Indus Valley Times

ରାଜ୍ୟରେ ୧୨୦୧ ନୂଆ କରୋନା ସଂକ୍ରମିତ ଚିହ୍ନଟ

 Breaking News

ରାଜ୍ୟରେ ୧୨୦୧ ନୂଆ କରୋନା ସଂକ୍ରମିତ ଚିହ୍ନଟ

ରାଜ୍ୟରେ ୧୨୦୧ ନୂଆ କରୋନା ସଂକ୍ରମିତ ଚିହ୍ନଟ
November 03
12:35 2020

ଭୁବନେଶ୍ବର, ୩।୧୧: ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନକୁ କମୁଛି । ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ଗତ କିଛି ଦିନ ହେବ ୨ହଜାର ତଳକୁ ରହୁଛି । ମଙ୍ଗଳବାର ଦିନ ୧୨୦୧ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୯୪୪୧୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୯୭ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୫୦୪ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪୯ଜଣ, ବାଲେଶ୍ୱର ଜିଲ୍ଲାରୁ ୪୮ଜଣ, ବରଗଡ଼ ଜିଲ୍ଲାରୁ ୫୮ଜଣ, ଭଦ୍ରକ ଜିଲ୍ଲାରୁ ୨୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୫୨ଜଣ, ବୌଦ୍ଧ ଜିଲ୍ଲାରୁ ୮ଜଣ, କଟକ ଜିଲ୍ଲାରୁ ୬୯ଜଣ, ଦେଓଗଡ଼ ଜିଲ୍ଲାରୁ ୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୪ଜଣ, ଗଜପତି ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୬୧ଜଣ, ଜଗତସିଂହପୁର ଜିଲ୍ଲାରୁ ୭୩ଜଣ, ଯାଜପୁର ଜିଲ୍ଲାରୁ ୨୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩୫ଜଣ, କଳାହାଣ୍ଡି ଜିଲ୍ଲାରୁ ୨୬ଜଣ, କନ୍ଧମାଳ ଜିଲ୍ଲାରୁ ୯ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪୩ଜଣ, କେନ୍ଦୁଝର ଜିଲ୍ଲାରୁ ୩୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୩୨ଜଣ, କୋରାପୁଟ ଜିଲ୍ଲାରୁ ୨୮ଜଣ, ମାଲକାନଗିରି ଜିଲ୍ଲାରୁ ୩୦ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୭୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୪ଜଣ, ନୟାଗଡ଼ ଜିଲ୍ଲାରୁ ୧୪ଜଣ, ନୂଆପଡ଼ା ଜିଲ୍ଲାରୁ ୫୭ଜଣ, ପୁରୀ ଜିଲ୍ଲାରୁ ୪୩ଜଣ, ରାୟଗଡ଼ା ଜିଲ୍ଲାରୁ ୧୫ଜଣ, ସମ୍ବଲପୁର ଜିଲ୍ଲାରୁ ୩୧ଜଣ, ସୋନପୁର ଜିଲ୍ଲାରୁ ୨୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬୭ଜଣ, ଷ୍ଟେଟ ପୁଲ୍ରୁ ୨୪ଜଣ ରହିଛନ୍ତି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031