Indus Valley Times

ଆଳୁ ଗୋଦାମରେ ସ୍ଥିତି ପରଖିଲେ ଯୋଗାଣ ମନ୍ତ୍ରୀ: କହିଲେ- ଚଢ଼ା ଦରରେ ବିକିଲେ ହେବ କାର୍ଯ୍ୟାନୁଷ୍ଠାନ

 Breaking News

ଆଳୁ ଗୋଦାମରେ ସ୍ଥିତି ପରଖିଲେ ଯୋଗାଣ ମନ୍ତ୍ରୀ: କହିଲେ- ଚଢ଼ା ଦରରେ ବିକିଲେ ହେବ କାର୍ଯ୍ୟାନୁଷ୍ଠାନ

ଆଳୁ ଗୋଦାମରେ ସ୍ଥିତି ପରଖିଲେ ଯୋଗାଣ ମନ୍ତ୍ରୀ: କହିଲେ- ଚଢ଼ା ଦରରେ ବିକିଲେ ହେବ କାର୍ଯ୍ୟାନୁଷ୍ଠାନ
July 26
17:39 2024

ଭୁବନେଶ୍ୱର,୨୬/୭: ଆଳୁ ଗାଡ଼ି ଫେରିଯିବା ଦୁର୍ଭାଗ୍ୟଜନକ ବୋଲି ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି। ମନ୍ତ୍ରୀ କହିଛନ୍ତି, ପଶ୍ଚିମବଙ୍ଗ ଆଳୁ ନ ଦେଲେ ଆମେ ଉତ୍ତର ପ୍ରଦେଶରୁ ଆଣିବ।
ପଶ୍ଚିମବଙ୍ଗ ସରକାରଙ୍କ ଏଭଳି ନିଷ୍ପତ୍ତି ନେଇ ତାଙ୍କ ସହ ଆଲୋଚନା କରିବୁ। ପଶ୍ଚିମବଙ୍ଗ ଯଦି ଆଳୁ ନ ଦିଏ, ଖୁବ ଶୀଘ୍ର ୟୁପିରୁ ଆଳୁ ଆଣିବୁ। ଅନ୍ୟପଟେ ୩୨ ଟଙ୍କାରୁ ଅଧିକରେ ଆଳୁ ବିକିଲେ କାର‌୍ୟ୍ୟାନୁଷ୍ଠାନ ହେବ ବୋଲି ମନ୍ତ୍ରୀ କହିଛନ୍ତି।
ସୂଚନାଯୋଗ୍ୟ, ଓଡ଼ିଶା ସୀମାରେ ଅଟକିଥିବା ଆଳୁଟ୍ରକ ଆଜି ପଶ୍ଚିମବଙ୍ଗ ଫେରିଯାଇଛି। ଶତାଧିକ ଆଳୁ ଟ୍ରକ ରପ୍ତାନୀ ଅନୁମତି ନ ପାଇ ପଛକୁ ଫେରିଯାଇଥିବା ଜଣାପଡିଛି।ସୁନାକଣିଆ ନିକଟରେ ପଶ୍ଚିମବଙ୍ଗ ପୋଲିସ ଆଳୁ ଟ୍ରକ ଅଟକାଇଥିଲା।
ଦିନକୁ ଦିନ ବଢିଚାଲିଛି ଦର। ପଶ୍ଚିମବଙ୍ଗରୁ ଆଳୁ ଆମଦାନି ହେଉ ନଥିବାରୁ ଦର ବଢୁଥିବା ବ୍ୟବସାୟୀ କହିଛନ୍ତି। ଏହି ସମୟରେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଆଜି ଭୁବନେଶ୍ବର ଆଳୁ ଗୋଦାମ ତଦାରଖ କରିଛନ୍ତି। ମନ୍ତ୍ରୀ କହିଛନ୍ତି ରାଜ୍ୟରେ ୭ଦିନ ପର୍ଯ୍ୟନ୍ତ ଆଳୁ ଗଚ୍ଛିତ ହୋଇ ରହିଛି ।
ଏବେ ଆଳୁ ୨୦ରୁ ୨୨ ଟଙ୍କାରେ କିଣାଯାଉଛି। ବ୍ୟବସାୟୀ ୫ରୁ ୭ଟଙ୍କା ଲାଭ ରଖି ବିକିବା କଥା। ହେଲେ ୪୫ରୁ ୫୦ ଟଙ୍କାରେ କାହିଁକି ବିକ୍ରି ହେଉଛି ତାହା ସମୀକ୍ଷା କରାଯାଉଛି। ଶୀତଳଭଣ୍ଡାରରେ ଆଳୁ ରଖି କଳାବଜାରୀ କଲେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମନ୍ତ୍ରୀ କହିଛନ୍ତି।

About Author

indadmin

indadmin

Related Articles

Archives

Calendar

July 2026
M T W T F S S
 12345
6789101112
13141516171819
20212223242526
2728293031