Legatus

୩୦ ଯାଏଁ ପ୍ରବଳ ବର୍ଷିବ, ୱାର୍ଣ୍ଣିଂ ଜାରି

 Breaking News

୩୦ ଯାଏଁ ପ୍ରବଳ ବର୍ଷିବ, ୱାର୍ଣ୍ଣିଂ ଜାରି

July 27
10:14 2023

ଭୁବନେଶ୍ବର,୨୭/୭ : ଲଘୁଚାପ ପ୍ରଭାବରେ ଆସନ୍ତା ୫ ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ। ଗୁରୁବାର ମଧ୍ୟାହ୍ନ ସୁଦ୍ଧା ମାଲକାନଗିରି ଓ କୋରାପୁଟର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ୭ରୁ ୨୦ ସେମି ପର୍ଯ୍ୟନ୍ତ ବର୍ଷା ହେବାକୁ ଥିବାରୁ ତଳିଆ ଅଞ୍ଚଳରେ ବର୍ଷାଜଳ ଜମି ରହିବା ଏବଂ ଟ୍ରାଫିକ୍ ପରିଚାଳନାରେ ସମସ୍ୟାର ହୋଇପାରେ।
କେତେକ ସ୍ଥାନରେ ଭୂସ୍ଖଳ ଭଳି ସମସ୍ୟାର ଆଶଙ୍କା ରହିଥିବାରୁ ସ୍ଥିତି ଉପରେ ନଜର ରଖିବାକୁ ଜିଲ୍ଲା ପ୍ରଶାସନକୁ କୁହାଯାଇଛି। ଏହାବ୍ୟତୀତ ନୂଆପଡ଼ା, ଗଜପତି, କଳାହାଣ୍ଡି, ରାୟଗଡ଼ା, ନବରଙ୍ଗପୁର ଓ ବଲାଙ୍ଗୀର ଜିଲ୍ଲାରେ ପ୍ରବଳ ବର୍ଷା(୭ରୁ ୧୧ ସେମି) ହେବାକୁ ଥିବାରୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ଏହାର ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର ଓ ବରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।
ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି, ପଶ୍ଚିମ କେନ୍ଦ୍ରୀୟ ଓ ତତ୍ସଂଲଗ୍ନ ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଉତ୍ତର ଆନ୍ଧ୍ର ପ୍ରଦେଶ ଏବଂ ଦକ୍ଷିଣ ଓଡିଶା ଉପକୂଳରେ ସକ୍ରିୟ ସୁଦୃଶଃ ଲଘୁଚାପ କ୍ଷେତ୍ରରୁ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଯାଏଁ ଲମ୍ବିଛି। ଏହା ସମୁଦ୍ର ପତ୍ତନଠାରୁ ବାୟୁମଣ୍ଡଳର ୧.୫ କିମି ଉଚ୍ଚତା ଯାଏଁ ବ୍ୟାପିଛି।
ଜୁନ୍ ପହିଲାରୁ ଆଜି ସୁଦ୍ଧା ଓଡ଼ିଶାରେ ସ୍ବାଭାବିକ ଭାବେ ୪୮୯ ମିମି ବର୍ଷା ହେବା କଥା। ଯେତେବେଳେ କି ଚଳିତବର୍ଷ ୪୨୫.୮ ମିମି ବର୍ଷା ରେକର୍ଡ କରାଯାଇଛି। ୧୩ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରହିଥିବା ବେଳେ ଦୁଇଟି ଜିଲ୍ଲାରେ ଅଧିକ ନିଅଣ୍ଟିଆ ରହିଛି। ୧୫ଟି ଜିଲ୍ଲାରେ ସ୍ବାଭାବିକ ବର୍ଷା ହୋଇଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

About Author

indadmin

indadmin

Related Articles

Archives

Calendar

March 2025
M T W T F S S
 12
3456789
10111213141516
17181920212223
24252627282930
31