Indus Valley Times

ଅଧିକ ରୁ ଅଧିକ ମାଛ ଚାଷ କରି ଚାଷୀଙ୍କୁ ପ୍ରୋତ୍ସାହିତ କରିବାକୁ ନିର୍ଦ୍ଦେଶ ଦେଲେ ଜିଲ୍ଲାପାଳ

 Breaking News

ଅଧିକ ରୁ ଅଧିକ ମାଛ ଚାଷ କରି ଚାଷୀଙ୍କୁ ପ୍ରୋତ୍ସାହିତ କରିବାକୁ ନିର୍ଦ୍ଦେଶ ଦେଲେ ଜିଲ୍ଲାପାଳ

August 22
19:09 2025

କମ୍ଭୁଧର କ୍ଷେତିଙ୍କ ରିପୋର୍ଟ
ବୌଦ୍ଧ, ୨୨/ ୮ : ଜିଲ୍ଲାପାଳ ଶ୍ରୀଯୁକ୍ତ ବିଭୂତି ଭୂଷଣ ନାୟକ ଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ର ମିନି ସମ୍ମିଳନୀ କକ୍ଷରେ ମତ୍ସ୍ୟଚାଷ ଉପରେ ଏକ ଗୁରୁବାର ସଂଧ୍ୟାରେ ଅନୁଷ୍ଠିତ ହୋଇଯାଇଛି ।
ଏହି ବୈଠକରେ ଜିଲ୍ଲାପାଳ ଶ୍ରୀଯୁକ୍ତ ନାୟକ ମତ୍ସ୍ୟଚାଷ ଉପରେ ଗୁରୁତ୍ଵାରୋପ କରି ଚାଷୀ ଙ୍କୁ ଉତ୍ସାହିତ କରିବା ପାଇଁ ମତବ୍ୟକ୍ତ କରିଥିଲେ ।
ବୌଦ୍ଧ ରେ ବହୁତ ବନ୍ଧ ଥିବାରୁ ଚାଷୀମାନେ ଯେପରି ମାଛ ଚାଷ ଅଧିକରୁ ଅଧିକ କରି ଲାଭବାନ୍ ହୋଇପାରିବେ ବୋଲି ଜିଲ୍ଲାପାଳ ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ମାନଙ୍କୁ କ୍ଷେତ୍ର ପ୍ରସ୍ତୁତ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ । ଏଥି ସହିତ ଜିଲ୍ଲା ମତ୍ସ୍ୟ ବିଭାଗ ର ଅଧିକାରୀ ଙ୍କୁ ଏଥିପ୍ରତି ଦୃଷ୍ଟି ଦେବା ପାଇଁ ନିର୍ଦ୍ଦଶ ଦେଇଥିଲେ ।
ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟ ରେ ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ,ଜିଲ୍ଲା ପରିଷଦ ପ୍ରଭାସ ଚନ୍ଦ୍ର ଦଣ୍ଡସନା, ଉପ ଜିଲ୍ଲାପାଳ ବିନୟ କୁମାର ଭୋଇ, ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ସମସ୍ତ ତହସିଲଦାର, ଜିଲ୍ଲା ମତ୍ସ୍ୟ ଅଧିକାରୀ ଲିପ୍ସା ପଟ୍ଟନାୟକ ଙ୍କ ସମେତ ଅନ୍ୟାନ୍ୟ ମତ୍ସ୍ୟ ଅଧିକାରୀ ଉପସ୍ଥିତ ଥିଲେ ।

About Author

indadmin

indadmin

Related Articles

Archives

Calendar

September 2026
M T W T F S S
 123456
78910111213
14151617181920
21222324252627
282930