Indus Valley Times

ରାଜ୍ୟରେ ଖସୁଛି ପାରଦ ବଢୁଛି ଶୀତ

 Breaking News

ରାଜ୍ୟରେ ଖସୁଛି ପାରଦ ବଢୁଛି ଶୀତ

ରାଜ୍ୟରେ ଖସୁଛି ପାରଦ ବଢୁଛି ଶୀତ
December 16
11:40 2024

ଓଡ଼ିଶା, ୧୬/୧୨ : ରାଜ୍ୟରେ ଧୀରେ ଧୀରେ ବଢୁଛି ଶୀତ। ସକାଳ ଓ ରାତି ସମୟରେ ଘରୁ ବାହାରିବା କଷ୍ଟ ହୋଇ ପଡ଼ୁଛି। ସକାଳେ କୁହୁଡିର ଚାଦର ଢାଙ୍କି ହୋଇଯାଉଛି। ସନ୍ଧ୍ୟା ହେବା ମାତ୍ରେ ମାଡ଼ି ଆସୁଛି ଜାଡ଼। ଦେହ ଥରାଇ ଦେଉଛି କୋହଲା ପବନ।
ବିଶେଷକରି ଉପାନ୍ତ ଓ ପାହାଡିଆ ଅଞ୍ଚଳମାନଙ୍କରେ ଅଧିକ ଶୀତ ଅନୁଭୂତ ହେଉଛି । ଶୀତର ପ୍ରକୋପ ଯୋଗୁ ଶିମିଳିପାଳ ଅଭୟାରଣ୍ୟରେ ସର୍ବନିମ୍ନ ତାପମାତ୍ରା ୧ ଡିଗ୍ରୀ ରହିଛି। ଅଭୟାରଣ୍ୟର କୋର ଇଲାକାର ଥିବା ଆପାର ବାରାହାକାମୁଡାରେ ସର୍ବନିମ୍ନ ତାପମାତ୍ରା ୧ ଡିଗ୍ରୀ ରେକର୍ଡ କରାଯାଇଥିବା ଶିମିଳିପାଳ କର୍ତ୍ତୃପକ୍ଷ ଏହି ସୂଚନା ଦେଇଛନ୍ତି।
ଗତକାଲି ରାତିରେ ଶିମିଳିପାଳର ନଅଣାରେ ୪ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିବା ବେଳେ ଚହଲାରେ ୩ଡିଗ୍ରୀ ରେକର୍ଡ କରାଯାଇଛି। ସେହିପରି ବରେହିପାଣିରେ ୫ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ଗୁଡୁଗୁଡିଆରେ ୬ ଡିଗ୍ରୀ ଓ ରାମତିର୍ଥରେ ୧୦ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।
ଅନ୍ୟପକ୍ଷରେ ରାଜ୍ୟ ଆହୁରି ଶୀତ ବଢ଼ିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ୱାର୍ଣ୍ଣିଂ ଜାରି କରାଯାଇଛି। ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ ଅନୁଗୋଳ ଜିଲ୍ଲାରେ ଶୀତ ଲହର ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତାକାଲି ଯାଏଁ ଏମିତି ସ୍ଥିତି ଲାଗି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

About Author

indadmin

indadmin

Related Articles

Archives

Calendar

December 2024
M T W T F S S
 1
2345678
9101112131415
16171819202122
23242526272829
3031