Indus Valley Times

୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୫୫ କୋଭିଡ୍ ପଜିଟିଭ୍, ୪୩ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର

 Breaking News

୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୫୫ କୋଭିଡ୍ ପଜିଟିଭ୍, ୪୩ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର

୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୫୫ କୋଭିଡ୍ ପଜିଟିଭ୍, ୪୩ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର
August 16
11:49 2022

ଭୁବନେଶ୍ବର, ୧୬/୮: ମଙ୍ଗଳବାର ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ପୁଣି କମିଛି। ତେବେ ଏହା ୩ ଶହ ତଳେ ରହିଛି।
ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୫୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୪୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୦୬ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି।
ଏଥିମଧ୍ୟରେ ୪୩ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୨୫ଟି ଜିଲ୍ଲାରୁ ୨୫୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ମଙ୍ଗଳବାର ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୯ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୭ ଜଣ, ବରଗଡ଼ରୁ ୫, ଭଦ୍ରକରୁ ୩ ଜଣ, ବଲାଙ୍ଗୀରରୁ ୭ ଜଣ, କଟକରୁ ୧୩ ଜଣ, ଦେବଗଡ଼ରୁ୨ ଜଣ, ଗଜପତିରୁ ୬ ଜଣ, ଗଞ୍ଜାମରୁ ୧, ଜଗତସିଂହପୁରରୁ ୧, ଯାଜପୁରରୁ ୬ ଜଣ, ଝାରସୁଗୁଡ଼ାରୁ ୪ ଜଣ, କଳାହାଣ୍ଡି ଜିଲ୍ଲାରୁ ୧୪ ଜଣ, କନ୍ଧମାଳରୁ ୧ ଜଣ,ଓ କରୋନା ଚିହ୍ନଟ ହୋଇଛନ୍ତି ।
ସେହିପରି କେନ୍ଦ୍ରାପଡ଼ାରୁ ୨, ଖୋର୍ଦ୍ଧା ଜିଲ୍ଲାରୁ ୫୯, କୋରାପୁଟ ଜିଲ୍ଲାରୁ ୩ ଜଣ, ମାଲକାନଗିରିରୁ ୧୧, ମୟୂରଭଞ୍ଜରୁ ୧୧ ଜଣ, ନବରଙ୍ଗପୁରରୁ ୧୨ ଜଣ, ନୟାଗଡ଼ ଜିଲ୍ଲାରୁ ୭ ଜଣ, ନୂଆପଡ଼ାରୁ ୪, ପୁରୀରୁ ୨ ଜଣ, ରାୟଗଡ଼ାରୁ ୪ ଜଣ, ସମ୍ବଲପୁରରୁ ୧୪ ଜଣ, ସୋନପୁରରୁ ୧୦ ଜଣ, ସୁନ୍ଦରଗଡ଼ରୁ ୪୪ ଜଣ ଓ ଷ୍ଟେଟପୁଲରୁ ୧୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୩, ୨୩, ୩୦୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୩,୧୦, ୬୩୫ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୩୪୬୨ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

About Author

indadmin

indadmin

Related Articles

Archives

Calendar

December 2024
M T W T F S S
 1
2345678
9101112131415
16171819202122
23242526272829
3031