Indus Valley Times

ଆଜି ହେଉଛି ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ : ଚଳଚଞ୍ଚଳ ପଶ୍ଚିମ ଓଡ଼ିଶାର ଗାଁଠୁ ସହର

 Breaking News

ଆଜି ହେଉଛି ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ : ଚଳଚଞ୍ଚଳ ପଶ୍ଚିମ ଓଡ଼ିଶାର ଗାଁଠୁ ସହର

ଆଜି ହେଉଛି ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ : ଚଳଚଞ୍ଚଳ ପଶ୍ଚିମ ଓଡ଼ିଶାର ଗାଁଠୁ ସହର
August 28
11:05 2025

ଭୁବନେଶ୍ୱର, ୨୮/୮ : ଆଜି ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଚଳଚଞ୍ଚଳ ପଶ୍ଚିମ ଓଡ଼ିଶାର ଗାଁଠୁ ସହର। ନୀତି ନିର୍ଘଣ୍ଟ ଅନୁସାରେ ମା’ ସମଲେଶ୍ବରୀଙ୍କ ଠାରେ ଲାଗି ହେବ ନବାନ୍ନ।
ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ପୂରା ପରିବାର ଏକାଠି ବସି ନୂଆ ଖାଇବାର ପରମ୍ପରା ରହିଛି। ପୂର୍ବାହ୍ନ ୧୦ଟା ୩୩ ରୁ ୧୦ଟା ୫୫ ମଧ୍ୟମରେ ଅଧିଷ୍ଠାତ୍ରୀ ଦେବୀ ମା ସମଲେଶ୍ବରୀଙ୍କ ନିକଟରେ ଲାଗି ହେବ ନବାନ୍ନ। ଏହା ପରେ ମାଆଙ୍କୁ ଦର୍ଶନ କରିବେ ଶ୍ରଦ୍ଧାଳୁ।
ମାଙ୍କ ପାଇଁ ନବାନ୍ନ ମୁଖ୍ୟ ପୂଜକଙ୍କ ସମେତ ଆଉ ଦୁଇ ପୂଜକଙ୍କ ଘରେ ପ୍ରସ୍ତୁତ ହେଉଛ । ଆଉ ମାତ୍ର କେଇଁ ଘଣ୍ଟାର ଅପେକ୍ଷା। ନୂଆଁଖାଇ ପାଇଁ ପୂରା ପଶ୍ଚିମ ଓଡ଼ିଶା ଉତ୍ସବମୁଖର। ପାରମ୍ପରିକ ନୃତ୍ୟ ବାଦ୍ୟରେ ଦୁଲୁକିବ ଗାଁ ଦାଣ୍ଡ। ବିଭିନ୍ନ ସ୍ଥାନରେ ଭିନ୍ନ ଭିନ୍ନ ସାଂସ୍କୃତି କାର୍ଯ୍ୟକ୍ରମ ପରିବେଷଣ ହେବ।
ପ୍ରଥମେ ମା ସମଲେଶ୍ବରୀଙ୍କ ମନ୍ଦିରରୁ ମାଙ୍କ ଭୋଗ ନେବା ପରେ ସପରିବାର ଖାଇବେ ନୂଆଁ। ପରେ ବଡଙ୍କ ଆଶୀର୍ବାଦ ନେବେ ସାନ। ବିଭିନ୍ନ ସ୍ଥାନରେ ଆୟୋଜିତ ହୋଇଛି ଭେଟଘାଟ କାର‌୍ୟ୍ୟକ୍ରମ। ର୍ପୂବରୁ ଦୂରଦୁରାନ୍ତରେ ରହିଥିବା ପରିବାର ସଦସ୍ୟ ଓ ସମ୍ପର୍କୀୟ ନୂଆଖାଇ ପାଇଁ ଘରେ ପହଞ୍ଚିସାରିଛନ୍ତି।

About Author

indadmin

indadmin

Related Articles

Archives

Calendar

March 2026
M T W T F S S
 1
2345678
9101112131415
16171819202122
23242526272829
3031