Indus Valley Times

ଉଗ୍ର ରୂପ ନେଲା ସାମାନ୍ୟ ବଚସା, ଯୁବକଙ୍କୁ ଗୁଳିମାଡ଼ କରି ଚମ୍ପଟ ମାରିଲେ ଦୁର୍ବୃତ୍ତ

 Breaking News

ଉଗ୍ର ରୂପ ନେଲା ସାମାନ୍ୟ ବଚସା, ଯୁବକଙ୍କୁ ଗୁଳିମାଡ଼ କରି ଚମ୍ପଟ ମାରିଲେ ଦୁର୍ବୃତ୍ତ

ଉଗ୍ର ରୂପ ନେଲା ସାମାନ୍ୟ ବଚସା, ଯୁବକଙ୍କୁ ଗୁଳିମାଡ଼ କରି ଚମ୍ପଟ ମାରିଲେ ଦୁର୍ବୃତ୍ତ
November 04
11:52 2024

ରାଉରକେଲା, ୩/୧୧ : ସାମାନ୍ୟ ବଚସା ନେଲା ଉଗ୍ର ରୂପ। ଯୁବକଙ୍କୁ ଗୁଳିମାଡ଼ କରି ଚମ୍ପଟ ମାରିଲେ ଦୁର୍ବୃତ୍ତ। ଏପରି ଘଟଣା ଘଟିଛି ରାଉରକେଲାର ଟ୍ରାଫିକ ଗେଟ୍ ମାର୍କେଟରେ। ଆହତ ଯୁବକ ଅଭ୍ୟାସ ରାୟଙ୍କୁ ଉଦ୍ଧାର କରାଯାଇ ଆରଜିଏଚ୍‌ରେ ଭର୍ତ୍ତି କରାଯାଇଛି।
ଆଜି ସକାଳେ ରାଉରକେଲା ଟ୍ରାଫିକ ଗେଟ୍ ମାର୍କେଟ ନିକଟରେ କୌଣସି କଥାକୁ ନେଇ ୨ରୁ୩ ଜଣ ଯୁବକଙ୍କ ସହ ସଂପୃକ୍ତ ଯୁବକଙ୍କର ବଚସା ହୋଇଥିଲା।
ପରେ ଏହି ବଚସା ଉଗ୍ରରୂପ ନେଇଥିଲା। ପରେ ଦୁର୍ବୃତ୍ତମାନେ ଯୁବକଙ୍କ ଉପରକୁ ଗୁଳିମାଡ଼ କରି ଫେରାର ମାରିଥିଲେ। ସେଠାରେ ଉପସ୍ଥିତ ଥିବା ସ୍ଥାନୀୟ ଲୋକେ ଯୁବକଙ୍କୁ ଉଦ୍ଧାର କରି ଆରଜିଏଚ୍‌ରେ ଭର୍ତ୍ତି କରିଥିଲେ। ଅଭ୍ୟାସଙ୍କ ଉପରକୁ ଦୁଇ ରାଉଣ୍ଡ ଗୁଳିମାଡ଼ ହୋଇଥିବା ସନ୍ଦେହ କରଯାଉଛି।
ତେବେ କେଉଁ କାରଣ ପାଇଁ ଦୁର୍ବୃତ୍ତମାନେ ଯୁବକଙ୍କ ଉପରକୁ ଗୁଳିମାଡ଼ କଲେ ତାହା ଜଣାପଡ଼ି ନାହିଁ। ପୁଲିସ ଖୋକା ଜବତ କରିବା ସହ ଘଟଣାର ତଦନ୍ତ କରୁଛି।

About Author

indadmin

indadmin

Related Articles

Archives

Calendar

June 2026
M T W T F S S
1234567
891011121314
15161718192021
22232425262728
2930