Indus Valley Times

ସିବିଆଇ ସମନ ପରେ ବଢ଼ିଲା ବରିଷ୍ଠ ଆଇଏଏସ୍ ଅଧିକାରୀ ବିଷ୍ଣୁପଦ ସେଠୀଙ୍କ ଅଡ଼ୁଆ

 Breaking News

ସିବିଆଇ ସମନ ପରେ ବଢ଼ିଲା ବରିଷ୍ଠ ଆଇଏଏସ୍ ଅଧିକାରୀ ବିଷ୍ଣୁପଦ ସେଠୀଙ୍କ ଅଡ଼ୁଆ

December 14
11:57 2024

ଭୁବନେଶ୍ୱର, ୧୪/୧୨ : ଭୁବନେଶ୍ୱରରେ ୧୦ ଲକ୍ଷ ଟଙ୍କା ଲାଞ୍ଚ କାରବାର ମାମଲାରେ ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କୁ ସିବିଆଇ ପଠାଇଛି ସମନ। ଏବେ ଏହି ସମନ ସାମ୍ନାକୁ ଆସିଛି।
ଡିସେମ୍ବର ୧୦ ତାରିଖରେ ସିବିଆଇ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ବିଭାଗ ଏବଂ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀଙ୍କ ନିକଟକୁ ସିବିଆଇ ପଠାଇଥିଲା ସମନ। ଦିଲ୍ଲୀରୁ ତାଙ୍କୁ ଏହି ସମନ ପଠାଯାଇଥିବା ବେଳେ ଡିସେମ୍ବର ୧୧ ତାରିଖ ଦିନ ୧୦ଟା ବେଳେ ଭୁବନେଶ୍ୱରର ନୂଆପଲ୍ଲୀ ସ୍ଥିତ ସିବିଆଇ ଅଫିସରେ ହାଜର ହେବାକୁ କୁହାଯାଇଥିଲା।
ଏହି ଚିଠିରେ ଲେଖାଯାଇଥିଲା ଯେ ବ୍ରିଜ୍ ଆଣ୍ଡ ରୁଫ୍ କନଷ୍ଟ୍ରକ୍ସନ କୋ. (ଇଣ୍ଡିଆ) ଏଲ୍‌ଟିଡିର ଗ୍ରୁପ୍ ଜେନେରାଲ ମ୍ୟାନେଜର ଚଞ୍ଚଳ କୁମାର ମୂଖାର୍ଜୀ ଓ ଅନ୍ୟମାନଙ୍କ ନାଁରେ ନୂଆଦିଲ୍ଲୀରେ ସିବିଆଇର ଏସି-ଟୁରେ ମାମଲା ରୁଜୁ ହୋଇଛି। ଏହା ଜଣାପଡ଼ିଛି ଯେ ଆପଣଙ୍କ ପାଖରେ ଏ ମାମଲା ସଂକର୍ପିତ କିଛି ଗୁରୁତ୍ୱପୂର୍ଣ୍ଣ ତଥ୍ୟ ରହିଛି, ଯାହାକୁ ଆପଣଙ୍କଠାରୁ ନିଶ୍ଚିତ କରିବା ଜରୁରୀ। ତେଣୁ ଡିସେମ୍ବର ୧୧ ତାରିଖ ଦିନ ୧୦ଟା ବେଳେ ଭୁବନେଶ୍ୱରର ନୂଆପଲ୍ଲୀ ସ୍ଥିତ ସିବିଆଇ ଅଫିସକୁ ଆସି ତଦନ୍ତରେ ଯୋଗ ଦେବାକୁ ଆପଣଙ୍କୁ ଅନୁରୋଧ କରାଯାଉଛି।
ସିବିଆଇର ଏହି ସମନ ନେଇ ବରିଷ୍ଠ ଆଇଏଏସ୍ ବିଷ୍ଣୁପଦ ସେଠୀ ମୁହଁ ଖୋଲି ନାହାନ୍ତି। ଅନ୍ୟପକ୍ଷରେ ସିବିଆଇ ଗତକାଲି ଆଇଏଏସ୍ ଶ୍ରୀ ସେଠୀଙ୍କ ଡ୍ରାଇଭରମାନଙ୍କ ତାଲିକା ମାଗିଛି। ଶ୍ରୀ ସେଠୀ ଯେଉଁସବୁ ବିଭାଗ ଦାୟିତ୍ୱରେ ରହିଛନ୍ତି ଓ ତାଙ୍କ ସହ ଯେଉଁ ଡ୍ରାଇଭରମାନେ ରହିଛନ୍ତି, ସେମାନଙ୍କର ସମସ୍ତଙ୍କର ନାମ, ଠିକଣା, ମୋବାଇଲ ନମ୍ବର ଆଦି ଦେବା ପାଇଁ ସିବିଆଇ ଚିଠି ଲେଖିଛି। ଏହା ଅତ୍ୟନ୍ତ ଜରୁରୀ ବୋଲି ମଧ୍ୟ ସିବିଆଇ ଦର୍ଶାଇଛି।
ସିବିଆଇ ଡିସିପି ଅଜିତ୍ କୁମାର ପାଣ୍ଡେ ଏନେଇ ରାଜ୍ୟ ସରକାରଙ୍କୁ ଇ-ମେଲ୍ ମାଧ୍ୟମରେ ଅବଗତ କରିବା ସହ ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀଙ୍କୁ ଏଥିପାଇଁ ଆବଶ୍ୟକ ନିର୍ଦ୍ଦେଶ ଦେବାକୁ ଅନୁରୋଧ କରିଛନ୍ତି। ଶ୍ରୀ ସେଠୀଙ୍କ ଡ୍ରାଇଭରମାନଙ୍କୁ ସିବିଆଇ ତା’ର ତଦନ୍ତ ପାଇଁ ଭୁବନେଶ୍ୱର ଅଫିସକୁ ଡାକିବ ବୋଲି ସୂଚନା ଦେଇଛନ୍ତି।
ଏହି ମାମଲାରେ ସିବିଆଇ ବ୍ରିଜ୍ ଆଣ୍ଡ ରୁଫ୍ କନଷ୍ଟ୍ରକ୍ସନ କୋ. (ଇଣ୍ଡିଆ) ଏଲ୍‌ଟିଡିର ଗ୍ରୁପ୍ ଜେନେରାଲ ମ୍ୟାନେଜର ଚଞ୍ଚଳ କୁମାର ମୂଖାର୍ଜୀଙ୍କ ସହିତ ଠିକାଦାର ସନ୍ତୋଷ ମହାରଣା ଓ ସୁପର କ୍ଲାସ କଣ୍ଟ୍ରାକ୍ଟର ଦେବଦତ୍ତ ମହାପାତ୍ରଙ୍କୁ ଗିରଫ କରିଛି। ସେମାନଙ୍କୁ ଦ୍ୱିତୀୟ ଥର ରିମାଣ୍ଡରେ ଆଣି ଜେରା କରୁଛି ସିବିଆଇ।

About Author

indadmin

indadmin

Related Articles

Archives

Calendar

July 2026
M T W T F S S
 12345
6789101112
13141516171819
20212223242526
2728293031