Legatus

ଯୁକ୍ତ ଦୁଇ ଶ୍ରେଣୀ ଥିବା ହାଇସ୍କୁଲରେ ୯୦୨ଟି ନୂଆ ପଦବୀକୁ ମଞ୍ଜୁରୀ

 Breaking News

ଯୁକ୍ତ ଦୁଇ ଶ୍ରେଣୀ ଥିବା ହାଇସ୍କୁଲରେ ୯୦୨ଟି ନୂଆ ପଦବୀକୁ ମଞ୍ଜୁରୀ

ଯୁକ୍ତ ଦୁଇ ଶ୍ରେଣୀ ଥିବା ହାଇସ୍କୁଲରେ ୯୦୨ଟି ନୂଆ ପଦବୀକୁ ମଞ୍ଜୁରୀ
July 11
18:45 2023

ଭୁବନେଶ୍ୱର,୧୧/୭: ରାଜ୍ୟର ୧୦୬ଟି ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପାଇଁ ନୂତନ ପଦବି ସୃଷ୍ଟି ହୋଇଛିା ରାଜ୍ୟ ସରକାର ମୋଟ ୯୦୨ଟି ପଦବି ତିଆରି କରିଛନ୍ତିା ଏଥିରେ ୬୪୨ଟି ଶିକ୍ଷକ ଓ ୨୬୦ଟି ଅଣଶିକ୍ଷକ ପଦ ରହିଛିା ଖୁବ୍ ଶୀଘ୍ର ଏନେଇ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହେବ। ୬୪୨ ପୋଷ୍ଟ ଗ୍ରାଜୁଏଟ ଟିଚର(ପିଜିଟି) ପଦବି ସମେତ ୨୪ ଲାବୋରେଟୋରୀ ଆସିଷ୍ଟାଣ୍ଟ୍, ୨୪ ଲାବୋରେଟୋରୀ ଆଟେଣ୍ଡାଣ୍ଟ୍, ୧୦୬ ଆସିଷ୍ଟାଣ୍ଟ୍ ଲାଇବ୍ରେରିଆନ, ୧୦୬ ଜୁନିୟର କ୍ଲର୍କ ପଦବି ସୃଷ୍ଟି ହୋଇଛିା
ସରକାରୀ ବିଦ୍ୟାଳୟରେ ଗୁଣାତ୍ମକ ଶିକ୍ଷାର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସବୁବେଳେ ବିଶେଷ ଧ୍ୟାନ ଦେଇଆସୁଛନ୍ତିା ବିଦ୍ୟାଳୟଗୁଡିକର ଭିତ୍ତିଭୂମି ବିକାଶ ସହ ଶିକ୍ଷକ, ଅଣଶିକ୍ଷକ ପଦରେ ନିଯୁକ୍ତି ଦେଉଛନ୍ତିା ଏହି କ୍ରମରେ ୯୦୨ ପଦବିକୁ ମଞ୍ଜୁରି ଦେଇ ଆଉ ଏକ ପଦକ୍ଷେପ ନେଇଛନ୍ତିା ଚଳିତ ବର୍ଷ ୧୦୬ ଉଚ୍ଚ ବିଦ୍ୟାଳୟକୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଭାବେ ସରକାର ଉନ୍ନୀତ କରିଛନ୍ତିା
ଏ ସବୁ ବିଦ୍ୟାଳୟରେ ଯୁକ୍ତ-୨ ଖୋଲିଛିା ଦଶମ ପଢ଼ିସାରିବା ପରେ ଛାତ୍ରଛାତ୍ରୀ ସିଧାସଳଖ ନିଜ ବିଦ୍ୟାଳୟରେ ଯୁକ୍ତ-ଦୁଇ ପଢ଼ିପାରିବୋ ସେମାନଙ୍କୁ ଶିକ୍ଷାଦାନ ପାଇଁ ଏହି ନୂତନ ଶିକ୍ଷକ ପଦବିଗୁଡିକ ସୃଷ୍ଟି ହୋଇଛିା ସେହିପରି ପ୍ରତି ଉନ୍ନୀତ ମାଧ୍ୟମିକ ବିଦ୍ୟାଳୟରେ ଅଫିସ କାର୍ଯ୍ୟ, ଲାବ୍ର ସୁପରିଚାଳନା ଓ ପାଠାଗାର ପରିଚାଳନା ପାଇଁ ମଧ୍ୟ ସରକାର ବିଶେଷ ଧ୍ୟାନ ଦେଇ ଅଣ-ଶିକ୍ଷକ ପଦବିଗୁଡିକୁ ମଞ୍ଜୁରୀ ଦେଇଛନ୍ତିା

About Author

indadmin

indadmin

Related Articles

Archives

Calendar

March 2025
M T W T F S S
 12
3456789
10111213141516
17181920212223
24252627282930
31