Indus Valley Times

ମୁଖ୍ୟମନ୍ତ୍ରୀଙ୍କ ଚିଲିକା ଗସ୍ତ ପୂର୍ବରୁ କ୍ଷେତ୍ର ପରିଦର୍ଶନରେ ମନ୍ତ୍ରୀ

 Breaking News

ମୁଖ୍ୟମନ୍ତ୍ରୀଙ୍କ ଚିଲିକା ଗସ୍ତ ପୂର୍ବରୁ କ୍ଷେତ୍ର ପରିଦର୍ଶନରେ ମନ୍ତ୍ରୀ

ମୁଖ୍ୟମନ୍ତ୍ରୀଙ୍କ ଚିଲିକା ଗସ୍ତ ପୂର୍ବରୁ କ୍ଷେତ୍ର ପରିଦର୍ଶନରେ ମନ୍ତ୍ରୀ
March 21
12:20 2025

ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟ
ଖୋର୍ଦ୍ଧା , ୨୧/୩ : ରାଜ୍ୟ ସରକାରଙ୍କ ତରଫରୁ ପଣ୍ଡିତ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନାରେ ପ୍ରତି ଗ୍ରାମ ପଞ୍ଚାୟତରେ ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ପ୍ରତିଷ୍ଠା କରିବାକୁ ନିଷ୍ପତ୍ତି ହୋଇଛି।
ଏହି ଯୋଜନାରେ ରାଜ୍ୟର ପ୍ରତ୍ୟେକ ପଞ୍ଚାୟତରେ ଗୋଟିଏ ଲେଖାଏଁ ଅତ୍ୟାଧୁନିକ ପ୍ରାଥମିକ ବିଦ୍ୟାଳୟ ନିର୍ମାଣ କରାଯିବ। ସମୁଦାୟ ୬,୭୯୪ ଟି ବିଦ୍ୟାଳୟ ନିର୍ମାଣ ହେବାର ଯୋଜନା ରହିଛି।
ଏହି ପରିପ୍ରେକ୍ଷୀରେ ଖୋର୍ଦ୍ଧା ଜିଲ୍ଲା ବାଣପୁର ସ୍ଥିତ ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କ ନାମରେ ନାମିତ ଗୋଦାବରୀଶ ଉଚ୍ଚ ବିଦ୍ୟାଳୟ ଠାରେ “ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନାର ଶୁଭାରମ୍ଭ କାର୍ଯ୍ୟକ୍ରମ” ଆସନ୍ତା ମାର୍ଚ୍ଚ ୩୦ ତାରିଖରେ ଓଡିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କରକମଳରେ କରାଯିବ।
ଏହି ଅବସରରେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଓ ପୁରୀ ସାଂସଦ ଡ଼ାଃ ସମ୍ବିତ ପାତ୍ର ଗୁରୁବାର ଦିନ ଉକ୍ତ ବିଦ୍ୟାଳୟର କ୍ଷେତ୍ର ପରିଦର୍ଶନ କରି ବିଭିନ୍ନ ବ୍ୟବସ୍ଥା ପାଇଁ ସ୍ଥାନ ନିରୂପଣ କରିବା ସହ ଉପସ୍ଥିତ ଖୋର୍ଦ୍ଧା ଜିଲ୍ଲାପାଳ, ଖୋର୍ଦ୍ଧା ଜିଲ୍ଲା ଆରକ୍ଷୀ ଅଧିକ୍ଷକ, ବାଣପୁରର ମଣ୍ଡଳ ଶିକ୍ଷା ଅଧିକାରୀ, ସ୍ଥାନୀୟ ବୁଦ୍ଧିଜୀବୀଙ୍କ ସହ ବିଭିନ୍ନ ବିଷୟରେ ଆଲୋଚନା କରିଥିଲେ।

About Author

indadmin

indadmin

Related Articles

Archives

Calendar

July 2026
M T W T F S S
 12345
6789101112
13141516171819
20212223242526
2728293031