Indus Valley Times

ମୃତ ଛାତ୍ରୀ ସୌମ୍ୟାଶ୍ରୀଙ୍କ ପରିବାରକୁ ୨୦ ଲକ୍ଷ ଟଙ୍କାର ସହାୟତା ଘୋଷଣା

 Breaking News

ମୃତ ଛାତ୍ରୀ ସୌମ୍ୟାଶ୍ରୀଙ୍କ ପରିବାରକୁ ୨୦ ଲକ୍ଷ ଟଙ୍କାର ସହାୟତା ଘୋଷଣା

ମୃତ ଛାତ୍ରୀ ସୌମ୍ୟାଶ୍ରୀଙ୍କ ପରିବାରକୁ ୨୦ ଲକ୍ଷ ଟଙ୍କାର ସହାୟତା ଘୋଷଣା
July 15
12:25 2025

ବାଲେଶ୍ଵର, ୧୫/୭ : ଦୀର୍ଘ ୩ ଦିନ ଧରି ଲଢେଇ କରି ଶେଷରେ ଜୀବନ ହାରିଛନ୍ତି ଫକୀର ମୋହନ କଲେଜ୍ ସାମ୍ନାରେ ଆତ୍ମାହୁତି ଉଦ୍ୟମ କରିଥିବା ସୌମ୍ୟାଶ୍ରୀ ବିଶି । ଗତକାଲି ବିଳମ୍ବିତ ରାତିରେ ସେ ଆଖି ବୁଜିଥିବା ବେଳେ ଆଜି ତାଙ୍କ ପୈତୃକ ଗାଁ ଭୋଗରାଇ ପଳାଶିଆ ଗାଁରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି ।
ତେବେ ଏହି ଦୁଃଖଦ ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ବଡ଼ ଘୋଷଣା କରିଛନ୍ତି । ଶୋକସନ୍ତପ୍ତ ପରିବାକୁ ସମବେଦନା ଜଣାଇବା ସହ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି । ମୃତ ସୌମ୍ୟାଶ୍ରୀଙ୍କ ପରିବାରକୁ ୨୦ ଲକ୍ଷର ସହାୟତା ଘୋଷଣା କରିଛନ୍ତି ରାଜ୍ୟ ସରକାର । ୨୦ ଲକ୍ଷର ସହାୟତା ଘୋଷଣା ନେଇ ସୂଚନା ଦେଇଛନ୍ତି ସାଂସଦ ପ୍ରତାପ ଷଡ଼ଙ୍ଗୀ ।
ସୂଚନା ଥାଉ କି କଲେଜର ଅଧ୍ୟାପକ ସମୀର ସାହୁ ସୌମ୍ୟାଶ୍ରୀଙ୍କୁ ବାରବାର ନିର୍ଯ୍ୟାତନା ଦେଇଆସୁଥିଲେ। ଏ ନେଇ ସେ ବିଭିନ୍ନ ମହଲରେ ଅଭିଯୋଗ କରିଥିଲେ। ପୋଲିସଠାରୁ ଆରମ୍ଭ କରି କଲେଜ ଅଧ୍ୟକ୍ଷ, ସମସ୍ତଙ୍କୁ ଗୁହାରି କରିଥିଲେ। ହେଲେ ଶେଷରେ ନିରାଶ ହେବାକୁ ପଡ଼ିଥିଲା। ଯେଉଁ କାରଣରୁ ସେ କଲେଜରେ ପେଟ୍ରୋଲ ଢାଳି ନିଜ ଦେହରେ ନିଆଁ ଲଗାଇ ଆତ୍ମାହୁତି ଦେବାକୁ ଉଦ୍ୟମ କରିଥିଲେ।
ଗତ ୩୦ ତାରିଖରେ ସେ କଲେଜ ଅଧ୍ୟକ୍ଷଙ୍କୁ ଭେଟି ଅଭିଯୁକ୍ତ ଅଧ୍ୟାପକ ବିରୋଧରେ ଅଭିଯୋଗ ଆଣିଥିଲେ। ୫ ଦିନ ମଧ୍ୟରେ ପଦକ୍ଷେପ ନିଆଯିବ ବୋଲି ଅଧ୍ୟକ୍ଷ ପ୍ରତିଶ୍ରୁତି ଦେଇଥିଲେ। କିନ୍ତୁ ସବୁକିଛି ଚାପି ଦେଇ ଛାତ୍ରୀଙ୍କ ଅଭିଯୋଗକୁ ଅଣଦେଖା କରାଯାଇଥିଲା। ଯାହାଫଳରେ ସେ ଏଭଳି ଚରମ ନିଷ୍ପତ୍ତି ନେଲେ।

About Author

indadmin

indadmin

Related Articles

Archives

Calendar

September 2026
M T W T F S S
 123456
78910111213
14151617181920
21222324252627
282930