Indus Valley Times

ବୌଦ୍ଧ ବ୍ଲକ କାର୍ଯ୍ୟାଳୟଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଜନ ଶୁଣାଣୀ ଶିବିର ଅନୁଷ୍ଠିତ

 Breaking News

ବୌଦ୍ଧ ବ୍ଲକ କାର୍ଯ୍ୟାଳୟଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଜନ ଶୁଣାଣୀ ଶିବିର ଅନୁଷ୍ଠିତ

ବୌଦ୍ଧ ବ୍ଲକ କାର୍ଯ୍ୟାଳୟଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଜନ ଶୁଣାଣୀ ଶିବିର ଅନୁଷ୍ଠିତ
September 01
19:38 2025

କ଼ମ୍ଭୁଧର କ୍ଷେତିଙ୍କ ରିପୋର୍ଟ
ବୌଦ୍ଧ , ୧/୯ : ସୋମବାର ଦିନ ସକାଳ ୧୦ ଘଣ୍ଟା ସମୟରେ ବୌଦ୍ଧ ବ୍ଲକ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଜନ ଶୁଣାଣୀ ଶିବିର ଅନୁଷ୍ଠି ହୋଇ ଯାଇଛି ।
ଜିଲ୍ଲାପାଳ ବିଭୁତି ଭୁଷଣ ନାୟକ, ଆରକ୍ଷୀ ଅଧୀକ୍ଷକ ରାହୁଲ୍ ଗୋୟଲ ଶିବିରରେ ଉପସ୍ଥିତ ରହି ଆସିଥିବା ବିଭିନ୍ନ ଅଭିଯୋଗ ଗୁଡିକର ସମାଧାନ କରିଥିଲେ ।
ସେହିପରି ବୌଦ୍ଧ ବ୍ଲକ ଅନ୍ତର୍ଗତ ବିଭିନ୍ନ ଗ୍ରାମ ପଞ୍ଚାୟତ ଅଞ୍ଚଳରୁ ବିଭିନ୍ନ ସାମୂହିକ ଓ ବ୍ୟକ୍ତିଗତ ସମସ୍ୟା ନେଇ ଜନ ସାଧାରଣ ଶିବିରକୁ ଆସିଥିଲେ ।
ଶିବିରରେ ସମୁଦାୟ ୯୦ ଗୋଟି ଅଭିଯୋଗ ପଞ୍ଜିକରଣ ହୋଇଥିବା ବେଳେ ୮୩ ଗୋଟି ବ୍ୟକ୍ତିଗତ ଅଭିଯୋଗ ଏବଂ ୭ ଟି ସାମୁହିକ ଅଭିଯୋଗ ଆସିଥିଲା । ବ୍ୟକ୍ତି ଗତ ଅଭିଯୋଗ ମଧ୍ୟରୁ ୩ ଜଣଙ୍କୁ ରେଡ଼କ୍ରସ ଫଣ୍ଡ ରୁ ୧୧୦୦୦/- ସହାୟତା ପ୍ରଦାନ କରାଯାଇଥିଲା ।
ଶିବିରରେ ଉପ ଜ଼ିଲ୍ଲାପାଳ ବିନୟ କୁମାର ଭୋଇ, ଅତିରିକ୍ତ ନିର୍ବାହୀ ଅଧିକାରୀ, ଜ଼ିଲ୍ଲା ପରିଷଦ ଚାର୍ଲସ ନାଏକ, ଏସ. ଡ଼ି. ପି. ଓ. ଆନନ୍ଦ ଚନ୍ଦ୍ର ଡୁଙ୍ଗଡୁଙ୍ଗ ଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ, ବୌଦ୍ଧ ବ୍ଲକ ସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ରହି ସମସ୍ୟା ସମାଧାନରେ ସହଯୋଗ କରି ଥିଲେ ।

About Author

indadmin

indadmin

Related Articles

Archives

Calendar

March 2026
M T W T F S S
 1
2345678
9101112131415
16171819202122
23242526272829
3031