Legatus

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ,୨୪ଘଣ୍ଟାରେ ଲଘୁଚାପ କ୍ଷେତ୍ର

 Breaking News

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ,୨୪ଘଣ୍ଟାରେ ଲଘୁଚାପ କ୍ଷେତ୍ର

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ,୨୪ଘଣ୍ଟାରେ ଲଘୁଚାପ କ୍ଷେତ୍ର
July 24
12:03 2023

ଭୁବନେଶ୍ବର, ୨୪/୭: ସୋମବାର ପଶ୍ଚିମ କେନ୍ଦ୍ରୀୟ ତଥା ତତ୍ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ଅର୍ଥାତ୍ ୨୫ ତାରିଖ ଆଡ଼କୁ ସେହି ସମାନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ରାଜ୍ୟରେ ୨୫ ତାରିଖରୁ ବର୍ଷାର ପରିମାଣ ଓ ବିସ୍ତୃତି ବଢ଼ିବ।
ମୌସୁମୀଜନିତ ନିମ୍ନଚାପରେଖା ଗତକାଲିଠାରୁ ଗୁଜରାଟର ଦେସାରୁ ବାହାରି ରିଲମ୍, ବେତୁଲ, ବ୍ରହ୍ମପୁରୀ, କାଙ୍କେର, ଆନ୍ଧ୍ରପ୍ରଦେଶର କଳିଙ୍ଗ ପାଟନମ୍ରୁ ପୂର୍ବ-ଦକ୍ଷିଣପୂର୍ବ ଦିଗରେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଯାଏ ଲମ୍ବିଛି। ପ୍ରଭାବରେ ଆଜି ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ ଓ ବଲାଙ୍ଗୀର ଆଦି ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି। ୨୫ ତାରିଖରୁ ରାଜ୍ୟରେ ଲଘୁଚାପଜନିତ ପ୍ରବଳ ବର୍ଷା ଆରମ୍ଭ ହୋଇଯିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।
ପାଣିପାଗ କେନ୍ଦ୍ରର ସୂଚନା ମୁତାବକ, ଆସନ୍ତା ୨୫ ତାରିଖ ଦିନ କନ୍ଧମାଳ, ନବରଙ୍ଗପୁର, କଳାହାଣ୍ଡି, ମାଲକାନଗିରି, କୋରାପୁଟ, ଗଜପତି, ଗଞ୍ଜାମ, ରାୟଗଡ଼ା ଓ ବଲାଙ୍ଗୀର ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିସହ ସୁବର୍ଣ୍ଣପୁର, ବୌଦ୍ଧ, କଟକ, ଖୋର୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର ଓ ନୟାଗଡ଼ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ।
ଏହି ସବୁ ଜିଲ୍ଲା ପାଇଁ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି। ୨୬ ଓ ୨୭ରେ ମଧ୍ୟ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆଜି ରାଜଧାନୀ ଭୁବନେଶ୍ବରର ପାଗ ଆଂଶିକ ମେଘୁଆ ରହିବ। ମଝିରେ ମଝିରେ କିଛି ବର୍ଷା ସମ୍ଭାବନା ମଧ୍ୟ ରହିଛି। ଦିନର ସର୍ବୋଚ୍ଚ ତାପମାତ୍ରା ୩୩ ଡିଗ୍ରି ଓ ରାତି ସର୍ବନିମ୍ନ ତାପମାତ୍ରା ୨୬ ଡିଗ୍ରି ମଧ୍ୟରେ ରହିବ।

About Author

indadmin

indadmin

Related Articles

Archives

Calendar

March 2025
M T W T F S S
 12
3456789
10111213141516
17181920212223
24252627282930
31