Indus Valley Times

ଅକ୍ଟୋବର ୨୩ରେ ଓଡ଼ିଶା ଗସ୍ତରେ ଆସିବେନି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

 Breaking News

ଅକ୍ଟୋବର ୨୩ରେ ଓଡ଼ିଶା ଗସ୍ତରେ ଆସିବେନି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଅକ୍ଟୋବର ୨୩ରେ ଓଡ଼ିଶା ଗସ୍ତରେ ଆସିବେନି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
October 21
22:16 2024

ଭୁୁବନେଶ୍ୱର,୨୧/୧୦ : ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ୨୩ରୁ ପ୍ରସ୍ତାବିତ ୩ଦିନିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମକୁ ସ୍ଥଗିତ ରଖାଯାଇଛି ।
ଓଡ଼ିଶାରେ ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆଜି ରାଷ୍ଟ୍ରପତି ଭବନ ଓ କେନ୍ଦ୍ର ଗୃହ ମନ୍ତ୍ରଣାଳୟକୁ ଅବଗତ କରିବା ପରେ ରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟକ୍ରମ ସ୍ଥଗିତ ରଖିବାକୁ ନିଷ୍ପତ୍ତି ହୋଇଥିବା ଜଣାପଡ଼ିଛି ।
ସୂଚନା ଅନୁସାରେ, ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ୨୩ ତାରିଖରେ ୩ ଦିନିଆ ଓଡ଼ିଶା ଗସ୍ତରେ ଆସି ମୟୂରଭଞ୍ଜ, ପୁରୀ ଓ ଭୁବନେଶ୍ୱରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ସ୍ଥିରୀକୃତ ହୋଇଥିଲା । ଏଥିପାଇଁ ପ୍ରଶାସନ ପକ୍ଷରୁ ମଧ୍ୟ ପ୍ରସ୍ତୁତି ଶେଷ ହୋଇଥିଲା ।
କିନ୍ତୁ ସମ୍ଭାବ୍ୟ ବାତ୍ୟାବେଳେ ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତକୁ ନେଇ ପ୍ରଶାସନିକସ୍ତରରେ ସମସ୍ୟା ସୃଷ୍ଟି ହେବାର ଆଶଙ୍କା ସୃଷ୍ଟି ହେବ ଦର୍ଶାଇ ରାଜ୍ୟ ସରକାରଙ୍କ ପକ୍ଷରୁ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଓ ରାଷ୍ଟ୍ରପତି ଭବନକୁ ଲିଖିତ ଭାବେ ଅବଗତ କରାଯାଇଥିବା ସୂଚନା ମିଳିଛି ।
ଅବଶ୍ୟ ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ କେହି ଆନୁଷ୍ଠାନିକ ସୂଚନା ଦେଇନାହାନ୍ତି । ମାତ୍ର ସମ୍ଭାବ୍ୟ ବାତ୍ୟା ଆଶଙ୍କା ଲାଗି ରହିଥିବାରୁ ରାଷ୍ଟ୍ରପତିଙ୍କ ୨୩ରେ ଓଡ଼ିଶା ଆସିବାର ସମ୍ଭାବନା କ୍ଷୀଣ ବୋଲି ଜଣାପଡ଼ିଛି ।
ସୂଚନାଯୋଗ୍ୟ, ରାଷ୍ଟ୍ରପତି ୨୩ତାରିଖରେ ମୟୂରଭଞ୍ଜସ୍ଥିତ ନିଜ ଗାଁକୁ ଯାଇ ୨୪ରେ ପୁରୀସ୍ଥିତ ଗୋପବନ୍ଧୁ ଆୟୁର୍ବେଦ କଲେଜର ୭୫ତମ ବାର୍ଷିକ ଉତ୍ସବରେ ସାମିଲ ହୋଇ ଭୁବନେଶ୍ୱରରେ ଓୟୁଏଟିର ୪୦ତମ ସମାବର୍ତ୍ତନ ଉତ୍ସବ ଯୋଗ ଦେଇ ୨୫ତାରିଖରେ ଫେରିଯିବାର କାର୍ଯ୍ୟକ୍ରମ ରହିଥିଲା । ତେବେ ସମ୍ଭାବ୍ୟ ବାତ୍ୟା ପୁରୀଠାରେ ଉପକୂଳ ଛୁଇଁବାର ଆଶଙ୍କା କରାଯାଉଥିବାରୁ ରାଷ୍ଟ୍ରପତିଙ୍କ ଗସ୍ତକୁ ବାତିଲ କରିଦିଆଯାଇଥିବା ଜଣାପଡ଼ିଛି ।

About Author

indadmin

indadmin

Related Articles

Archives

Calendar

June 2026
M T W T F S S
1234567
891011121314
15161718192021
22232425262728
2930