Indus Valley Times

ଫୁଲୁଛି ମହାନଦୀ, ୧୦ ଜିଲାକୁ ସତର୍କ କରାଇଲେ ଏସ୍‌ଆରସି

 Breaking News

ଫୁଲୁଛି ମହାନଦୀ, ୧୦ ଜିଲାକୁ ସତର୍କ କରାଇଲେ ଏସ୍‌ଆରସି

August 09
11:16 2024

କଟକ, ୯/୮ : ହୀରାକୁଦ ଡ୍ୟାମର ୧୪ଟି ଗେଟ୍ ଖୋଲାଯିବା ପରେ ବଢୁଛି ମହାନଦୀର ଜଳସ୍ତର। କଟକ ମୁଣ୍ଡଳୀରେ ମହାନଦୀ ଜଳସ୍ତର କ୍ରମାଗତ ବୃଦ୍ଧି ପାଇବାକୁ ଲାଗିଛି। ଆଜି କଟକର ମୁଣ୍ଡଳି ଦେଇ ୫ ଲକ୍ଷ ୭୮ ହଜାର କ୍ୟୁକେସ୍ ବନ୍ୟା ପାଣି ପ୍ରବାହିତ ହେଉଛି।
ମହାନଦୀର ଜଳସ୍ତର ବଢୁଥିବାରୁ ଅବବାହିକାରେ ଥିବା ୧୦ ଜିଲ୍ଲାର ଜିଲ୍ଳାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର।
ଏସବୁ ଜିଲ୍ଲାଗୁଡ଼ିକ ହେଲା ସମ୍ବଲପୁର, ସୋନପୁର, ନୟାଗଡ଼, ଅନୁଗୋଳ, ବୌଦ୍ଧ, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା। ଏଥିସହ ତଳିଆ ଅଞ୍ଚଳରେ ରହୁଥିବା ଲୋକଙ୍କ ଉପରେ ସ୍ୱତନ୍ତ୍ର ଦୃଷ୍ଟି ଦେବାକୁ ପରାମର୍ଶ ଦିଆଯାଇଛି। ପାଣି ପ୍ରବାହିତ ହେଉଥିବା ରାସ୍ତା, ବ୍ରିଜ ଉପରେ ଯାଆସ ନକରିବାକୁ ବାରଣ କରାଯାଇଛି।
ମହାନଦୀ ଜଳସ୍ତର ବୃଦ୍ଧି ପାଇ ଯୋକୁ ନଦୀ ଅବବାହିକାର ଥିବା ତଳିଆ ଅଞ୍ଚଳରେ ବନ୍ୟା ପାଣି ପଶିଛି। କଟକ ଜିଲ୍ଲା ଆଠଗଡ଼ର ବଡ଼ଭୂଇଁ ଖଣ୍ଡହତାକୁ ସଂଯୋଗ କରୁଥିବା ବଡ଼ବନ୍ଧିଆଣି ରାସ୍ତା ସହ ପୋଲ ଉପରେ ୨ ଫୁଟ୍ ବନ୍ୟା ପାଣି ପ୍ରବାହିତ ହେଉଛି।
ଫଳରେ ଏହି ରାସ୍ତାରେ ଯାତାୟତ ବାଧାପ୍ରାପ୍ତ ହୋଇଛି। ସେହିପରି ଉତ୍ତରବାଙ୍କୀ ଘୋଡ଼ାବରଠାରେ ହୁଳୁହୁଳି ପୋଲ ଦେଇ ମହାନଦୀ ବନ୍ୟା ଜଳ ପଶି ତିଗିରିଆ ଓ ଉତ୍ତରବାଙ୍କୀ ଅଞ୍ଚଳର ହଜାର ହଜାର ଏକର ଚାଷ ଜମି ଜଳମଗ୍ନ ହୋଇଛି।
ସେହିପରି ମହାନଦୀରେ ଦ୍ୱିତୀୟ ବନ୍ୟା ପାଣି ଆସିବାରୁ ଉଛୁଳିଛି ମହାନଦୀର ଶାଖା ନଦୀ ଋଣ। ଫଳରେ ବାଙ୍କୀର ତାଳବସ୍ତ ଓ ବିଲିପଡା ରାସ୍ତାରେ ୨ ଫୁଟ୍ ପାଣି ପ୍ରବାହିତ ହେଉଛି। ହେକ୍ଟର ହେକ୍ଟର ଚାଷ ଜମି ଜଳମଗ୍ନ ହୋଇଯାଇଛି। ମହାନଦୀର ଜଳସ୍ତର ବଢୁଥିବାରୁ ଆଗକୁ ଅଧିକ ଅଞ୍ଚଳ ଜଳବନ୍ଦୀ ହେବା ଆଶଙ୍କା ରହିଛି।

About Author

indadmin

indadmin

Related Articles

Archives

Calendar

July 2026
M T W T F S S
 12345
6789101112
13141516171819
20212223242526
2728293031