Indus Valley Times

ଆମେ ହାରିନାହୁଁ କି ଲୋକଙ୍କ ବିଶ୍ୱାସ ବି ହରାଇ ନାହୁଁ: ନବୀନ ପଟ୍ଟନାୟକ

 Breaking News

ଆମେ ହାରିନାହୁଁ କି ଲୋକଙ୍କ ବିଶ୍ୱାସ ବି ହରାଇ ନାହୁଁ: ନବୀନ ପଟ୍ଟନାୟକ

December 26
17:45 2024

ଭୁବନେଶ୍ୱର, ୨୬/୧୨: ବିଜେଡି ପ୍ରତିଷ୍ଠା ଦିବସରେ ବିରୋଧି ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ନିଜର ଅବିଭାଷଣ ରଖିଛନ୍ତି। ନବୀନ କହିଛନ୍ତି, ଆଜିର ଦିନରେ ବିଜୁ ଜନତା ଦଳ ଜନ୍ମ ନେଇଥିଲା। ବିଜୁ ବାବୁଙ୍କ ଆଦର୍ଶ ଓ ପ୍ରେରଣାକୁ ସାଥିରେ ନେଇ ବିଜୁ ପ୍ରେମୀମାନେ ବିଜୁ ଜନତା ଦଳ ଗଠନ କରିଥିଲେ। ସେତେବେଳେ ବହୁ ଲୋକ କହିଥିଲେ ଏଥର ବିଜେଡି ଆଗକୁ ବଢିପାରିବ ନାହିଁ କି ସଫଳ ହେବ ନାହିଁ। ଆଉ ମୋତେ ମଧ୍ୟ କହିଥିଲେ ମୁଁ ରାଜନୀତି କରିପାରିବି ନାହିଁ। ହେଲେ ପରିଶ୍ରମ ଏବଂ ଓଡ଼ିଶାବାସୀଙ୍କ ଆଶୀର୍ବାଦ ଯୋଗୁ ବିଜେଡି ୫ ଥର ନିର୍ବାଚନ ଜିତି ଆପଣମାନଙ୍କ ସେବା କରିବାକୁ ସୁଯୋଗ ପାଇଛି।
ସମସ୍ତଙ୍କ ମନରେ ପ୍ରଶ୍ନ ଥିବ ବିଜେଡି କାହିଁକି ହାରିଲା? ଏହି ପ୍ରଶ୍ନର ଉତ୍ତର ଦେଇ ନବୀନ କହିଛନ୍ତି। ଆମେ ହାରିନାହୁଁ କି ଲୋକଙ୍କ ବିଶ୍ୱାସ ବି ହରାଇ ନାହୁଁ । ଭାଜପା ମିଛ ପ୍ରତିଶ୍ରୁତି ଦେଇ, ଲୋକଙ୍କୁ ଭୁଆଁ ବୁଲାଇ କ୍ଷମତାକୁ ଆସିଛି। ଏତେ ମିଛ କହି ମଧ୍ୟ ଭାଜପା ଆମଠୁ କମ ଭୋଟ ପାଇଛି । ଠାକୁର ଘରେ କିଏ ନା ମୁଁ କଦଳୀ ଖାଇନି, ଏମିତି କହି ଭାଜପା ଉପରେ ବର୍ଷିଛନ୍ତି ବିଜେଡି ସୁପ୍ରିମୋ।
ସେ ଆହୁରି କହିଛନ୍ତି, ଆମର ଭୁଲ ହେଲା, ଭାଜପା ମିଛକୁ ଆମେ ଠିକ ଭାବେ କାଉଣ୍ଟର କରିପାରିଲୁ ନାହିଁ । ଆଜି ଲୋକେ ଜାଣିଲେଣି ଭାଜପା ମିଛ କଥା କହି କ୍ଷମତା ଦଖଲ କରିଛି ।
ବର୍ତ୍ତମାନର ସରକାର ଲୋକଙ୍କୁ ବଡ ଉପହାର ଦେଇଛନ୍ତି । ତାହା ହେଉଛି ଦରଦାମ ବୃଦ୍ଧି । ଡାଲି, ଚାଉଳଠୁ ନେଇ, ତେଲ ଓ ପନିପରିବା ସବୁଥିରେ ଦର ବୃଦ୍ଧି ଘଟିଛି। ପ୍ରତି ପରିବାର ଆଜି କାନ୍ଦୁଛି । ଧାନ କିଣା ବିକା ନେଇ ଚାଷୀ କାନ୍ଦୁଛି । ମିଶନ ଶକ୍ତି ମା’ ମାନେ ଦୁଃଖରେ ଅଛନ୍ତି । କିନ୍ତୁ କୁମ୍ଭକର୍ଣ୍ଣ ନିଦରେ ଶୋଇଛି ଏ ସରକାର ବୋଲି ନବୀନ କହିଛନ୍ତି।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031