Legatus

ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ ଆୟୋଜିତ ଅବସରରେ ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ଗାନ

 Breaking News

ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ ଆୟୋଜିତ ଅବସରରେ ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ଗାନ

ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ ଆୟୋଜିତ ଅବସରରେ ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ଗାନ
February 03
20:13 2024

ବାଲିଗୁଡ଼ା, ୩/୨:ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ ଆୟୋଜନ ଅବସରରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଏନ୍ଏସି କାର୍ଯ୍ୟାଳୟ ପରିସରରେ ସମୂହ ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ଗାନ କରାଯାଇଛି ।
ଏହି ଅବସରରେ ବିଧାୟକ ଚକ୍ରମଣି କହଁର, ଜିଲ୍ଲା ପରିଷଦ ଅଧ୍ୟକ୍ଷା ନନ୍ଦିନୀ ମଲ୍ଲିକ, ସାଂସଦ ପ୍ରତିନିଧି ଟୁନା ଦାସ, ଉପଜିଲ୍ଲାପାଳ ଡ଼.ରୀନା ପ୍ରଧାନ,ଏନ୍ଏସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ ଓ ଉପାଧ୍ୟକ୍ଷ ଶାନ୍ତିଲତା ନାୟକଙ୍କ ସମେତ ସମସ୍ତ ଓ୍ବାର୍ଡ କାଉନସିଲର ଏବଂ କର୍ମଚାରୀ ଉପସ୍ଥିତ ଥିଲେ ।
ଏହି ଅବସରରେ ଏକ ପରିକ୍ରମା ରଥର ଶୁଭାରମ୍ଭ କରିଛନ୍ତି ସାଂସଦ ପ୍ରତିନିଧି ଟୁନା ଦାସ । ଏହି ରଥ ବାଲିଗୁଡ଼ା ଏନ୍ଏସିର ୧୩ଟି ଓ୍ବାର୍ଡ ପରିକ୍ରମା କରି ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀର ସନ୍ଦେଶ ବାଣ୍ଟିଥିଲା ।
ମାନ୍ୟବର ମୁଖ୍ୟମନ୍ତ୍ରୀ ଓଡ଼ିଆ ଭାଷାକୁ ବିଶ୍ବ ଦରବାରରେ ପହଁଚାଇବା ପାଇଁ ଯେଉଁ ପଦକ୍ଷେପ ନେଇଛନ୍ତି । ତାହା ନିଶ୍ଚିତ ଭାବେ ସାଢ଼େ ଚାରିକୋଟି ଓଡ଼ିଆଙ୍କ ଗର୍ବ ଓ ଗୌରବ ।
ଏଣୁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ସାଂସଦ ପ୍ରତିନିଧି ଟୁନା ଦାସ, ବିଧାୟକ ଚକ୍ରମଣି କହଁର, ଜିଲ୍ଲା ପରିଷଦ ଅଧ୍ୟକ୍ଷା ନନ୍ଦିନୀ ମଲ୍ଲିକ, ଏନ୍ଏସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ, ଉପାଧ୍ୟକ୍ଷା ଶାନ୍ତିଲତା ନାୟକ ଓ ଅଞ୍ଚଳବାସୀ ଧନ୍ୟବାଦ ଜଣାଇଛନ୍ତି।
ପାଟ୍ଟଖଣ୍ଡା ପବ୍ଲିକ ସ୍କୁଲର ୨୬ତମ ବାର୍ଷିକ ଉତ୍ସବ ପାଳନ
ବାଲିଗୁଡା,୩/୨: କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ପାଟ୍ଟଖଣ୍ଡା ପବ୍ଲିକ ସ୍କୁଲର ୨୬ ତମ ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ମହାସମାରୋହରେ ପାଳିତ ହୋଇଯାଇଛି ।
ଉକ୍ତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଉପ-ବାଚସ୍ପତି ତଥା ଜି. ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଆଇଟିଡ଼ିଏ ର ପ୍ରକଳ୍ପ ପ୍ରଶାସକ କୃପାସିନ୍ଧୁ ବେହେରା, ଖଣ୍ଡିୟ ବନାଧିକାରୀ ବିଶ୍ୱରାଜ ପଣ୍ଡା, ମୁଖ୍ୟବକ୍ତା ଭାବେ ବ୍ଲକ ଶିକ୍ଷା ଅଧିକାରୀ ମହେଶ୍ୱର ମାଝୀ ପ୍ରମୁଖ ଉପସ୍ଥିତ ରହି ଶ୍ରୀ ଜଗନ୍ନାଥଙ୍କ ଫୋଟୋ ଚିତ୍ରରେ ପୁଷ୍ପ ମାଲ୍ୟାର୍ପଣ ପୂର୍ବକ ଦ୍ବୀପ ଧୂପ ପ୍ରଜ୍ବଳନ କରି ଆନୁଷ୍ଠାନିକ ଭାବେ ଉଦଘାଟନ କରି ଉପସ୍ଥିତ ଥିବା ଛାତ୍ର ଛାତ୍ରୀ ଓ ଅଭିଭାବକ ମାନଙ୍କୁ ଉଦବୋଧନ ମାଧ୍ୟମରେ ଉତ୍ସାହିତ କରିଥିଲେ ।
