Indus Valley Times

ରାଜ୍ୟର ସରକାରୀ ମେଡିକାଲ କଲେଜଗୁଡ଼ିକରେ ବଢ଼ିଲା ପିଜି ସିଟ୍

 Breaking News

ରାଜ୍ୟର ସରକାରୀ ମେଡିକାଲ କଲେଜଗୁଡ଼ିକରେ ବଢ଼ିଲା ପିଜି ସିଟ୍

ରାଜ୍ୟର ସରକାରୀ ମେଡିକାଲ କଲେଜଗୁଡ଼ିକରେ ବଢ଼ିଲା ପିଜି ସିଟ୍
November 06
19:42 2026

କମ୍ଭୁଧର କ୍ଷେତିଙ୍କ ରିପୋର୍ଟ
ଭୁବନେଶ୍ୱର, ୬/୧୧: ରାଜ୍ୟର ସରକାରୀ ମେଡିକାଲ କଲେଜ ଓ ପିଜି ମେଡିକାଲ ଶିକ୍ଷାନୁଷ୍ଠାନଗୁଡ଼ିକରେ ସ୍ନାତକୋତ୍ତର (ପିଜି) ମେଡିକାଲ ଶିକ୍ଷା ହେବ ଆହୁରି ସମ୍ପ୍ରସାରିତ । କାରଣ ଜାତୀୟ ମେଡିକାଲ କମିଶନ (ଘଗଉ) ରାଜ୍ୟର ବିଭିନ୍ନ ସରକାରୀ ମେଡିକାଲ କଲେଜ ଓ ପିଜି ଅନୁଷ୍ଠାନରେ ୧୪ଟି ବିଭାଗରେ ୩୧୮ଟି ପିଜି ସିଟ୍ ବୃଦ୍ଧି ପାଇଁ ଅନୁମତି ପ୍ରଦାନ କରିଛନ୍ତି । ଫଳରେ ରାଜ୍ୟରେ ମୋଟ ପିଜି ସିଟ୍ ସଂଖ୍ୟା ୬୨୦ରୁ ବୃଦ୍ଧି ପାଇ ୯୩୮ରେ ପହଞ୍ଚିଛି ।
ପୂର୍ବରୁ ରାଜ୍ୟର କଟକ ସ୍ଥିତ ଏସସିବି ମେଡିକାଲ କଲେଜ ଓ ହସ୍ପିଟାଲ, ବ୍ରହ୍ମପୁର ସ୍ଥିତ ଏମକେସିଜି ମେଡିକାଲ କଲେଜ, ବୁର୍ଲା ସ୍ଥିତ ଭୀମସାର, ବଲାଙ୍ଗୀର ସ୍ଥିତ ଭୀମଭୋଇ ମେଡ଼ିକାଲ କଲେଜ ଏବଂ ହସ୍ପିଟାଲ, ବାଲେଶ୍ୱର ସ୍ଥିତ ଫକିରମୋହନ ମେଡ଼ିକାଲ କଲେଜ ଏବଂ ହସ୍ପିଟାଲ ଏବଂ ବାରିପଦା ସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ସମେତ ଆଚାର‌୍ୟ୍ୟ ହରିହର ସ୍ନାତକୋତ୍ତର କର୍କଟ ରୋଗ ଅନୁଷ୍ଠାନ ଓ କ୍ୟାପିଟାଲ ହସ୍ପିଟାଲ, ଭୁବନେଶ୍ୱରରେ ପିଜି ମେଡିକାଲ ଶିକ୍ଷା ପ୍ରଦାନ କରାଯାଉଥିଲା ।
ଏହି ସବୁ ନୂଆ କଲେଜରେ ଆରମ୍ଭ ହେବ ପାଠ୍ୟକ୍ରମ
ଶୁକ୍ରବାର ଜାତୀୟ ମେଡିକାଲ କମିଶନଙ୍କ ଅନୁମୋଦନ କ୍ରମେ ରାଜ୍ୟର ନୂତନ ସରକାରୀ ମେଡିକାଲ କଲେଜଗୁଡ଼ିକରେ ପ୍ରଥମ ଥର ପାଇଁ ପିଜି ପାଠ୍ୟକ୍ରମ ଆରମ୍ଭ ହେବାକୁ ଯାଉଛି। ଏଥିମଧ୍ୟରେ କେନ୍ଦୁଝରର ଧରଣୀଧର ମେଡ଼ିକାଲ କଲେଜ ଏବଂ ହସ୍ପିଟାଲରେ ୧୦ଟି ବିଭାଗରେ ୪୪ଟି, ସୁନ୍ଦରଗଡର ସରକାରୀ ମେଡ଼ିକାଲ କଲେଜ ଏବଂ ହସ୍ପିଟାଲ ୮ଟି ବିଭାଗରେ ୨୨ଟି, କୋରାପୁଟର ଶହୀଦ ଲକ୍ଷ୍ମଣ ନାୟକ ମେଡ଼ିକାଲ କଲେଜ ଏବଂ ହସ୍ପିଟାଲ ୯ଟି ବିଭାଗରେ ୨୮ଟି, ତାଳଚେରର ପବିତ୍ର ମୋହନ ପ୍ରଧାନ ମେଡ଼ିକାଲ କଲେଜ ଏବଂ ହସ୍ପିଟାଲ ୧୦ଟି ବିଭାଗରେ ୩୨ଟି ଏବଂ ଫୁଲବାଣୀର ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀ ସରକାରୀ ମେଡ଼ିକାଲ କଲେଜ ଏବଂ ହସ୍ପିଟାଲ ୮ଟି ବିଭାଗରେ ୨୭ଟି ପିଜି ସିଟ୍ ଅନୁମୋଦନ ମିଳିଛି ।
