Legatus

ବହୁଚର୍ଚ୍ଚିତ ଯଦୁପୁର ପରୀ ହତ୍ୟାକାଣ୍ଡ ଘଟଣା, ନାବାଳକକୁ ୨୦ ବର୍ଷ ଜେଲ ଦଣ୍ଡାଦେଶ

 Breaking News

ବହୁଚର୍ଚ୍ଚିତ ଯଦୁପୁର ପରୀ ହତ୍ୟାକାଣ୍ଡ ଘଟଣା, ନାବାଳକକୁ ୨୦ ବର୍ଷ ଜେଲ ଦଣ୍ଡାଦେଶ

ବହୁଚର୍ଚ୍ଚିତ ଯଦୁପୁର ପରୀ ହତ୍ୟାକାଣ୍ଡ ଘଟଣା, ନାବାଳକକୁ ୨୦ ବର୍ଷ ଜେଲ ଦଣ୍ଡାଦେଶ
February 06
16:12 2024

ନୟାଗଡ଼, ୬/୨: ବହୁଚର୍ଚ୍ଚିତ ପରୀ ଦୁଷ୍କର୍ମ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ନୟାଗଡ଼ ଚିଲ୍ଡ୍ରେନ୍ସ କୋର୍ଟରେ ଦୋଷୀକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡା ମିଳିଛି।
ଏଥି ସହିତ ଅଦାଲତ ଦୋଷୀକୁ ୬ ହଜାର ଟଙ୍କା ଦଣ୍ଡାଦେଶ ଦେଇଛନ୍ତି। ସରକାରୀ ଓକିଲ କହିଛନ୍ତି ଦୋଷୀ ନାବାଳକ ଥିଲା। ଯଦି ସେ ସାବାଳକ ଥାଆନ୍ତା, ତାହେଲେ ମୃତ୍ୟୁଦଣ୍ଡ ମିଳିଥାନ୍ତା। ଅଦାଲତ ୩୧ ଜଣ ସାକ୍ଷୀ, ୧୩୫ଟି ଦସ୍ତାବିଜ ଏବଂ ୧୮ଟି ପ୍ରମାଣକୁ ଭିତ୍ତିକରି ହତ୍ୟା ଦୋଷୀକୁ ୨୦ ବର୍ଷ ଜେଲ ଦଣ୍ଡ ଦେଇଛନ୍ତି।
ଉଲ୍ଲେଖଯୋଗ୍ୟ,୨୦୨୦ ଜୁଲାଇ ୧୪ ତାରିଖରେ ବର୍ଷ ବୟସର ଶିଶୁକନ୍ୟା ପରୀ ଗାଁ ଦାଣ୍ଡରେ ଖେଳୁଥିଲା। କୋର୍ଟରେ ଦୋଷୀ ସାବ୍ୟସ୍ତ ହୋଇଥିବା ବ୍ୟକ୍ତି ଜଣକ ପରୀକୁ ହଠାତ୍ ଗାଏବ କରି ନେଇଥିଲା। ସେହି ମାସ ୨୩ରେ ତା’ର ଶବ ଉଦ୍ଧାର ହୋଇଥିଲା।
ଏକ ଅଖା ବସ୍ତାରୁ ଦେହାବଶେଷ ଓ ହାଡ଼ ଉଦ୍ଧାର କରାଯାଇଥିଲା। କ୍ରାଇମବ୍ରାଞ୍ଚ ଘଟଣାର ତଦନ୍ତ କରି ହତ୍ୟାକାରୀକୁ ଗିରଫ କରିଥିଲା। ଏହି କୁନି ନାବାଳିକାର ହତ୍ୟା ତଥା ଦୁଷ୍କର୍ମ ମାମଲା ରାଜ୍ୟ ରାଜନୀତିରେ ଝଡ଼ ସୃଷ୍ଟି କରିଥିଲା।

About Author

indadmin

indadmin

Related Articles

Archives

Calendar

March 2025
M T W T F S S
 12
3456789
10111213141516
17181920212223
24252627282930
31