Indus Valley Times

ରାଜ୍ୟରୁ ଶୀତ ଗାଏବ: ୨ ରୁ ୪ ଡିଗ୍ରୀ ତାପମାତ୍ରା ବୃଦ୍ଧି ସମ୍ଭାବନା, କୁହୁଡ଼ି ପାଇଁ ଏସବୁ ଜିଲାକୁ ୟେଲୋ ୱାର୍ନିଂ

 Breaking News

ରାଜ୍ୟରୁ ଶୀତ ଗାଏବ: ୨ ରୁ ୪ ଡିଗ୍ରୀ ତାପମାତ୍ରା ବୃଦ୍ଧି ସମ୍ଭାବନା, କୁହୁଡ଼ି ପାଇଁ ଏସବୁ ଜିଲାକୁ ୟେଲୋ ୱାର୍ନିଂ

January 29
17:19 2025

ଭୁବନେଶ୍ବର, ୨୯/୧: ମାଘ ମାସ ଆହୁରି ୧୫ଦିନ ପରେ ‌ସରିବ। କିନ୍ତୁ ମାଘମାସରେ ଶୀତ କି ଜାଡ଼ ନାହିଁ। କୋରାପୁଟ, କନ୍ଧମାଳ, ମୟୂରଭଂଜ ଓ ସୁନ୍ଦରଗଡ଼ ଜିଲ୍ଲାର କିଛି ସ୍ଥାନରେ ସାମାନ୍ୟ ଥଣ୍ଡା ଅନୁଭୂତ ହେଉଥିବା ବେଳେ ରାଜ୍ୟରେ ବର୍ତ୍ତମାନ ଶୀତ ଗାୟବ ହୋଇଯାଇଛି କହିଲେ ଅତ୍ୟୁକ୍ତି ହେବ ନାହିଁ। ଆସନ୍ତାକାଲି ଠାରୁ ଆଉ ଶୀତ ଅନୁଭୂତ ହେବ ନାହିଁ। ଶୀତର ସ୍ଥାନ ନେବ ଟାଇଁଟାଇଁ ଖରା। ସପ୍ତାହେ ଯାଏ ଗରମର ଅନୁଭୂତି ସହ ଖରାରୁ ତ୍ରାହି ନାହିଁ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁସାରେ ରାଜ୍ୟରେ ଆସନ୍ତାକାଲିଠାରୁ ଟାଇଁଟାଇଁ ଖରା ହେବାକୁ ଥିବା ବେଳେ ସବୁଠି ପାରଦ ବଢ଼ିବ। ଏବେ ସବୁଆଡ଼େ ଗରମର ଅନୁଭୂତି ହେବ। ତାପମାତ୍ରା ସ୍ବାଭାବିକ ଠାରୁ ୨ ରୁ ୪ ଡିଗ୍ରି ପର‌୍ୟ୍ୟନ୍ତ ବୃଦ୍ଧି ପାଇଛି। ଆଗାମୀ ୪ ରୁ ୫ ଦିନ ଯାଏଁ ଦିନ ଏବଂ ରାତ୍ରି ତାପମାତ୍ରା ଅଧିକା ରହିବ। ଆଜି ରାଜ୍ୟର ଅଧିକାଂଶ ସହରରେ ତାପମାତ୍ରା ବଢିଛି। କିଛି ସ୍ଥାନରେ ଗରମ ଅନୁଭୁବ ହୋଇଛି।
ପାଣିପାଗ ବିଭାଗ ଆସନ୍ତା ୨୪ ଘଣ୍ଟା ପାଇଁ ୨୪ ଜିଲ୍ଲାରେ ଘନ କୁହୁଡ଼ିକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଗଂଜାମ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା, କଟକ, ଢେଙ୍କାନାଳ, ଅନୁଗୁଳ, ଯାଜପୁର ଦେଓଗଡ଼, ସମ୍ବଲପୁର ଓ କେନ୍ଦୁଝର ଜିଲ୍ଲାକୁ ସତର୍କ କରାଇଛି ବିଭାଗ। ସେହିପରି ଆସନ୍ତାକାଲି ଗଂଜାମ, ଗଜପତି, ନୟାଗଡ, ଖୋର୍ଦ୍ଧା, ପୁରୀ, କଟକ, କେନ୍ଦ୍ରାପଡା, ଅନୁଗୁଳ, ଜଗତସିଂହପୁର,କେନ୍ଦୁଝର ଓ ମୟୂରଭଂଜ ଏହି ୧୧ ଜିଲ୍ଲାକୁ ଘନ କୁହୁଡି ପାଇଁ ୟେଲୋ ବର୍ଣ୍ଣିଙ୍ଗ ଜାରି ହୋଇଛି। ୩୧ ତାରିଖରେ ହାଲୁକାରୁ ମଧ୍ୟମଧରଣର କୁହୁଡ଼ି ଉପକୂଳ ଓଡିଶାରେ ଦେଖିବାକୁ ମିଳିବ।
ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି, ଗତ ୨୪ ଘଣ୍ଟାରେ ୧୦ଟି ଅଞ୍ଚଳରେ ଘନ କୁହୁଡି ସହ କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମଧରଣର କୁହୁଡି ଦେଖିବାକୁ ମିଳିଥିଲା। ଗତ ୨୪ ଘଣ୍ଟା ମଧ୍ୟରେ ବରଗଡରେ ସର୍ବାଧିକ ୩୩ ଡିଗ୍ରି ତାପମାତ୍ରା ରେକର୍ଡ କରାଯାଇଥିବା ବେଳେ ରାଉରକେଲାରେ ପାରା ସର୍ବନିମ୍ନ ୧୦.୦ ଡିଗ୍ରି ଥିଲା। ଜି ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୯.୬ ଡିଗ୍ରି ରେକର୍ଡ ହୋଇଛି। ଏହାସହ ଗତ ୨୪ ଘଂଟାରେ ଅନୁଗୁଳ କୋରାପୁଟ ଓ ନୟାଗଡରେ ଅତ୍ୟଧିକ ଘନ କୁହୁଡି ସହ ଚାନ୍ଦବାଲି ,କଟକ କେନ୍ଦୁଝର କେନ୍ଦ୍ରାପଡା ଭୁବନେଶ୍ୱର ଫୁଲବାଣୀ ଓ ଜଗତସିଂହପୁରରେ ଘନ କୁହୁଡି ଦୃଶ୍ୟମାନ ହୋଇଥିଲା।

About Author

indadmin

indadmin

Related Articles

Archives

Calendar

July 2026
M T W T F S S
 12345
6789101112
13141516171819
20212223242526
2728293031