Legatus

ଆଜି ହେଉଛି ପବିତ୍ର ଗହ୍ମା ପୂର୍ଣ୍ଣିମା ତଥା ରକ୍ଷା ବନ୍ଧନ

 Breaking News

ଆଜି ହେଉଛି ପବିତ୍ର ଗହ୍ମା ପୂର୍ଣ୍ଣିମା ତଥା ରକ୍ଷା ବନ୍ଧନ

ଆଜି ହେଉଛି ପବିତ୍ର ଗହ୍ମା ପୂର୍ଣ୍ଣିମା ତଥା ରକ୍ଷା ବନ୍ଧନ
August 19
11:01 2024

ଭୁବନେଶ୍ୱର, ୧୯/୮: ଭାଇ-ଭଉଣୀର ସଂପର୍କକୁ ଅଧିକ ମଜବୁତ କରିଥାଏ ରାକ୍ଷୀ। ଆଜିର ଦିନରେ ଭଉଣୀ, ଭାଇ ହାତରେ ରାକ୍ଷୀ ବାନ୍ଧିଥାଏ ଓ ଭାଇର ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ପ୍ରାର୍ଥନା କରିଥାଏ। ଆଉ ବଦଳରେ ଭାଇ, ତାର ଭଉଣୀକୁ ରକ୍ଷା କରିବାର ସଂକଳ୍ପ ନେଇଥାଏ। ଭାଇ ହାତରେ ରାକ୍ଷୀଟିଏ ବାନ୍ଧିବା ଲାଗି ଭଉଣୀ ବର୍ଷ ସାରା ଅପେକ୍ଷା କରି ରହିଥାଏ ଆଜିର ଦିନକୁ।
ରକ୍ଷା ବନ୍ଧନକୁ ନେଇ ଗାଁଠୁ ସହର ସବୁଠି ଉତ୍ସବର ପରିବେଶ। ଘରେ ଘରେ ପିଠାପଣାର ମହକ। ଏପଟେ ଶ୍ରୀମନ୍ଦିରରେ ମଧ୍ୟ ରକ୍ଷା ବନ୍ଧନ ପର୍ବ ପାଳନ ଲାଗି ସ୍ୱତନ୍ତ୍ର ନୀତିକାନ୍ତି ରହିଛି। ପ୍ରଭୁ ବଳଭଦ୍ର ଓ ଶ୍ରୀଜଗନ୍ନାଥଙ୍କ ହାତରେ ରାକ୍ଷୀ ବାନ୍ଧିବେ ଉଉଣୀ ସୁଭଦ୍ରା। ଏଥିପାଇଁ ପାଟରା ବିଷୋୟୀ ସେବକମାନେ ବାସୁଙ୍ଗା ପାଟରେ ରାକ୍ଷୀ ପ୍ରସ୍ତୁତ କରି ରଖିଛନ୍ତି।
ରାକ୍ଷୀ ପୂର୍ଣ୍ଣିମା ସହ ଆଜି ମଧ୍ୟ ଗହ୍ମା ପୂର୍ଣ୍ଣିମା। ପ୍ରଭୁ ବଳଭଦ୍ରଙ୍କ ଜନ୍ମ ତିଥି। ହଳମୂଷଳ ଧାରଣ କରିଥିବା ବଳଭଦ୍ରଙ୍କୁ ସମ୍ମାନ ଜଣାଇ ଏହିଦିନ ଗୋମାତାଙ୍କୁ ପୂଜା କରାଯାଏ। ସେମାନଙ୍କୁ ଗାଧୋଇ ଦିଆଯାଇ ତାଙ୍କ ଶିଙ୍ଗରେ ରାକ୍ଷୀ ବାନ୍ଧିବା ଏବଂ ପିଠା ଖାଇବାକୁ ଦେବାର ପରମ୍ପରା ରହିଛି।
କୃଷ୍ଣଙ୍କ ବଡ଼ ଭାଇ ଭଗବାନ ବଳରାମ ଏହି ଦିନ ଧରାପୃଷ୍ଠରେ ଅବତୀର୍ଣ୍ଣ ହୋଇଥିଲେ। ତେଣୁ ଏହି ଦିନଟିକୁ ବଳରାମ ଜୟନ୍ତୀ ଭାବେ ମଧ୍ୟ ପାଳନ କରାଯାଇଥାଏ।

About Author

indadmin

indadmin

Related Articles

Archives

Calendar

March 2025
M T W T F S S
 12
3456789
10111213141516
17181920212223
24252627282930
31