Indus Valley Times

ଭିଜିଲାନ୍ସ ଜାଲରେ ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ, କଟକ, ଭୁବନେଶ୍ଵର ସହ ଭଦ୍ରକରେ ଚଢ଼ାଉ

 Breaking News

ଭିଜିଲାନ୍ସ ଜାଲରେ ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ, କଟକ, ଭୁବନେଶ୍ଵର ସହ ଭଦ୍ରକରେ ଚଢ଼ାଉ

ଭିଜିଲାନ୍ସ ଜାଲରେ ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ, କଟକ, ଭୁବନେଶ୍ଵର ସହ ଭଦ୍ରକରେ ଚଢ଼ାଉ
August 05
11:32 2024

କଟକ, ୫/୮: ଭିଜିଲାନ୍ସ ଜାଲରେ ଓଡ଼ିଶା ବ୍ରିଜ ଆଣ୍ଡ କନଷ୍ଟ୍ରକସନ କର୍ପୋରେସନ(ଓବିସିସି)ର ଅତିରିକ୍ତ ମୁଖ୍ୟଯନ୍ତ୍ରୀ ପ୍ରଦୀପ କୁମାର ରଥ। ତାଙ୍କ ୧୨ଟି ଠିକଣାରେ ଭିଜିଲାନ୍ସ ପକ୍ଷରୁ ଚାଲିଛି ଚଢ଼ଉ।
ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କ କଟକ ବାରବାଟୀ ଷ୍ଟାଡିୟମରେ ଥିବା କାର୍ଯ୍ୟାଳୟ ସମେତ କଟକ, ଭୁବନେଶ୍ୱର, ଭଦ୍ରକ, ଯାଜପୁର ଓ ଖୋର୍ଦ୍ଧାର ୧୨ଟି ଠିକଣାରେ ଖୋଳତାଡ଼ କରୁଛନ୍ତି ଭିଜିଲାନ୍ସ ଟିମ୍।
ବାରବାଟୀ ଷ୍ଟାଡିୟମରେ ଥିବା ତାଙ୍କ କାର୍ଯ୍ୟାଳୟ, ଭୁବନେଶ୍ୱର ପାଣ୍ଡରାରେ ଥିବା ତାଙ୍କ ବାସଭବନ, ଚନ୍ଦ୍ରଶେଖରପୁରରେ ଥିବା ଆପାର୍ଟମେଣ୍ଟ, ଭଦ୍ରକ ଆଚାର୍ଯ୍ୟ ନଗରରେ ଥିବା ଦୁଇ ମହଲା କୋଠା, ଯାଜପୁର, କଟକ ଓ ଖୋର୍ଦ୍ଧାରେ ଥିବା ପ୍ଲଟରେ ଚାଲିଛି ଚଢ଼ଉ।
ଭଦ୍ରକର ଆଗରପଡ଼ାରେ ଥିବା ଦୁଇଟି ପୈତୃକ ଘର, ଯାଜପୁର ଓ ଖୋର୍ଦ୍ଧାରେ ଘନିଷ୍ଠ ସହଯୋଗୀଙ୍କ ଘର ଓ ଭୁବନେଶ୍ବର ନୟାପଲ୍ଲୀରେ ପ୍ରଦୀପ କୁମାର ରଥଙ୍କ ପୁଅଙ୍କ ଔଷଧ ଦୋକାନରେ ବି ଚଢ଼ଉ କରୁଛି ଭିଜିଲାନ୍ସ।

About Author

indadmin

indadmin

Related Articles

Archives

Calendar

June 2026
M T W T F S S
1234567
891011121314
15161718192021
22232425262728
2930