Indus Valley Times

ରତ୍ନ ସିଂହାସନରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ କଲେ ମୁଖ୍ୟ ନିର୍ବାଚନ କମିଶନର, ମହାପ୍ରଭୁ ଦର୍ଶନ କରି ବେଶ୍ ଆନନ୍ଦିତ

 Breaking News

ରତ୍ନ ସିଂହାସନରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ କଲେ ମୁଖ୍ୟ ନିର୍ବାଚନ କମିଶନର, ମହାପ୍ରଭୁ ଦର୍ଶନ କରି ବେଶ୍ ଆନନ୍ଦିତ

December 27
17:58 2025

ପୁରୀ,୨୭/୧୨: ମୁଖ୍ୟ ନିର୍ବାଚନ କମିଶନ ଜ୍ଞାନେଶ କୁମାର ଶନିବାର ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ସହିତ ଆର୍ଶୀବାଦ ଲାଭ କରିଛନ୍ତି । ମୁଖ୍ୟ ନିର୍ବାଚନ କମିଶନ ତିନି ଦିନିଆ ଓଡିଶା ଗସ୍ତରେ ଆସିଥିବା ବେଳେ ପ୍ରଥମେ ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିରରେ ରତ୍ନସିଂହାସନରେ ଶ୍ରୀ ବିଗ୍ରହଙ୍କ ଦର୍ଶନ କରିଛନ୍ତି ।
ଶନିବାର ପ୍ରାୟ ପୂର୍ବାହ୍ନ ୧୧ ସମୟରେ ଶ୍ରୀମନ୍ଦିର ସିଂହଦ୍ଵାର ଠାରେ ମୁଖ୍ୟ ନିର୍ବାଚନ କମିଶନ ଓ ତାଙ୍କ ପତ୍ନୀ ପହଞ୍ଚିବା ପରେ ଶ୍ରୀ ମନ୍ଦିର ମୁଖ୍ୟ ପ୍ରଶାସକ ଡ ଅରବିନ୍ଦ ପାଢୀ, ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା, ଏସପି ପ୍ରତୀକ ସିଂ ସହିତ ଶ୍ରୀମନ୍ଦିର ପରିଚାଳନା କମିଟିର ସେବାୟତ ମାନେ ତାଙ୍କୁ ସ୍ବାଗତ କରିବା ସହ ଶ୍ରୀମନ୍ଦିରକୁ ପାଛୋଟି ନେଇଥିଲେ। ମୁଖ୍ୟ ନିର୍ବାଚନ କମିଶନ ସ୍ବପତ୍ନୀକ ଶ୍ରୀ ମନ୍ଦିର ସିଂହଦ୍ୱାର ଦେଇ ଶ୍ରୀମନ୍ଦିର ଯାଇ ରତ୍ନ ସିଂହାସନରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ କରି ବେଶ୍ ଭାବ ବିଭୋର ହୋଇଥିଲେ।
ପରେ ଶ୍ରୀମନ୍ଦିର ଭିତରେ ବେଢ଼ାରେ ଥିବା ମା ବିମଳା, ଲକ୍ଷ୍ମୀଙ୍କ ସହିତ ଅନ୍ୟାନ୍ୟ ପାର୍ଶ୍ଵ ଦେବଦେବୀଙ୍କ ଦର୍ଶନ ସହିତ ପୂଜାର୍ଚ୍ଚନା କରିଥିଲେ। ତେବେ ଦର୍ଶନ ସାରି ଫେରିବା ପରେ ମୁଖ୍ୟ ନିର୍ବାଚନ କମିଶନ ସୂଚନା ଦେଇ କହିଛନ୍ତି କି ମୁଁ ମୋ ପରିବାର ସହିତ ଆଜି ମହାପ୍ରଭୁଙ୍କ ଦର୍ଶନ କରିବାର ସୁଯୋଗ ପାଇଲି। ମହାପ୍ରଭୁଙ୍କ ଆଶୀର୍ବାଦ ଯୋଗୁ ଏହା ଆଜି ମୋ ପାଇଁ ଶୁଭ ଅବସର ହୋଇପାରିଛି। ଓଡ଼ିଶାର କଳା, ସଂସ୍କୃତି ଓ ଭାଷା ଭାରତର ସବୁଠାରୁ ପ୍ରାଚୀନ କଳା। ଏହା ବିଷୟରେ ବୁଝିବା ଏବଂ ଜାଣିବାର ସୁଯୋଗ ମତେ ମିଳିଥିବାରୁ ମୁଁ ନିଜକୁ ଧନ୍ୟ ମନେ କରୁଛି ବୋଲି ମୁଖ୍ୟ ନିର୍ବାଚନ କମିଶନ କହିଛନ୍ତି ।

About Author

indadmin

indadmin

Related Articles

Archives

Calendar

September 2026
M T W T F S S
 123456
78910111213
14151617181920
21222324252627
282930