Indus Valley Times

ଲଘୁଚାପ ପ୍ରଭାବ : ଟ୍ୱିନ୍ ସିଟି ସହିତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

 Breaking News

ଲଘୁଚାପ ପ୍ରଭାବ : ଟ୍ୱିନ୍ ସିଟି ସହିତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

ଲଘୁଚାପ ପ୍ରଭାବ : ଟ୍ୱିନ୍ ସିଟି ସହିତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା
September 26
12:40 2024

ଭୁବନେଶ୍ୱର,୨୬/୯: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗିରହିଛି। ବୁଧବାର ଭବାନୀପାଟଣାରେ ସର୍ବାଧିକ ୧୫୫ ମିମି ବର୍ଷା ରେକର୍ଡ କରାଯାଇଥିବାବେଳେ ଗୁରୁବାର ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ଘଡଘଡ଼ି ସହ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି।
ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଲାଗି ରହିଛି । କେତେକ ଅଞ୍ଚଳରେ କମରୁ ମଧ୍ୟମ ବର୍ଷା ହେଉଥିବାବେଳେ ଅନ୍ୟ କିଛି ସ୍ଥାନରେ ଲଗାତାର ପ୍ରବଳ ବର୍ଷା ଜାରି ରହିଛି। ତେବେ ଟ୍ୱିନ୍ ସିଟି କଟକ ଏବଂ ଭୁବନେଶ୍ୱର ସମେତ ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଜାରି ରହିଛି ।
ବୌଦ୍ଧ ଓ ଅନୁଗୋଳ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବାରୁ ଉଭୟ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଏହି ଦୁଇ ଜିଲାରେ ୭ରୁ ୨୦ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ। ତଳିଆ ଅଞ୍ଚଳରେ ଜଳବନ୍ଦୀ ସମସ୍ୟା ହେବାର ସମ୍ଭାବନା ଥିବାବେଳେ କଚ୍ଚା ରାସ୍ତା ଓ ଘର କ୍ଷତିଗ୍ରସ୍ତ ହୋଇପାରେ।
ଯାତାୟାତ ବାଧାପ୍ରାପ୍ତ ହେବା ସହ ଚାଷକାର୍ଯ୍ୟ ମଧ୍ୟ ପ୍ରଭାବିତ ହୋଇପାରେ। ଏ ନେଇ ସତର୍କ ରହିବା ପାଇଁ ପାଣିପାଗ କେନ୍ଦ୍ର ଅବଗତ କରାଇଛି। ଅନ୍ୟପଟେ ବାଲେଶ୍ୱର, ଭଦ୍ରକ, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼ ସମେତ ୨୧ ଜିଲାକୁ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ରହିଛି।

About Author

indadmin

indadmin

Related Articles

Archives

Calendar

August 2026
M T W T F S S
 12
3456789
10111213141516
17181920212223
24252627282930
31