Indus Valley Times

ଅବପାତର ରୂପ ନେବ ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ : ୨୪ରେ ରାଜ୍ୟର ଉପକୂଳ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଜିଲ୍ଲାରେ ବର୍ଷା ବୃଦ୍ଧି ସମ୍ଭାବନା

 Breaking News

ଅବପାତର ରୂପ ନେବ ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ : ୨୪ରେ ରାଜ୍ୟର ଉପକୂଳ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଜିଲ୍ଲାରେ ବର୍ଷା ବୃଦ୍ଧି ସମ୍ଭାବନା

ଅବପାତର ରୂପ ନେବ ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ : ୨୪ରେ ରାଜ୍ୟର ଉପକୂଳ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଜିଲ୍ଲାରେ ବର୍ଷା ବୃଦ୍ଧି ସମ୍ଭାବନା
October 22
19:47 2025

ଭୁବନେଶ୍ୱର,୨୨/୧୦ : ସମ୍ଭାବ୍ୟ ବର୍ଷା ଓ ଏହାର ମୁକାବିଲା ନିମନ୍ତେ କୃଷି ବିଭାଗର ଏକ ପ୍ରସ୍ତୁତି ବୈଠକ କୃଷି ବିଭାଗ ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ ହୋଇଯାଇଛି।
ଏହି ବୈଠକରେ କୃଷି ନିର୍ଦ୍ଦେଶକ ଶୁଭମ୍ ସକ୍ସେନା, ଭାରତୀୟ ପାଣିପାଗ ନିର୍ଦ୍ଦେଶିକା ଶ୍ରୀମତୀ ମନୋରମା ମହାନ୍ତି, ଓୟୁଏଟି ଡିନ ଡଃ. ପ୍ରସନଜିତ୍ ମିଶ୍ର ମଧ୍ୟ ଯୋଗଦେଇଥିଲେ।
ପାଣିପାଗ ବିଭାଗ ସୂଚନା ଅନୁଯାୟୀ, ଏଯାବତ୍ ରାଜ୍ୟରେ ସମ୍ଭାବ୍ୟ ବାତ୍ୟାର କୌଣସି ସୂଚନା ନାହିଁ। କିନ୍ତୁ ଦକ୍ଷିଣ-ପଶ୍ଚିମ ମୌସୁମୀ ପ୍ରତ୍ୟାବର୍ତ୍ତନ କାରଣରୁ ସାମୟିକ ଭାବେ ରାଜ୍ୟର କିଛି ସ୍ଥାନରେ ବିକ୍ଷିପ୍ତ ବର୍ଷା ହେବାର ସମ୍ଭାବନା ରହିଛି ଏବଂ ଶେଷ କରି ଉପକୂଳ ଓଡ଼ିଶାରେ କିଛି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି। ତଦନୁଯାୟୀ ଚାଷୀମାନଙ୍କୁ ପାଣିପାଗ ବିଭାଗର ପରାମର୍ଶକୁ ଅନୁପାଳନ କରିବା ପାଇଁ କୃଷି ସଚିବ ଡ. ପାଢ଼ୀ ଅନୁରୋଧ କରିଛନ୍ତି।
ଚଳିତ ଖରିଫ ଋତୁରେ (ଜୁନ୍ ୧ରୁ ସେପ୍ଟେମ୍ବର ୩୦ ମଧ୍ୟରେ) ରାଜ୍ୟରେ ୧୦୦ ପ୍ରତିଶତ ବର୍ଷା ସାଧାରଣ ଭାବେ ହୋଇଛି ଏବଂ ଏହି କାରଣରୁ ଭଲ ଫସଲ ଅମଳ ଆଶା କରାଯାଉଛି। ଚାଷୀମାନେ କୌଣସି ପ୍ରକାର ବିଭ୍ରାନ୍ତିକର ତଥ୍ୟ ଶୁଣି ଭୟଭୀତ ନ ହେବାକୁ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି। ଆବଶ୍ୟକସ୍ଥଳେ ଚାଷୀମାନେ ୧୫୫୩୩୩ ନମ୍ବରରେ ଯୋଗାଯୋଗ କରିପାରିବେ କିମ୍ବା ନିକଟସ୍ଥ ଆଞ୍ଚଳିକ କୃଷି ଗବେଷଣା କେନ୍ଦ୍ର/ କୃଷି ଅଧିକାରୀଙ୍କୁ ଯୋଗାଯୋଗ କରିପାରିବେ। ବୈଠକରେ ବହୁ ବିଭାଗୀୟ ବରିଷ୍ଠ ଅଧିକାରୀବୃନ୍ଦ ଉପସ୍ଥିତ ଥିଲେ।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031