Indus Valley Times

ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ, ସ୍ତ୍ରୀଙ୍କୁ ଭରଣପୋଷଣ ଟଙ୍କା ନଦେଲେ କଟିବ ଦରମା

 Breaking News

ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ, ସ୍ତ୍ରୀଙ୍କୁ ଭରଣପୋଷଣ ଟଙ୍କା ନଦେଲେ କଟିବ ଦରମା

ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ, ସ୍ତ୍ରୀଙ୍କୁ ଭରଣପୋଷଣ ଟଙ୍କା ନଦେଲେ କଟିବ ଦରମା
August 30
13:27 2026

କମ୍ଭୁଧର କ୍ଷେତିଙ୍କ ରିପୋର୍ଟ
ଭୁବନେଶ୍ୱର, ୩୦/୮ : ପତ୍ନୀ କିମ୍ୱା ପିଲାଙ୍କୁ ଭରଣପୋଷଣ ସହାୟତା କିମ୍ୱା ଛାଡ଼ପତ୍ର ସମ୍ପର୍କିତ ପୋଷଣ ଖର୍ଚ୍ଚ ଠିକ୍ ଭାବରେ ଦେଉନଥିବା ସରକାରୀ କର୍ମଚାରୀଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ। ଏଣିକି ଅଦାଲତଙ୍କ ନିର୍ଦ୍ଦେଶ ଅନୁଯାୟୀ ସମ୍ପୃକ୍ତ କର୍ମଚାରୀଙ୍କ ଦରମାରୁ ସିଧାସଳଖ ଟଙ୍କା କାଟି ପତ୍ନୀ ବା ସନ୍ତାନ ସନ୍ତତିଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପଠାଇବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ପ୍ରତି ଅଭିଯୋଗ ଶୁଣାଣିରେ ଏଭଳି ୨-୩ଟି କେସ୍ ଆସୁଥିବାରୁ ମୁଖ୍ୟମନ୍ତ୍ରୀ ଏହାକୁ ଗୁରୁତ୍ବର ସହ ନେଇ କଡ଼ା ନିର୍ଦ୍ଦେଶ ଜାରି କରିଛନ୍ତି।
ମିଳିଥିବା ସୂଚନା ଅନୁଯାୟୀ, ରାଜ୍ୟ ସରକାରଙ୍କ ଅନେକ ପୁରୁଷ କର୍ମଚାରୀ ଛାଡପତ୍ର ପରେ କୋର୍ଟଙ୍କ ନିର୍ଦ୍ଦେଶ ସତ୍ତ୍ବେ ଛାଡ଼ପତ୍ର ସମ୍ପର୍କିତ ପୋଷଣ ଖର୍ଚ୍ଚ ମଧ୍ୟ ଦେଉନାହାନ୍ତି। ମୁଖ୍ୟମନ୍ତ୍ରୀଙ୍କ ପ୍ରତ୍ୟେକ ଅଭିଯୋଗ ଶୁଣାଣି ସମୟରେ ହାରାହାରି ୨-୩ଟି ଏଭଳି ଅଭିଯୋଗ ସାମ୍ନାକୁ ଆସିଛି ତେଣୁ, ମୁଖ୍ୟମନ୍ତ୍ରୀ ଏହା ଉପରେ କଡ଼ା ଆକ୍ସନ ନେଇ ଏହି ଅର୍ଥକୁ ସମ୍ପୃକ୍ତ କର୍ମଚାରୀଙ୍କ ଦରମାରୁ କାଟି ପ୍ରଦାନ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।
ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଭରଣପୋଷଣ ପାଇଁ ନୂଆ ନିର୍ଦ୍ଦେଶନାମା ଜାରି ହୋଇଛି । ସମ୍ପୃକ୍ତ ବିଭାଗର DDO କର୍ମଚାରୀଙ୍କ ମାସିକ ଦରମାରୁ ନିର୍ଦ୍ଦିଷ୍ଟ ଭରଣପୋଷଣ ରାଶି କାଟିବେ । ପରେ ଏହି ଟଙ୍କା ପତ୍ନୀ କିମ୍ବା ସନ୍ତାନଙ୍କ ବ୍ୟାଙ୍କ ଆକାଉଣ୍ଟରେ ସିଧାସଳଖ ଇଲେକ୍ଟ୍ରୋନିକ୍ ମାଧ୍ୟମରେ ଜମା କରାଯିବ ।
ଆଗାମୀ ଦିନରେ ଏଭଳି ଅଦାଲତ ନିର୍ଦ୍ଦେଶିତ ଭରଣପୋଷଣ ବ୍ୟବସ୍ଥାକୁ ରାଜ୍ୟ ସରକାରଙ୍କ HRMS ସହ ଯୋଡ଼ାଯିବ । ଏହାଦ୍ୱାରା କୋର୍ଟଙ୍କ ନିର୍ଦ୍ଦେଶର ଅନୁପାଳନ ସୁନିଶ୍ଚିତ ହେବା ସହ ପତ୍ନୀ ଓ ସନ୍ତାନମାନଙ୍କୁ ସମୟରେ ଭରଣପୋଷଣ ମିଳିପାରିବ।

About Author

indadmin

indadmin

Related Articles

Archives

Calendar

August 2026
M T W T F S S
 12
3456789
10111213141516
17181920212223
24252627282930
31