Indus Valley Times

ଫେବୃଆରୀ ୧୮ରୁ +୨ ପରୀକ୍ଷା, କାର୍ଯ୍ୟସୂଚୀ ଜାରି କଲା ସିଏଚ୍‌ଏସ୍‌ଇ

 Breaking News

ଫେବୃଆରୀ ୧୮ରୁ +୨ ପରୀକ୍ଷା, କାର୍ଯ୍ୟସୂଚୀ ଜାରି କଲା ସିଏଚ୍‌ଏସ୍‌ଇ

ଫେବୃଆରୀ ୧୮ରୁ +୨ ପରୀକ୍ଷା, କାର୍ଯ୍ୟସୂଚୀ ଜାରି କଲା ସିଏଚ୍‌ଏସ୍‌ଇ
November 20
17:39 2024

ଭୁବନେଶ୍ୱର,୨୦/୧୧: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ପକ୍ଷରୁ ବୁଧବାର +୨ ପରୀକ୍ଷା ନେଇ କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ଏହି ଅନୁଯାୟୀ, ଫେବୃଆରୀ ୧୮ରୁ +୨ ପରୀକ୍ଷା ଆରମ୍ଭ ହେବ । ଏହି ପରୀକ୍ଷା ଫେବୃଆରୀ ୧୮ରୁ ଆରମ୍ଭ ହୋଇ ମାର୍ଚ୍ଚ ୧୭ ପର୍ଯ୍ୟନ୍ତ ଚାଲିବ। ଏକାସାଙ୍ଗରେ କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଏବଂ ପତ୍ରବିନିମୟ ପରୀକ୍ଷା ମଧ୍ୟ ଅନୁଷ୍ଠିତ ହେବ। । ୧୮ ତାରିଖରେ ବିଜ୍ଞାନ ବିଭାଗର ଓଡ଼ିଆ ପରୀକ୍ଷା ହେବା ସହ ୧୯ରେ କଳା ଓ ବାଣିଜ୍ୟ ପିଲାଙ୍କ ଓଡ଼ିଆ ପରୀକ୍ଷା ହେବ ନେଇ ସୂଚନାରୁ ପ୍ରକାଶ ।
ସେହିପରି ଶିକ୍ଷାବର୍ଷ ୨୦୨୪-୨୫ରେ ଯୁକ୍ତ୨ ପରୀକ୍ଷା ପାଇଁ ରେଗୁଲାର ତଥା ଏକ୍ସରେଗୁଲାର ଛାତ୍ରୀଛାତ୍ରଙ୍କ ନିମନ୍ତେ ପଞ୍ଜୀକରଣ ସମୟସୀମା ବୃଦ୍ଧି କରାଯାଇଛି। ବୁଧବାରଠାରୁ ଆସନ୍ତା ୨୫ତାରିଖ ମଧ୍ୟରେ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ବିଷୟର ଆଗ୍ରହୀ ଛାତ୍ରୀଛାତ୍ର ଏଥିପାଇଁ ଆବେଦନ କରିପାରିବେ। ୬୦୦ ଟଙ୍କା ଜରିମାନା (ଫାଇନ୍‌) ସହ ଏହି ଆବେଦନ କରାଯିବାକୁ ଥିବାବେଳେ ୨୮ତାରିଖରେ ଡକ୍ୟୁମେଣ୍ଟ ଦାଖଲ କରିବାକୁ ପଡ଼ିବ। ସୂଚନାଯୋଗ୍ୟ, ସେପ୍ଟେମ୍ବର ୧୮ରୁ ଅକ୍ଟୋବର ୧ ତାରିଖ ପର୍ଯ୍ୟନ୍ତ ବିନା ଜରିମାନାରେ ଛାତ୍ରୀଛାତ୍ରମାନେ ଫର୍ମପୂରଣ କରିଥିଲେ।
ସେହିପରି ୪ରୁ ୧୪ ତାରିଖ ମଧ୍ୟରେ ୨୦୦ ଟଙ୍କା ଜରିମାନା ସହ ଫର୍ମ ଫିଲ୍‌ପ କରାଯାଇଥିଲା। ପରବର୍ତ୍ତୀ ପର୍ଯ୍ୟାୟ ଅର୍ଥାତ୍ ନଭେମ୍ବର ୧୧ରୁ ୧୮ ତାରିଖ ମଧ୍ୟରେ ୬୦୦ ଟଙ୍କା ଜରିମାନା ସହ ଆବେଦନ କରାଯାଇଥିଲା। ବର୍ତ୍ତମାନ ସମୟସୀମା ବୃଦ୍ଧି କରାଯାଇଥିବାରୁ ରେଗୁଲାର ଓ ଏକ୍ସରେଗୁଲାର ଛାତ୍ରୀଛାତ୍ର ଫର୍ମ ପୂରଣ କରିପାରିବେ।

About Author

indadmin

indadmin

Related Articles

Archives

Calendar

July 2026
M T W T F S S
 12345
6789101112
13141516171819
20212223242526
2728293031