Indus Valley Times

ସମ୍ବଲପୁରବାସୀଙ୍କୁ ମିଳିବ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ, ୩୪୦ କିଲୋମିଟର ପର୍ଯ୍ୟନ୍ତ ବିଛାଯିବ ପାଣି ପାଇପ୍‌ଲାଇନ୍

 Breaking News

ସମ୍ବଲପୁରବାସୀଙ୍କୁ ମିଳିବ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ, ୩୪୦ କିଲୋମିଟର ପର୍ଯ୍ୟନ୍ତ ବିଛାଯିବ ପାଣି ପାଇପ୍‌ଲାଇନ୍

ସମ୍ବଲପୁରବାସୀଙ୍କୁ ମିଳିବ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ, ୩୪୦ କିଲୋମିଟର ପର୍ଯ୍ୟନ୍ତ ବିଛାଯିବ ପାଣି ପାଇପ୍‌ଲାଇନ୍
January 11
18:35 2026

ସମ୍ବଲପୁର, ୧୧/୧ : ସହରବାସୀଙ୍କ ଦୀର୍ଘଦିନର ପିଇବା ପାଣି ସମସ୍ୟାକୁ ଦୃଷ୍ଟିରେ ରଖି ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଇଦେବା ଉଦ୍ଦେଶ୍ୟରେ ୪୫୧ କୋଟି ୨୪ ଲକ୍ଷ ଟଙ୍କା ବ୍ୟୟରେ ଏକ ବୃହତ ୱାଟର ସପ୍ଲାଏ ପ୍ରକଳ୍ପର ଭିତ୍ତିପ୍ରସ୍ତର କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।
ପାନୀୟ ଜଳ ସମସ୍ୟାର ସମାଧାନ ସହ ଅଞ୍ଚଳବାସୀଙ୍କ ଜୀବନଧାରଣ ମାନରେ ଉନ୍ନତି ଆସିବ ବୋଲି ଦୁଇ ଦିନିଆ ସମ୍ବଲପୁର ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ଦ୍ୱିତୀୟ ଦିନରେ ରବିବାର ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ ଅବସରରେ କହିଛନ୍ତି ।
ଏହି ପ୍ରକଳ୍ପ ଅଧୀନରେ ସମ୍ବଲପୁର ସହର ମଧ୍ୟରେ ପ୍ରାୟ ୩୪୦ କିଲୋମିଟର ଦୀର୍ଘ ପାଣି ପାଇପ୍‌ଲାଇନ୍ ବିଛାଯିବ। ସେଥିପାଇଁ ଗୋଟିଏ ଇନଟେକ୍ ୱେଲ୍ ଓ ଦୁଇଟି ଆଧୁନିକ ୱାଟର୍ ଟ୍ରିଟମେଣ୍ଟ ପ୍ଲାଣ୍ଟ ନିର୍ମାଣ କରାଯିବ।
ସମ୍ବଲପୁର ପଟେ ୬୫ ଏମଏଲଡି ଏବଂ ବୁର୍ଲା ପଟେ ୩୫ ଏମଏଲଡି କ୍ଷମତାର ଦୁଇଟି ଟ୍ରିଟମେଣ୍ଟ ପ୍ଲାଣ୍ଟ ସ୍ଥାପିତ ହେବ। ଏହି ଅବସରରେ ଗଣମାଧ୍ୟମକୁ ବିବୃତ୍ତି ରଖି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏହି ପ୍ରକଳ୍ପ ମାଧ୍ୟମରେ ଦିନକୁ ମୋଟ ୧୦୦ ମିଲିଅନ୍ ଲିଟର ପାନୀୟ ଜଳ ଉପଲବ୍ଧ ହେବ।
ଏହି ବୃହତ ପ୍ରକଳ୍ପ ଦ୍ୱାରା ସମ୍ବଲପୁର ସହରର ୪୧ଟି ୱାର୍ଡର ପ୍ରାୟ ୫ ଲକ୍ଷ ଜନସାଧାରଣ ଉପକୃତ ହେବେ । ଖରାଦିନରେ ସହରରେ ଦିନକୁ ପ୍ରାୟ ୩୦ ମିଲିଅନ୍ ଲିଟର, ଅର୍ଥାତ୍ ଦିନକୁ ୩ କୋଟି ଲିଟର ପାଣିର ଅଭାବ ହେଉଛି। ପ୍ରକଳ୍ପ ସମ୍ପୂର୍ଣ୍ଣ ହେବା ପରେ ପାନୀୟ ଜଳ ସମସ୍ୟାର ସମାଧାନ ହେବା ସହିତ ସହରବାସୀ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ସୁବିଧା ପାଇପାରିବେ।
ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି ଯେ ଏହି ପ୍ରକଳ୍ପ କେନ୍ଦ୍ର ସରକାରଙ୍କ \”ଅମୃତ ୨.୦\” ଯୋଜନା ଅଧୀନରେ “ଡ୍ରିଙ୍କ୍ ଫ୍ରମ୍ ଟ୍ୟାପ୍”ଯୋଜନାର ଅଂଶ। ଏଥିରେ ସହରବାସୀ ସିଧାସଳଖ ଟ୍ୟାପ୍‌ରୁ ପାଣି ଆଣି ପିଇପାରିବେ, ଯାହାକୁ ଅଲଗା ଭାବେ ଫିଲ୍ଟର କରିବାର ଆବଶ୍ୟକତା ରହିବ ନାହିଁ। ଭଲ ଓ ସୁରକ୍ଷିତ ପାନୀୟ ଜଳ ଯୋଗୁ ସମ୍ବଲପୁରବାସୀଙ୍କ ଜୀବନ ଧାରଣର ମାନରେ ଗୁଣାତ୍ମକ ପରିବର୍ତ୍ତନ ଆସିବ ।
ଏହି ଅବସରରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୁଜାରୀ, ପଞ୍ଚାୟତିରାଜ, ପାନୀୟ ଜଳ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାଏକ, ସମ୍ବଲପୁର ବିଧାୟକ ଜୟ ନାରାୟଣ ମିଶ୍ର, ପୂର୍ବତନ ବିଧାୟକ ନାଉରି ନାଏକ,ଜିଲ୍ଲାପାଳ ସିଦ୍ଧେଶ୍ଵର ବଳିରାମ ବୋନ୍ଦାର ପ୍ରମୁଖ ଉପସ୍ଥିତ ଥିଲେ।

About Author

indadmin

indadmin

Related Articles

Archives

Calendar

June 2026
M T W T F S S
1234567
891011121314
15161718192021
22232425262728
2930