ବିଦ୍ୟାଳୟର ସମ୍ପାଦକ ସେକ ସାଦିକ ବାର୍ଷିକ ବିବରଣୀ ପାଠ କରିଥିବା ବେଳେ ଶିକ୍ଷୟିତ୍ରୀ ଶ୍ରୀମତି ରଶ୍ମୀପ୍ରଭା ଦାସ ଅତିଥି ମାନଙ୍କର ପରିଚୟ ପ୍ରଦାନ କରିଥିଲେ । ବିଦ୍ୟାଳୟର ଉପ-ସଭାପତି ଡ.ବିଚିତ୍ରା ନନ୍ଦ ଆଚାର୍ଯ୍ୟ ଶିଶୁଙ୍କ ଉଦେଶ୍ୟରେ ବକ୍ତବ୍ୟ ପ୍ରଦାନ କରିଥିଲେ ।
ବିଦ୍ୟାଳୟ ଦ୍ୱାରା ଆୟୋଜିତ ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀ ମାନଙ୍କୁ ଅତିଥି ମାନଙ୍କ ଦ୍ୱାରା ମାନପତ୍ର ସହ ପୁରସ୍କୃତ କରାଯାଇଥିଲା । ସନ୍ଧ୍ୟାରେ ବିଦ୍ୟାଳୟର କୁନି କୁନି ଶିଶୁ କଳାକାର ମାନଙ୍କ ଦ୍ୱାରା ବିଭିନ୍ନ ପ୍ରକାର ଆକର୍ଷଣୀୟ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା ।
ବିଦ୍ୟାଳୟର ଅଧ୍ୟକ୍ଷ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ସମେତ ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ, କର୍ମଚାରୀ, ଛାତ୍ର ଛାତ୍ରୀ, ଅଭିଭାବକ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ । ଶେଷରେ ଶିକ୍ଷୟିତ୍ରୀ ସ୍ମିତାରାଣୀ ବେହେରା ଧନ୍ୟବାଦ ଅର୍ପଣ କରିଥିଲେ ।
ଆଦିବାସୀ ମହାବିଦ୍ୟାଳୟରେ ଓଡ଼ିଆ ବିଶ୍ଵ ଭାଷା ସମ୍ମିଳନୀ ପାଠଚକ୍ରର ଉଦଯାପନୀ ଉତ୍ସବ
ବାଲିଗୁଡ଼ା,୩/୨: କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ମହାବିଦ୍ୟାଳୟରେ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ ପାଠଚକ୍ର ଉଦଯାପନୀ ଉତ୍ସବ ମହାସମାରୋହରେ ପାଳନ ହୋଇଛି ।
ଉକ୍ତ ସଭାରେ ମୁଖ୍ୟ ଅତିଥି ଭାବେ ଉପ-ବାଚସ୍ପତି ତଥା ଜି. ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ଯୋଗ ଦେଇ ଭାଷା ସମ୍ମିଳନୀ ପାଠଚକ୍ରର ଅଭିଭାଷଣରେ ଓଡ଼ିଆ ଭାଷାର ବିକାଶ ବର୍ଣ୍ଣନା କରିଥିଲେ ।
ମୁଖ୍ୟବକ୍ତା ଭାବେ ବ୍ରହ୍ମପୁର ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ଉପ ସଚିବ ଡ଼.କୁଳମଣି ଓଝା ଶ୍ରୀଜଗନ୍ନାଥ ସଂସ୍କୃତି ଏବଂ ଓଡ଼ିଆ ଭାଷାର ବିକାଶ ସମ୍ପର୍କରେ ଆଲୋଚନା କରିଥିଲେ।
ଅନୁବାଦିକା ଡ଼.ସୂଚନା ପାଢ଼ୀ ଶ୍ରୀଜଗନ୍ନାଥଙ୍କ ମହିମା ବଖାଣି ଥିଲେ। ଅଧ୍ୟାପକ ଡ଼ ସରୋଜ କୁମାର ଜେନା ଓଡ଼ିଆ ଭାଷାର ବିକାଶକ୍ରମ ଆଲୋଚନା କରିଥିଲେ।
ଓଡ଼ିଆ ଭାଷା ବିଶାରଦ ଅବସରପ୍ରାପ୍ତ ଅଧ୍ୟକ୍ଷ ଡ଼ଃ.ମଧୁସୂଦନ ମହାପାତ୍ର ମଧ୍ୟଯୁଗୀୟ ଓଡ଼ିଆ ସାହିତ୍ୟର ମହତ୍ତ୍ଵ କହିଥିଲେ। କୃତୀ ପ୍ରତିଯୋଗୀ ମାନଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରସ୍କାର ବିତରଣ କରାଯାଇ ଥିଲା ।
ଅଧ୍ୟକ୍ଷ କାର୍ତ୍ତିକ ଚନ୍ଦ୍ର ସି, ସଭାପତି ସମନ୍ଵୟ ଅଧିକାରୀ ଡ଼.ବିଭୂତି ଭୂଷଣ ଆଚାର‌୍ୟ୍ୟ, ସୁଲୋଚନା କହଁର, ଦୁଷ୍ମନ୍ତ କୁମାର ଶବର, ଅଧ୍ୟାପିକା ଅରୁନ୍ଧତୀ ପ୍ରଧାନ, ଅଧ୍ୟାପକ ଦଣ୍ଡପାଣି ଭୂୟାଁ, ଅଧ୍ୟାପକ କାହ୍ନୁ ଗମାଙ୍ଗ, ଅଧ୍ୟାପିକା ସ୍ନେହଲତା ମାଝୀ, ପ୍ରାଧ୍ୟାପକ ଲଲାଟେନ୍ଦୁ ଦଳପତି, ସରୋଜ କୁମାର ପାଠୀ, ପ୍ରମୁଖ ଉପସ୍ଥିତ ରହି ନିଜ ନିଜର ବକ୍ତବ୍ୟ ରଖିଥିଲେ ।

About Author

indadmin

indadmin

Related Articles

Archives

Calendar

March 2025
M T W T F S S
 12
3456789
10111213141516
17181920212223
24252627282930
31