Indus Valley Times

ଦୁଇଦିନ କିଛି ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା

 Breaking News

ଦୁଇଦିନ କିଛି ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା

ଦୁଇଦିନ କିଛି ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା
July 23
12:11 2024

ଭୁବନେଶ୍ୱର, ୨୩/୭ :ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ସୋମବାର ପୁରୀରେ ସର୍ବାଧିକ ୪୬ ମିମି ବର୍ଷା ରେକର୍ଡ କରାଯାଇଥିବା ବେଳେ ଅଧିକାଂଶ ଜିଲାରେ ପ୍ରବଳ ବର୍ଷିଛି। ଆସନ୍ତା ୪ଦିନ ପର୍ଯ୍ୟନ୍ତ ଏହିଭଳି ସ୍ଥିତି ଜାରି ରହିବ। ଦୁଇଦିନ କିଛି ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ଫଳରେ ଏସବୁ ଜିଲାଗୁଡ଼ିକୁ ସତର୍କ ରହିବା ପାଇଁ ପରାମର୍ଶ ଦିଆଯାଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନାନୁସାରେ, ମଙ୍ଗଳବାର ବରଗଡ଼, ବୌଦ୍ଧ, ସୋନପୁର, ସମ୍ବଲପୁର ଆଦି ୪ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଏବଂ ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ନୟାଗଡ଼, ଖୋର୍ଦ୍ଧା, ଜଗତ୍ସିଂହପୁର, କଟକ ଓ କେନ୍ଦ୍ରାପଡ଼ାରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି।
ତେଣୁ ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିଭଳି ବୁଧବାର କେନ୍ଦ୍ରାପଡ଼ା, କଟକ, ଢେଙ୍କାନାଳ ଏବଂ ଅନୁଗୋଳରେ ପ୍ରବଳରୁ ଅତି ବର୍ଷା ଓ ଜଗତ୍ସିଂହପୁର, ଖୋର୍ଦ୍ଧା, ଦେବଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ଜଗତ୍ସିଂହପୁର, ଯାଜପୁର, ସମ୍ବଲପୁର, ମୟୂରଭଞ୍ଜ ଏବଂ କେନ୍ଦୁଝରରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031