗତି କରୁଛି। ଦେଶର ଅର୍ଥନୀତି ଦ୍ରୁତ ଗତିରେ ବଢ଼ିଛି। ଖୁବଶୀଘ୍ର ଦେଶର ଅର୍ଥନୀତି ୫ ଟ୍ରିଲିଅନରେ ପହଞ୍ଚିବ। ୨୦୪୭ ସୁଦ୍ଧା ଭାରତ ବିଶ୍ବଗୁରୁ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

About Author

indadmin

indadmin

Related Articles

Archives

Calendar

June 2026
M T W T F S S
1234567
891011121314
15161718192021
22232425262728
2930