Indus Valley Times

ମଧ୍ୟରାତ୍ର ପରେ ଓଡ଼ିଶା ଉପକୂଳ ଅତିକ୍ରମ କରିବ ଗଭୀର ଅବପାତ; ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା

 Breaking News

ମଧ୍ୟରାତ୍ର ପରେ ଓଡ଼ିଶା ଉପକୂଳ ଅତିକ୍ରମ କରିବ ଗଭୀର ଅବପାତ; ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା

August 19
20:23 2022

ଭୁବନେଶ୍ୱର, ୧୯/୮: ବଙ୍ଗଳାଦେଶ ଏବଂ ମିଆଁମାର ଉପକୂଳରେ ଗୁରୁବାର ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହୋଇଛି। ଏବଂ ଏହି ଅବପାତ, ବର୍ତ୍ତମାନ ବାଲେଶ୍ୱର ଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୨୦୦ କିମି ଏବଂ ଦିଘା ଠାରୁ ପୂର୍ବ-ଦକ୍ଷଣ ପୂର୍ବ ଦିଗରେ ୧୪୦ କିମି ଦୂରରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ କେନ୍ଦ୍ରୀଭୂତ ହୋଇ ରହିଛି।
ଶୁକ୍ରବାର ମଧ୍ୟରାତ୍ରରୁ ପ୍ରତ୍ୟୁଷ ମଧ୍ୟରେ ଏହା ବାଲେଶ୍ୱର ଓ ଦୀଘା ମଧ୍ୟ ଦେଇ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଥିବା ଶୁକ୍ରବାରସନ୍ଧ୍ୟାରେ ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)।
ଶୁକ୍ରବାରସନ୍ଧ୍ୟାରୁ ୨୦ ତାରିଖ ସକାଳ ୮ଟା ୩୦ ମଧ୍ୟରେ ବାଲେଶ୍ୱର, ଭଦ୍ରକ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ଅତ୍ୟଧିକ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଏହି ସମସ୍ତ ଜିଲ୍ଲାଗୁଡ଼ିକୁ ଲାଲ ଚେତାବନୀ ବା ରେଡ୍ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି ଏହି ସମୟ ମଧ୍ୟରେ କେନ୍ଦ୍ରପଡ଼ା, ଜଗତସିଂହପୁର, କଟକ, ଢେଙ୍କାନାଳ, ଅନୁଗୁଳ, ଦେବଗଡ, ସୁନ୍ଦରଗଡ଼, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗୀର ଏବଂ ଯାଜପୁର ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଏହି ସମସ୍ତ ଜିଲ୍ଲାଗୁଡ଼ିକୁ କମଳା ଚେତାବନୀ ବା ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

About Author

indadmin

indadmin

Related Articles

Archives

Calendar

October 2024
M T W T F S S
 123456
78910111213
14151617181920
21222324252627
28293031