Legatus

ଲାଞ୍ଚ ନେବା ବେଳେ ଧରାପଡ଼ିଲେ ରାଜସ୍ବ ନିରୀକ୍ଷକ ଲିଲି ଚୌଧୁରୀ

 Breaking News

ଲାଞ୍ଚ ନେବା ବେଳେ ଧରାପଡ଼ିଲେ ରାଜସ୍ବ ନିରୀକ୍ଷକ ଲିଲି ଚୌଧୁରୀ

November 29
17:51 2023

ସୁନ୍ଦରଗଡ଼,୨୯/୧୧: ଭିଜିଲାନ୍ସ ଜାଲରେ ପୁଣି ଜଣେ ରାଜସ୍ବ ନିରୀକ୍ଷକ। ଜଣେ ଅଭିଯୋଗକାରୀଙ୍କ ଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡ଼ିବସିଲା ଭିଜିଲାନ୍ସ। ଅଭିଯୁକ୍ତ ହେଲେ ଟାଙ୍ଗରପାଲି ତହସିଲର ତସଲାଡିହି ରାଜସ୍ବ ନିରୀକ୍ଷକ ଲିଲି ଚୌଧୁରୀ।
ସୂଚନା ଅନୁଯାୟୀ, ଟାଙ୍ଗରପାଲି ତହସିଲର ତସଲାଡିହି ରାଜସ୍ବ ନିରୀକ୍ଷକ ଲିଲି ଚୌଧୁରୀ ଜଣେ ବ୍ୟକ୍ତିଙ୍କୁ ଚାଷଜମିକୁ ବାସୋପଯୋଗୀ ଜମିରେ ରୂପାନ୍ତରିତ କରିବା ନେଇ ରିପୋର୍ଟ ଦେବା ଲାଗି ୫ ହଜାର ଟଙ୍କା ଲାଞ୍ଚ ମାଗିଥିଲେ।
କିନ୍ତୁ ଅଭିଯୋଗକାରୀ ଏନେଇ ଅକ୍ଷମତା ପ୍ରକାଶ କରିଥିଲେ। ଅବଶେଷରେ ଅଭିଯୋଗକାରୀ ଭିଜିଲାନ୍ସର ଦ୍ବାରସ୍ଥ ହୋଇଥିଲେ। ପୂର୍ବ ଯୋଜନା ମୁତାବକ ଆଜି ଅଭିଯୋଗକାରୀ ରାଜସ୍ବ ନିରୀକ୍ଷକ ଲିଲି ଚୌଧୁରୀଙ୍କୁ ୫ ହଜାର ଟଙ୍କା ଲାଞ୍ଚ ଦେଉଥିଲେ। ଏହି ସମୟରେ ସେଠାରେ ଛକିଥିବା ଭିଜିଲାନ୍ସ ଟିମ୍ ତାଙ୍କୁ ମାଡ଼ିବସିଥିଲା।
ଲିଲି ଚୌଧୁରୀଙ୍କଠାରୁ ୫ ହଜାର ଟଙ୍କା ମଧ୍ୟ ଜବତ କରିଛି ଭିଜିଲାନ୍ସ ଟିମ୍। ଲିଲି ଚୌଧୁରୀଙ୍କ କାରନାମା ନେଇ ସୁନ୍ଦରଗଡ଼ ଜିଲ୍ଲାର ଦୁଇଟି ସ୍ଥାନରେ ଏକକାଳୀନ ଚଢ଼ଉ ଜାରି ରଖିଛି ଭିଜିଲାନ୍ସ। ଏନେଇ ରାଉରକେଲା ଭିଜିଲାନ୍ସରେ ଏକ ମାମଲା ରୁଜୁ ହୋଇଛି। ଏନେଇ ଅଧିକ ତଥ୍ୟକୁ ଅପେକ୍ଷା କରାଯାଇଛି।

About Author

indadmin

indadmin

Related Articles

Archives

Calendar

March 2025
M T W T F S S
 12
3456789
10111213141516
17181920212223
24252627282930
31