Indus Valley Times

ଅଧବାଟରେ ଅଟକି ରହିଛନ୍ତି ମହାପ୍ରଭୁ: ଆଜି ସକାଳ ୯ଟା ୩୦ରୁ ପୁଣି ରଥଟଣା

 Breaking News

ଅଧବାଟରେ ଅଟକି ରହିଛନ୍ତି ମହାପ୍ରଭୁ: ଆଜି ସକାଳ ୯ଟା ୩୦ରୁ ପୁଣି ରଥଟଣା

ଅଧବାଟରେ ଅଟକି ରହିଛନ୍ତି ମହାପ୍ରଭୁ: ଆଜି ସକାଳ ୯ଟା ୩୦ରୁ ପୁଣି ରଥଟଣା
June 28
10:54 2025

ପୁରୀ,୨୮/୬: ଶୁକ୍ରବାର ବଡ଼ଦାଣ୍ଡରେ ନନ୍ଦିଘୋଷ ରଥ ଅଟକି ରହିଥିବାବେଳେ ଶନିବାର ସକାଳେ ଗଡ଼ିଛି ମହାବାହୁଙ୍କ ରଥ। ଘଣ୍ଟ, ହୁଳହୁଳିରେ ବଡ଼ଦାଣ୍ଡ ପ୍ରକମ୍ପିତ ହୋଇଉଠୁଛି। ବଡ଼ଦାଣ୍ଡରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି।
ଶ୍ରୀଗୁଣ୍ଡିଚାରେ ମହାବାହୁଙ୍କ ରଥ ଅଳ୍ପ ଗଡ଼ି ଅଟକି ରହିଥିଲା। ରାତି ହୋଇଯାଇଥିବାରୁ ରଥଟଣା ବନ୍ଦ କରାଯାଇଥିଲା।
ଅନ୍ୟପକ୍ଷରେ ଶୁକ୍ରବାର ମହାପ୍ରଭୁଙ୍କ ପବିତ୍ର ଘୋଷଯାତ୍ରା ଅଘଟଣଶୂନ୍ୟ ଭାବେ ଅନୁଷ୍ଠିତ ହୋଇଛି ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ କହିଛନ୍ତି।
ଶ୍ରୀଗୁଣ୍ଡିଚା ଯାତ୍ରା ସମ୍ପର୍କିତ ସମସ୍ତ ନୀତିକାନ୍ତି ଠିକଣା ସମୟରେ ସମାପନ ପାଇଁ ସମସ୍ତ ସେବକ ନିଯୋଗ, ଶ୍ରୀମନ୍ଦିର ପ୍ରଶାସନ, ଜିଲା ପ୍ରଶାସନ ଏବଂ ପୋଲିସ ପ୍ରଶାସନର ସମସ୍ତ କର୍ମଚାରୀ, ସରକାରଙ୍କ ବିଭିନ୍ନ ଅନୁଷ୍ଠାନ, ଗଣମାଧ୍ୟମ ଅନୁଷ୍ଠାନ ଏବଂ ଲକ୍ଷାଧିକ ଭକ୍ତଙ୍କୁ ମୁଖ୍ୟ ପ୍ରଶାସକ କୃତଜ୍ଞତା ତଥା ଆନ୍ତରିକ ଧନ୍ୟବାଦ ଜ୍ଞାପନ କରିଛନ୍ତି।

About Author

indadmin

indadmin

Related Articles

Archives

Calendar

September 2026
M T W T F S S
 123456
78910111213
14151617181920
21222324252627
282930