Indus Valley Times

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦୫ ଜଣ କରୋନା ପଜିଟିଭ ଚିହ୍ନଟ, ୨୨ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର

 Breaking News

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦୫ ଜଣ କରୋନା ପଜିଟିଭ ଚିହ୍ନଟ, ୨୨ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର

March 17
10:09 2022

ଭୁବନେଶ୍ବର, ୧୭/୩: ଗୁରୁବାର ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୬୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୪୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୨୨ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି।
ଗୁରୁବାର ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୩୨ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ସୂଚନାଯୋଗ୍ୟ, ଗତକାଲି ୮୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ।
ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୬ ଜଣ, ବରଗଡ଼ରୁ ୨ ଜଣ, ବଲାଙ୍ଗୀରରୁ ୪ ଜଣ, ବୌଦ୍ଧ ଜିଲ୍ଲାରୁ ୨ ଜଣ, କଟକରୁ ୧ ଜଣ, ଦେବଗଡ଼ ଜିଲ୍ଲାରୁ ୧ ଜଣ, ଢେଙ୍କାନାଳ ଜିଲ୍ଲାରୁ ୧ ଜଣ, ଗଜପତିରୁ ୬ ଜଣ, ଗଞ୍ଜାମ ଜିଲ୍ଲାରୁ ୩୨, ଜଗତସିଂହପୁର ଜିଲ୍ଲାରୁ ୩ ଜଣ, ଯାଜପୁରରୁ ୫ ଜଣ, ଝାରସୁଗୁଡ଼ାରୁ ୧ ଜଣ, କନ୍ଧମାଳ ଜିଲ୍ଲାରୁ ୨ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ ଜଣ, ଖୋର୍ଦ୍ଧାରୁ ୫ ଜଣ, କୋରାପୁଟରୁ ୪ ଜଣ, ମୟୂରଭଞ୍ଜରୁ ୬ ଜଣ, ସମ୍ୱଲପୁରରୁ ୪ ଜଣ, ସୁନ୍ଦରଗଡ଼ରୁ ୧୭ ଜଣ ଓ ଷ୍ଟେଟ ପୁଲରୁ ୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୬, ୯୫୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୭, ୪୫ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୭୪୩ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031