Indus Valley Times

ଉପରମୁଣ୍ଡରେ ବଢୁଛି ଜଳସ୍ତର, ଖୋଲିଲା ହୀରାକୁଦର ୪ଟି ଗେଟ୍

 Breaking News

ଉପରମୁଣ୍ଡରେ ବଢୁଛି ଜଳସ୍ତର, ଖୋଲିଲା ହୀରାକୁଦର ୪ଟି ଗେଟ୍

ଉପରମୁଣ୍ଡରେ ବଢୁଛି ଜଳସ୍ତର, ଖୋଲିଲା ହୀରାକୁଦର ୪ଟି ଗେଟ୍
August 23
11:44 2025

ସମ୍ବଲପୁର, ୨୩/୮ : ହୀରାକୁଦ ଡ୍ୟାମର ୪ଟି ଗେଟ୍ ଖୋଲିଛି। ଏବେ ବାମ ପାର୍ଶ୍ବର ୩ଟି ଓ ଡାହାଣ ପାର୍ଶ୍ବର ଗୋଟିଏ ଗେଟ୍ ଖୋଲାଯାଇଛି। ହୀରାକୁଦରୁ ଏହିସବୁ ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଥିବା ଜଣାଯାଇଛି। ଲଗାଣ ବର୍ଷା ହେତୁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଉଥିବା ହେତୁ ଏଭଳି ପଦକ୍ଷେପ ନିଆଯାଇଛି।
ସୂଚନାଯୋଗ୍ୟ, ହୀରାକୁଦର ଜଳସ୍ତର ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ଜଳସ୍ତର ୩ ଫୁଟ୍ ବଢ଼ିଛିଜ୍ଝ ବର୍ତ୍ତମାନ ହୀରାକୁଦର ଜଳସ୍ତର ୬୨୦.୧୦ ଫୁଟ୍ ରହିଛିଜ୍ଝ ଡ୍ୟାମକୁ ୨,୪୩,୮୩୧ କ୍ୟୁସେକ୍ ଜଳ ପ୍ରବେଶ କରୁଥିବା ବେଳେ ୩୬,୦୫୪ କ୍ୟୁସେକ୍ ଜଳ ନିଷ୍କାସିତ ହେଉଛି ଜ୍ଝ କ୍ୟାଚମେଣ୍ଟ ଅଞ୍ଚଳରେ ପ୍ରବଳ ବର୍ଷା ପାଇଁ ଆଜି ହୀରାକୁଦ ଗେଟ ଖୋଲିଛି।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031