Indus Valley Times

ଆସନ୍ତା ୧୭ତାରିଖରେ ମିଳିବ ସୁଭଦ୍ରା’ ଯୋଜନାର ପ୍ରଥମ କିସ୍ତି : ଏଯାବତ ୫୦ ଲକ୍ଷ ପଞ୍ଜୀକରଣ

 Breaking News

ଆସନ୍ତା ୧୭ତାରିଖରେ ମିଳିବ ସୁଭଦ୍ରା’ ଯୋଜନାର ପ୍ରଥମ କିସ୍ତି : ଏଯାବତ ୫୦ ଲକ୍ଷ ପଞ୍ଜୀକରଣ

ଆସନ୍ତା ୧୭ତାରିଖରେ ମିଳିବ ସୁଭଦ୍ରା’ ଯୋଜନାର ପ୍ରଥମ କିସ୍ତି : ଏଯାବତ ୫୦ ଲକ୍ଷ ପଞ୍ଜୀକରଣ
September 14
16:56 2024

ଭୁବନେଶ୍ୱର,୧୪/୯: ଆସନ୍ତା ୧୭ରେ ମହିଳାଙ୍କ ଆକାଉଣ୍ଟକୁ ଯିବ ‘ସୁଭଦ୍ରା’ ଯୋଜନାର ପ୍ରଥମ କିସ୍ତି। ଏଯାବତ୍ ୫୦ ଲକ୍ଷରୁ ଊର୍ଦ୍ଧ୍ୱ ମହିଳା ପଞ୍ଜୀକରଣ କରିସାରିଲେଣି।ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏ ନେଇ ସୂଚନା ଦେଇଛନ୍ତି। ୧୫ ସୁଦ୍ଧା ଆବେଦନ କରିଥିବା ହିତାଧିକାରୀଙ୍କୁ ୧୭ରେ ପ୍ରଥମ କିସ୍ତି ମିଳିବ । ରବିବାର ରାଜ୍ୟବ୍ୟାପୀ ୧୦ ହଜାର ରାଜସ୍ବ ଗାଁରେ ସୁଭଦ୍ରା ପଦଯାତ୍ରା ହେବ। ଭୁବନେଶ୍ୱରରେ ଗିରିଦୁର୍ଗା ମନ୍ଦିରରୁ ରମାଦେବୀ ଯାଏଁ ସୁଭଦ୍ରା ପଦଯାତ୍ରା ହେବ।
ଅନ୍ୟପକ୍ଷେ ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀଙ୍କ ଲୋକାର୍ପଣ ଓ ଶିଳାନ୍ୟାସ କାର୍ଯ୍ୟକ୍ରମ ଚୂଡ଼ାନ୍ତ ହୋଇଛି। ସୁଭଦ୍ରାର ଶୁଭାରମ୍ଭ ସହ ଏକାଧିକ ପ୍ରକଳ୍ପର ଶିଳାନ୍ୟାସ କରିବେ। ଗୋଟିଏ ସ୍କିମରେ ସବୁଠୁ ବେଶୀ ମହିଳା ଉପକୃତ ଯୋଜନା ହେଉଛି ‘ସୁଭଦ୍ରା’। ଓଡ଼ିଶାର ୧ କୋଟିରୁ ଊର୍ଦ୍ଧ୍ୱ ମହିଳା ‘ସୁଭଦ୍ରା’ର ସୁଫଳ ପାଇବେ।
ଏହା ସହ ଭୁବନେଶ୍ୱରରେ ୨୮୦୦ କୋଟିର ରେଲ ପ୍ରକଳ୍ପର ଶିଳାନ୍ୟାସ କରିବେ। ୧ ହଜାର କୋଟିର ନ୍ୟାସନାଲ ହାଇୱେ ପ୍ରକଳ୍ପ ଶିଳାନ୍ୟାସ କାର୍ଯ୍ୟର‌୍ୟ୍ୟକ୍ରମ ରାହିଛି। ଦେଶର ୧୩ ଲକ୍ଷ ଚଗଇଣ-ଏ ହିତାଧିକାରୀଙ୍କ ପ୍ରଥମ କିସ୍ତି ରିଲିଜ କରିବା ସହ। ୧୪ଟି ରାଜ୍ୟର ଚଗଇଣ-ଏ ହିତାଧିକାରୀ ଏହାର ଉପକାର ପାଇବେ।

About Author

indadmin

indadmin

Related Articles

Archives

Calendar

December 2024
M T W T F S S
 1
2345678
9101112131415
16171819202122
23242526272829
3031