Indus Valley Times

ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାଶ ଙ୍କ ପବିତ୍ର ଜନ୍ମଜୟନ୍ତୀ ଅବସରରେ ସ୍ଥାନୀୟ ରାମକୃଷ୍ଣ ଆଦର୍ଶ ବିଦ୍ୟାଳୟ ପରିସରରେ ସ୍ଥାପିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତି ରେ ଜିଲ୍ଲା କଂଗ୍ରେସ ସଭାପତି ଭକ୍ତିପୂତ ଶ୍ରଦ୍ଧାସୁମନ ଅର୍ପଣ

 Breaking News

ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାଶ ଙ୍କ ପବିତ୍ର ଜନ୍ମଜୟନ୍ତୀ ଅବସରରେ ସ୍ଥାନୀୟ ରାମକୃଷ୍ଣ ଆଦର୍ଶ ବିଦ୍ୟାଳୟ ପରିସରରେ ସ୍ଥାପିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତି ରେ ଜିଲ୍ଲା କଂଗ୍ରେସ ସଭାପତି ଭକ୍ତିପୂତ ଶ୍ରଦ୍ଧାସୁମନ ଅର୍ପଣ

October 09
20:55 2025

ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟ
ନୟାଗଡ଼ , ୯/୧୦ : ପ୍ରଦେଶ କଂଗ୍ରେସ କମିଟି ପ୍ରଥମ ସଭାପତି, ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ଏବଂ “ସମାଜ” ଖବରକାଗଜ ଏବଂ ଲୋକସେବକ ମଣ୍ଡଳ ପ୍ରତିଷ୍ଠାତା ଅଧ୍ୟକ୍ଷ ପୁଣ୍ୟାତ୍ମା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାଶ ଙ୍କ ପବିତ୍ର ଜନ୍ମଜୟନ୍ତୀ ଅବସରରେ ସ୍ଥାନୀୟ ରାମକୃଷ୍ଣ ଆଦର୍ଶ ବିଦ୍ୟାଳୟ ପରିସରରେ ସ୍ଥାପିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତି ରେ ଜିଲ୍ଲା କଂଗ୍ରେସ ସଭାପତି ତଥା ବରିଷ୍ଠ ଆଇନଜୀବୀ ଶ୍ରୀ ରଣଜିତ ଦାଶ ଫୁଲ ଚନ୍ଦନ ସହ ମାଲ୍ୟାର୍ପଣ କରି ଭକ୍ତିପୂତ ଶ୍ରଦ୍ଧାସୁମନ ଅର୍ପଣ କରିଛନ୍ତି ।
ଏହି ପୂଜ୍ୟପୂଜା କାର୍ଯ୍ୟକ୍ରମ ରେ ନୟାଗଡ ବ୍ଲକ କଂଗ୍ରେସ ସଭାପତି ଶ୍ରୀ ଫକୀର ଚରଣ ମଲ୍ଲ, ଜିଲ୍ଲା ଯୁବ କଂଗ୍ରେସ ପୂର୍ବତନ ସଭାପତି ଶ୍ରୀ ପୀତବାସ ଖୁଣ୍ଟିଆ ଙ୍କ ସମେତ ରାମକୃଷ୍ଣ ଆଦର୍ଶ ଶିକ୍ଷକେନ୍ଦ୍ର ପ୍ରତିଷ୍ଠାତା ଅଧ୍ୟକ୍ଷ୍ୟ ଶ୍ରୀ ଶ୍ରୀଧର ସାହୁ, ରୋଟାରୀଆନ ଧୀରେନ୍ଦ୍ର କୁମାର ପଟ୍ଟନାୟକ, ବରିଷ୍ଠ ଆଇନଜୀବୀ ଲଷ୍ମୀଧର ରାଉତରାୟ, ବରିଷ୍ଠ ସାମ୍ବାଦିକ ଶୁଭେନ୍ଦୁ ଦାସ ଏବଂ ଶିକ୍ଷାନୁଷ୍ଠାନ ର ଶିକ୍ଷକ ଶିକ୍ଷୟତ୍ରୀ ମାନେ ଉପସ୍ଥିତ ରହି ପୁଣ୍ୟାତ୍ମା ଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ ।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031