Indus Valley Times

ଯୋଗ୍ୟ ହିତାଧିକାରୀ ପାଇବେ ସୁଭଦ୍ରା ଟଙ୍କା : କେହି ବି ଯୋଜନାରୁ ହେବେନି ବଞ୍ଚିତ

 Breaking News

ଯୋଗ୍ୟ ହିତାଧିକାରୀ ପାଇବେ ସୁଭଦ୍ରା ଟଙ୍କା : କେହି ବି ଯୋଜନାରୁ ହେବେନି ବଞ୍ଚିତ

ଯୋଗ୍ୟ ହିତାଧିକାରୀ ପାଇବେ ସୁଭଦ୍ରା ଟଙ୍କା : କେହି ବି ଯୋଜନାରୁ ହେବେନି ବଞ୍ଚିତ
September 10
14:41 2025

ଭୁବନେଶ୍ୱର,୧୦/୯: ସୁଭଦ୍ରା ଯୋଜନାକୁ ନେଇ ବୁଧବାର ପୁଣି ଏକ ବଡ଼ ଘୋଷଣା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେ କହିଛନ୍ତି, ଯୋଗ୍ୟ ହିତାଧିକାରୀ ନିଶ୍ଚିତ ସୁଭଦ୍ରା ଯୋଜନାର ସହାୟତା ରାଶି ପାଇବେ।
କାହିଁକି ଉକ୍ତ ଯୋଜନାରୁ ବଞ୍ଚିତ ହେଲେ ତାହାର ତର୍ଜମା ଚାଲିଛି। ଯୋଗ୍ୟ ହୋଇଥିଲେ ଏକାଥରକେ ଦୁଇଟି କିସ୍ତିର ଟଙ୍କା ମିଳିବ ବୋଲି ସୁଭଦ୍ରା ଯୋଜନାର ସମୀକ୍ଷା ପୂର୍ବରୁ ଉପମୁଖ୍ୟମନ୍ତ୍ରୀ ଏହା ଘୋଷଣା କରିଛନ୍ତି।
ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ବାଦ୍ ପଡ଼ିଥିବା ହିତାଧିକାରୀଙ୍କୁ ସାମିଲ ନେଇ ଆଲୋଚନା ହେବ। ୩ ବିଭାଗକୁ ତଥ୍ୟ ମାଗିଛି ମହିଳା ଓ ଶିଶୁ କଲ୍ୟାଣ ବିଭାଗ। ପରିବହନ, ଖାଦ୍ୟ ଯୋଗାଣ ଓ ସ୍ବାସ୍ଥ୍ୟ ବିଭାଗକୁ ତଥ୍ୟ ମଗାଯାଇଥିଲା।
ବାଣିଜ୍ୟ ଓ ପରିବହନ ବିଭାଗକୁ ୪ ଚକିଆ ତଥ୍ୟ ମଗାଯାଇଥିଲା। ମୃତ ହିତାଧିକାରୀଙ୍କ ତାଲିକା ଯାଞ୍ଚ ପାଇଁ ମଧ୍ୟ ସ୍ବାସ୍ଥ୍ୟ ବିଭାଗକୁ କୁହାଯାଇଛି। ଧାନ ବିକ୍ରି ତଥ୍ୟ ଖାଦ୍ୟ ଓ ଯୋଗାଣ ବିଭାଗକୁ ମଗାଯାଇଥିଲା। ବାଦ୍ ହିତାଧିକାରୀଙ୍କୁ ଯୋଡ଼ିବା ନେଇ ବଡ଼ ନିଷ୍ପତ୍ତି ହୋଇପାରେ ବୋଲି ପ୍ରଭାତୀ କହିଛନ୍ତି।

About Author

indadmin

indadmin

Related Articles

Archives

Calendar

March 2026
M T W T F S S
 1
2345678
9101112131415
16171819202122
23242526272829
3031