Indus Valley Times

ବାଲେଶ୍ୱରରୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ପ୍ରଶାନ୍ତଙ୍କ ପରିବାରକୁ ୨୦ଲକ୍ଷ ଟଙ୍କା ସହାୟତା ରାଶି

 Breaking News

ବାଲେଶ୍ୱରରୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ପ୍ରଶାନ୍ତଙ୍କ ପରିବାରକୁ ୨୦ଲକ୍ଷ ଟଙ୍କା ସହାୟତା ରାଶି

ବାଲେଶ୍ୱରରୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ପ୍ରଶାନ୍ତଙ୍କ ପରିବାରକୁ ୨୦ଲକ୍ଷ ଟଙ୍କା ସହାୟତା ରାଶି
April 24
11:26 2025

ବାଲେଶ୍ୱର,୨୪/୪ : ଜାମ୍ମୁ-କାଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ସାରା ଦେଶକୁ ସ୍ତବ୍ଧ କରିଦେଇଛି। ପହଲଗାମରେ ଆତଙ୍କୀ ଆକ୍ରମଣରେ ପ୍ରାଣ ହରାଇଥିବା ଓଡ଼ିଆ ଯୁବକ ପ୍ରଶାନ୍ତ ଶତପଥୀଙ୍କ ଆଜି ହେବ ଶେଷକୃତ୍ୟ। ବାଲେଶ୍ୱର ଇସାଣୀରେ ଆଜି ଭୋର ସମୟରେ ପହଞ୍ଚିଛି ମରଶରୀର। ଗାଁରେ ଶୋକାକୂଳ ପରିବେଶ ଦେଖିବାକୁ ମିଳିଛି।
ତେବେ ମୃତକଙ୍କ ଗାଁରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପହଁଚି ଶ୍ରଦ୍ଧାଞ୍ଜଳି ଜଣାଇ ମୃତକଙ୍କ ପରିବାରକୁ ୨୦ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି। ଏହାସହିତ ପ୍ରଶାନ୍ତଙ୍କ ସ୍ତ୍ରୀଙ୍କୁ ଚାକିରି ଦେବା ସହିତ ପୁଅର ପାଠପଢ଼ା ଖର୍ଚ୍ଚ ମଧ୍ୟ ବହନ କରିବେ ସରକାର।
ସୂଚନା ଅନୁଯାୟୀ, ଗତ ୧୯ ତାରିଖ ଦିନ ପତ୍ନୀ ପ୍ରିୟଦର୍ଶିନୀ ଆଚାର୍ଯ୍ୟ ଓ ପୁଅ ତନୁଜଙ୍କୁ ନେଇ ଜମ୍ମୁ କଶ୍ମୀର ବୁଲିବାକୁ ଯାଇଥିଲେ ପ୍ରଶାନ୍ତ କୁମାର ଶତପଥୀ ।
ସେ ବାଲେଶ୍ୱର ସିପେଟରେ ଆକାଉଣ୍ଟାଣ୍ଟ୍ ଭାବେ କାମ କରନ୍ତି। ଗତକାଲି ସେଠାରେ ପୁଅ ଓ ପତ୍ନୀଙ୍କ ସହିତ ବୁଲୁଥିବା ବେଳେ ଆତଙ୍କବାଦୀମାନେ ପର‌୍ୟ୍ୟଟକମାନଙ୍କ ଉପରେ ଆକ୍ରମଣ କରିଥିଲେ । ଯେଉଁଥିରେ ତାଙ୍କର ମୃତ ହୋଇଛି।
ଆତଙ୍କବାଦୀଙ୍କ ଆକ୍ରମଣ ନେଇ ମଙ୍ଗଳବାର ଦିନ ପ୍ରିୟଦର୍ଶିନୀ ଗଣମାଧ୍ୟମକୁ କହିଛନ୍ତି, ଅପରାହ୍ନ ପ୍ରାୟ ସାଢ଼େ ୨ଟାରୁ ୩ଟା ଭିତରେ ସେମାନେ ପହଲଗାମରେ ବୁଲୁଥିଲେ।
ସାଢେ ୧୨ଟାରେ ଆମେ ଉପରକୁ ଯାଇଥିଲୁ। ସେଠାରେ ଆମ ମା-ପୁଅର ରୋପ ଓ୍ଵେ ସରି ସାରିଥିଲା। ସ୍ଵାମୀ ନିଜର ରୋପଓ୍ଵେ ଜଷ୍ଟ ସାରି ତଳକୁ ଓହ୍ଲାଉଥିଲେ ଏବଂ ଆମେ ତଳକୁ ଆସୁଥିଲୁ।
ଏହି ସମୟରେ ଆତଙ୍କବାଦୀମାନେ ଗୁଳିମାଡ଼ କରିଥିଲେ। ଆତଙ୍କବାଦୀଙ୍କର ଗୁଳିରେ ମୋ ସ୍ବାମୀଙ୍କ ମୁଣ୍ଡରେ ବାଜିଥିଲା। ସହାୟତା ପାଇଁ ଚିତ୍କାର କରୁଥିଲି। ପ୍ରାୟ ଦେଢ଼ ଘଣ୍ଟା ପରେ ଘଟଣାସ୍ଥଳରେ ଯବାନମାନେ ପହଞ୍ଚି ଥିଲେ।

About Author

indadmin

indadmin

Related Articles

Archives

Calendar

March 2026
M T W T F S S
 1
2345678
9101112131415
16171819202122
23242526272829
3031