Indus Valley Times

ରାଜ୍ୟର ସାଢ଼େ ୩ କୋଟି ଲୋକଙ୍କୁ ମିଳିବ ଆୟୁଷ୍ମାନ କାର୍ଡ, ଦେଶର ୨୯ହଜାରରୁ ଅଧିକ ହସ୍ପିଟାଲରେ ଚିକିତ୍ସା ସୁବିଧା : ସ୍ବାସ୍ଥ୍ୟମନ୍ତ୍ରୀ

 Breaking News

ରାଜ୍ୟର ସାଢ଼େ ୩ କୋଟି ଲୋକଙ୍କୁ ମିଳିବ ଆୟୁଷ୍ମାନ କାର୍ଡ, ଦେଶର ୨୯ହଜାରରୁ ଅଧିକ ହସ୍ପିଟାଲରେ ଚିକିତ୍ସା ସୁବିଧା : ସ୍ବାସ୍ଥ୍ୟମନ୍ତ୍ରୀ

ରାଜ୍ୟର ସାଢ଼େ ୩ କୋଟି ଲୋକଙ୍କୁ ମିଳିବ ଆୟୁଷ୍ମାନ କାର୍ଡ, ଦେଶର ୨୯ହଜାରରୁ ଅଧିକ ହସ୍ପିଟାଲରେ ଚିକିତ୍ସା ସୁବିଧା : ସ୍ବାସ୍ଥ୍ୟମନ୍ତ୍ରୀ
April 05
20:20 2025

ଭୁବନେଶ୍ୱର,୫/୪: ରାଜ୍ୟର ସାଢ଼େ ୩ କୋଟି ଲୋକଙ୍କୁ ଆୟୁଷ୍ମାନ କାର୍ଡ ମିଳିବ। ୧ କୋଟି ୩ ଲକ୍ଷ ପରିବାରକୁ ଯୋଜନାରେ ସାମିଲ କରାଯିବ। ପୂର୍ବରୁ ପ୍ରତି ପରିବାରକୁ ଗୋଟିଏ କାର୍ଡ ମିଳିଥିଲା।
କିନ୍ତୁ ନୂଆ ଯୋଜନାରେ ପ୍ରତି ସଦସ୍ୟଙ୍କୁ ଗୋଟିଏ ଲେଖାଏ କାର୍ଡ ମିଳିବ। ପୂର୍ବରୁ କେବଳ ୯୦୦ ହସ୍ପିଟାଲରେ ଦେୟମୁକ୍ତ ଚିକିତ୍ସା ମିଳୁଥିଲା ଏବେ ଦେଶର ୨୯ ହଜାରରୁ ଅଧିକ ହସ୍ପିଟାଲରେ ଚିକିତ୍ସା ସୁବିଧା ମିଳିବ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି।
ପ୍ରକାଶ ଥାଉ କି, କଟକ ବାଲିଯାତ୍ରା ପଡ଼ିଆରେ ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ ହେବ। ଏହି ଶୁଭାରମ୍ଭ କାର୍ଯ୍ୟକ୍ରମରେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେ. ପି. ନଡ୍ଡା ଯୋଗ ଦେବେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆନୁଷ୍ଠାନିକ ଭାବେ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ। ଏଥିସହ ୨ ଉପମୁଖ୍ୟମନ୍ତ୍ରୀ, ୩ କେନ୍ଦ୍ର ମନ୍ତ୍ରୀ ମଧ୍ୟ କାର‌୍ୟ୍ୟକ୍ରମରେ ଯୋଗ ଦେବେ।
ଏହି ଶୁଭାରମ୍ଭ କାର‌୍ୟ୍ୟକ୍ରମ ପାଇଁ ପ୍ରଶାସନିକ ପ୍ରସ୍ତୁତି ଆରମ୍ଭ ହୋଇଛି। ଉପର ବାଲିଯାତ୍ରା ପଡ଼ିଆରେ ଶନିବାର ଏହି କାର‌୍ୟ୍ୟକ୍ରମର ପ୍ରସ୍ତୁତି ସମୀକ୍ଷା କରିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ଟ୍ରାଫିକ , ପାର୍କିଂ, ଜଳ ଯୋଗାଣ , ବିଦ୍ୟୁତ ସଂଯୋଗୀକରଣ ଦିଗ ଉପରେ ଆଲୋଚନା କରାଯାଇଛି।
ରାଜ୍ୟର ସମସ୍ତ ୧୪୦୫ ପିଏଚ୍‌ସିରେ ଏହାର ସିଧା ପ୍ରସାରଣ କରାଯିବ। ଆସନ୍ତା ୧୧ ତାରିଖରେ ଏହି ଶୁଭାରମ୍ଭ କାର‌୍ୟ୍ୟକ୍ରମ ହେବା ପାଇଁ ସୂଚନା ରହିଥିଲା। କିନ୍ତୁ ସମୟ ଓ ତାରିଖ ସମ୍ପର୍କରେ ବିଧିବଦ୍ଧ ଖବରଦାତା ସମ୍ମିଳନୀରେ ସୂଚନା ଦିଆଯିବ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି।

About Author

indadmin

indadmin

Related Articles

Archives

Calendar

June 2026
M T W T F S S
1234567
891011121314
15161718192021
22232425262728
2930