Indus Valley Times

ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକରେ ଅଭିଯୋଗ ଶୁଣାଣୀ ଓ ସମାଧାନ ଶିବିର ଅନୁଷ୍ଠିତ

 Breaking News

ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକରେ ଅଭିଯୋଗ ଶୁଣାଣୀ ଓ ସମାଧାନ ଶିବିର ଅନୁଷ୍ଠିତ

ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକରେ ଅଭିଯୋଗ ଶୁଣାଣୀ ଓ ସମାଧାନ ଶିବିର ଅନୁଷ୍ଠିତ
June 16
21:50 2026

କମ୍ଭୁଧର କ୍ଷେତିଙ୍କ ରିପୋର୍ଟ
ବୌଦ୍ଧ, ୧୬/୬ : ବୌଦ୍ଧ ଜିଲ୍ଲା କଣ୍ଟାମାଳ ପଞ୍ଚାୟତ ସମିତି ସଭା ଗୃହରେ ଅଭିଯୋଗ ଶୁଣାଣୀ ଓ ସମାଧାନ ଶିବିର ଅନୁଷ୍ଠିତ ହୋଇଯାଇଛି କ୍ଷ ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶିବିରରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନା, ଉପ-ଜିଲ୍ଲାପାଳ ବିନୟ କୁମାର ଭୋଇ , ଏସ.ଡି.ପି.ଓ ଲରେନ୍ସ ରାଉତରାୟ, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡଃ ମହେନ୍ଦ୍ର କୁମାର ସାହୁ, ଅଧ୍ୟକ୍ଷ ମନମୁଣ୍ଡା ସି.ଏଚ୍.ସି ଡଃ ମହେନ୍ଦ୍ର ସଏ,ବନଖଣ୍ଡ ଅଧିକାରୀ ରାଜେନ୍ଦ୍ର ଗୋଚ୍ଛାୟତ ପ୍ରମୁଖ ଉପସ୍ଥିତ ଥିଲେ ।
ଆଜିର ଶିବିରରେ ୫୯ ଗୋଟି ବ୍ୟକ୍ତିଗତ ଓ ୧୮ଟି ଗୋଷ୍ଠିଗତ ଏଭଳି ମୋଟ ୭୭ ଗୋଟି ଅଭିଯୋଗର ଶୁଣାଣି ହୋଇଥିଲା । କିଛି ଅଭିଯୋଗର ତୁରନ୍ତ ସମାଧାନ ହୋଇଥିଲା ।
ଅନ୍ୟାନ୍ୟ ଅଭିଯୋଗ ଉପରେ ଶୀଘ୍ର ପଦକ୍ଷେପ ନେବା ପାଇଁ ସଂପୃକ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ମାନଙ୍କୁ ଅତିରିକ୍ତ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ ।
ବି.ଡ଼ି.ଓ ସାମ୍ମୀ ରେଡ୍ଡୀ ଜୟଶ୍ରୀ, ତହସିଲଦାର ଶ୍ୱେତ ପଦ୍ମା ଯୋଶୀ, ଡେପୁଟି କଲେକ୍ଟର ଜ୍ୟୋତି ରଞ୍ଜନ ଭୁଏ, ବ୍ଲକର ସମସ୍ତ ଅଧିକାରୀ ପ୍ରମୁଖ ଶିବିର ପରିଚାଳନାରେ ସହଯୋଗ କରିଥିଲେ ।
ସଭାରେ ସମସ୍ତ ଜିଲ୍ଳା ସ୍ତରୀୟ ଅଧିକାରୀ, ବିଭିନ୍ନ ବିଭାଗର ଯନ୍ତ୍ରୀ, ଲାଇନ୍ ବିଭାଗ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ଏବଂ କର୍ମଚାରୀ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବିଦ୍ୟାପତି ପଣ୍ଡା ଓ ବିଭିନ୍ନ ଗଣ ମାଧ୍ୟମର ପ୍ରତିନିଧି ଉପସ୍ଥିତ ଥିଲେ । ଶିବିରରେ ସ୍ୱେଚ୍ଛାସେବୀ ଅନୁଷ୍ଠାନ ଆନନ୍ଦ ମାର୍ଗ ୟୁନିଭର୍ଶଲ୍ ରିଲିଫ୍ ଟିମ୍, ବୌଦ୍ଧ ଶାଖା ତରଫରୁ ସମସ୍ତଙ୍କୁ ଦହି ସର୍ବତ ବଣ୍ଟନ କରାଯାଇଥିଲା ।

About Author

indadmin

indadmin

Related Articles

Archives

Calendar

June 2026
M T W T F S S
1234567
891011121314
15161718192021
22232425262728
2930