ସେହିପରି ବାରିପଦାସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଓ ହସ୍ପିଟାଲରେ ପିଜି ସିଟ୍ ସଂଖ୍ୟା ୨୦ରୁ ବୃଦ୍ଧି ପାଇ ୫୩ ହୋଇଛି। ବଲାଙ୍ଗୀରସ୍ଥିତ ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲରେ ପିଜି ସିଟ୍ ସଂଖ୍ୟା ୧୦ରୁ ବୃଦ୍ଧି ପାଇ ୫୪ ହୋଇଛି ଜ୍ଝ ବାଲେଶ୍ୱରସ୍ଥିତ ଫକୀର ମୋହନ ମେଡିକାଲ କଲେଜ ଓ ହସ୍ପିଟାଲରେ ପିଜି ସିଟ୍ ସଂଖ୍ୟା ୮ରୁ ବୃଦ୍ଧି ପାଇ ୫୪ ହୋଇଛି।
କେଉଁ ସବୁ ସରକାରୀ କଲେଜରେ ବଢ଼ିଲା ସିଟ୍ ସଂଖ୍ୟା ?
ଏହା ସହ ପିଜିଆଇଏମଇଆର ଓ କ୍ୟାପିଟାଲ ହସ୍ପିଟାଲ, ଭୁବନେଶ୍ୱରରେ ୧୧ଟି, ଏସସିବି ମେଡିକାଲ କଲେଜ ଓ ହସ୍ପିଟାଲରେ ୧୭ଟି, ଆଚାର‌୍ୟ୍ୟ ହରିହର ସ୍ନାତକୋତ୍ତର କର୍କଟ ରୋଗ ଅନୁଷ୍ଠାନରେ ୩ଟି ଏବଂ ଭୀମସାର, ବୁର୍ଲାରେ ୧୧ଟି ପିଜି ସିଟ୍ ବୃଦ୍ଧି କରାଯାଇଛି ।
ଏହି ଅତିରିକ୍ତ ସିଟ୍ଗୁଡ଼ିକ ଆନାଟୋମି, ଆନାସ୍ଥେସିଓଲୋଜି, ବାୟୋକେମିଷ୍ଟ୍ରି, କମ୍ୟୁନିଟି ମେଡିସିନ୍, ଇଏନଟି , ଜେନେରାଲ ମେଡିସିନ୍, ଜେନେରାଲ ସର୍ଜରୀ, ମାଇକ୍ରୋବାୟୋଲୋଜି, ପ୍ରସୂତି ଓ ସ୍ତ୍ରୀରୋଗ, ଅର୍ଥୋପେଡିକ୍ସ, ପେଡିଆଟ୍ରିକ୍ସ, ପାଥୋଲୋଜି, ସାଇକିଆଟ୍ରି ଏବଂ ରେସ୍ପିରେଟୋରି ମେଡିସିନ୍ ଆଦି ୧୪ଟି ବିଭାଗରେ ଉପଲବ୍ଧ ହେବ।
ଏହି ଅବସରରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ କହିଛନ୍ତି, “ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାର୍ଗଦର୍ଶନ ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱ ଯୋଗୁଁ ଓଡ଼ିଶାର ସ୍ୱାସ୍ଥ୍ୟ ଓ ମେଡିକାଲ ଶିକ୍ଷା କ୍ଷେତ୍ରରେ ନୂତନ ଅଧ୍ୟାୟ ଯୋଡ଼ି ହୋଇଛି ।
ସେହିପରି ମାନ୍ୟବର କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡା ଏବଂ ଏନଏମସି କୁ ଧନ୍ୟବାଦ ଜଣାଇ କହିଛନ୍ତି ଯେ ,”ପିଜି ସିଟ୍ ସଂଖ୍ୟା ୬୨୦ରୁ ୯୩୮କୁ ବୃଦ୍ଧି ପାଇବା କେବଳ ମେଡିକାଲ ଶିକ୍ଷାର ସମ୍ପ୍ରସାରଣ ନୁହେଁ, ବରଂ ରାଜ୍ୟରେ ଅଧିକ ସଂଖ୍ୟକ ଦକ୍ଷ ଓ ବିଶେଷଜ୍ଞ ଡାକ୍ତର ସୃଷ୍ଟି କରିବା ଦିଗରେ ଏକ ଐତିହାସିକ ପଦକ୍ଷେପ ।’’
ଏହା ଦ୍ଵାରା ରାଜ୍ୟର ମେଡିକାଲ ଶିକ୍ଷାର ଭିତ୍ତିଭୂମିକୁ ଅଧିକ ସୁଦୃଢ଼ କରିବା ସହ ଡାକ୍ତରୀ ଛାତ୍ରଛାତ୍ରୀଙ୍କ ପାଇଁ ଉଚ୍ଚତର ଶିକ୍ଷା ଓ ଗବେଷଣାର ନୂତନ ସୁଯୋଗ ସୃଷ୍ଟି କରିବ । ଏଥିସହ ରାଜ୍ୟରେ ବିଶେଷଜ୍ଞ ଡାକ୍ତରଙ୍କ ଉପଲବ୍ଧତା ବୃଦ୍ଧି ପାଇବା ସହ ସାଧାରଣ ଜନତାଙ୍କୁ ନିଜ ଅଞ୍ଚଳରେ ଉନ୍ନତ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ଯୋଗାଇଦେବା ଦିଗରେ ଏହା ଏକ ମାଇଲଖୁଣ୍ଟ ସାବ୍ୟସ୍ତ ହେବ ।

About Author

indadmin

indadmin

Related Articles

Archives

Calendar

November 2026
M T W T F S S
 1
2345678
9101112131415
16171819202122
23242526272829
30