Indus Valley Times

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପକ୍ଷେତ୍ର, ୨୪ ଘଣ୍ଟାରେ ମଧ୍ୟରେ ଆହୁରି ଘନୀଭୂତ ସମ୍ଭାବନା

 Breaking News

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପକ୍ଷେତ୍ର, ୨୪ ଘଣ୍ଟାରେ ମଧ୍ୟରେ ଆହୁରି ଘନୀଭୂତ ସମ୍ଭାବନା

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପକ୍ଷେତ୍ର, ୨୪ ଘଣ୍ଟାରେ ମଧ୍ୟରେ ଆହୁରି ଘନୀଭୂତ ସମ୍ଭାବନା
June 17
10:06 2025

ଭୁବନେଶ୍ୱର,୧୭/୬: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ୨ଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଛି। ୨୪ ଘଣ୍ଟାରେ ଆହୁରି ଘନୀଭୂତ ହେବା ସମ୍ଭାବନା ରହିଛି।
ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ପାଶର୍‌ବବର୍ତ୍ତୀ ଅଞ୍ଚଳରେ ସମୁଦ୍ର ପତନଠାରୁ ବାୟୁମଣ୍ଡଳର ୩.୧ କିମିରୁ ୭.୬ କିମି ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ସମେତ ବିଦର୍ଭ ଓ ଛତିଶଗର କିଛି ଅଞ୍ଚଳକୁ ମୌସୁମୀ ଅଗ୍ରସର ହେବାକୁ ପାଗ ଅନୁକୂଳ ରହିଛି।
ଏହାର ପ୍ରଭାବରେ ରାଜ୍ୟରେ ବିଭିନ୍ନ ଜିଲାରେ ବର୍ଷା ଜାରି ରହିଛି। ସୋମବାର ଚାନ୍ଦବାଲିରେ ସର୍ବାଧିକ ୪୭.୪ ମିମି ବର୍ଷା ହୋଇଥିବାବେଳେ ରାଉରକେଲାରେ ୩୫.୮ ମିମି, ଝାରସୁଗୁଡ଼ା ୨୮.୬ ମିମି, ଭଦ୍ରକ ୧୯.୧ ମିମି, କେନ୍ଦୁଝର ୧୫.୬ ମିମି, ବରଗଡ଼ ୧୩.୭ ମିମି, ଯାଜପୁର ୮.୫ ମିମି, ବାଲେଶ୍ୱର ୮.୨ ମିମି ଏବଂ ଦାରିଙ୍ଗିବାଡିରେ ୨.୦ ମିମି ବର୍ଷା ରେକର୍ଡ ହୋଇଛି। ମଙ୍ଗଳବାର କଳାହାଣ୍ଡି, କଟକ ଓ ଜଗତସିଂହପୁର ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ବିଜୁଳି, ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ଝଟକା ପବନ ବହିବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ଏଥିପାଇଁ ଏସବୁ ଜିଲାକୁ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ପ୍ରବଳ ବର୍ଷା ନେଇ ୧୭ ଜିଲାକୁ ୟେଲୋ ଓ୍ବାର୍ନିଂ ରହିଛି। ଏହି ସବୁ ଜିଲା ମଧ୍ୟରେ କେନ୍ଦ୍ରାପଡ଼ା, ପୁରୀ, ଖୋର୍ଦ୍ଧା, ନୟାଗଡ଼, ନବରଙ୍ଗପୁର, ନୂଆପଡ଼ା, କନ୍ଧମାଳ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବାଲେଶ୍ୱର, ଭଦ୍ରକ, ଗଞ୍ଜାମ, ଗଜପତି, କୋରାପୁଟ ଓ ମାଲକାନଗିରି ରହିଛି। ରାଜ୍ୟର ପ୍ରାୟ ୨୭ ଜିଲାକୁ ବଜ୍ରପାତ ନେଇ ୟେଲୋ ଓ୍ବାର୍ନିଂ ରହିଛି।

About Author

indadmin

indadmin

Related Articles

Archives

Calendar

March 2026
M T W T F S S
 1
2345678
9101112131415
16171819202122
23242526272829
3031