Indus Valley Times

ଏସ୍ଆଇ ପରୀକ୍ଷା ଦୁର୍ନୀତି ମାମଲା, ପ୍ରାଥମିକ ଚାର୍ଜସିଟ୍ ଦାଖଲ କଲା ସିବିଆଇ

 Breaking News

ଏସ୍ଆଇ ପରୀକ୍ଷା ଦୁର୍ନୀତି ମାମଲା, ପ୍ରାଥମିକ ଚାର୍ଜସିଟ୍ ଦାଖଲ କଲା ସିବିଆଇ

ଏସ୍ଆଇ ପରୀକ୍ଷା ଦୁର୍ନୀତି ମାମଲା, ପ୍ରାଥମିକ ଚାର୍ଜସିଟ୍ ଦାଖଲ କଲା ସିବିଆଇ
December 29
13:10 2025

ଭୁବନେଶ୍ୱର, ୨୯/୧୨ : ବହୁ ଚର୍ଚ୍ଚିତ ଓଡ଼ିଶା ପୋଲିସ ସବ୍ଇନସ୍ପେକ୍ଟର ପରୀକ୍ଷା ଜାଲିଆତି ମାମଲାରେ ସିବିଆଇ ତାର ପ୍ରାଥମିକ ଚାର୍ଜସିଟ୍ ଦାକଳ କରିଛନ୍ତି ।
ଚାର୍ଜସିଟରେ ୧୬ ଜଣଙ୍କ ବିରୋଧରେ ତଥ୍ୟ ପ୍ରମାଣ ସହିତ ଚାର୍ଜସିଟ୍ ଦାଖଲ ହୋଇଛି । ମାଷ୍ଟରମାଇଣ୍ଡ କୁହାଯାଉଥିବା ଶଙ୍କର ପୃଷ୍ଟି, ସିଲିଟେକ୍ ଲ୍ୟାବ୍ ପ୍ରାଇଭେଟ୍ ଲିମିଟେଡର ସୁରେଶ ନାୟକ, ସୁରେଶଚନ୍ଦ୍ର ନାୟକ, ମୁଖ୍ୟ ଦଲାଲ ଅରବିନ୍ଦ ଦାସ ଓ ମୁନା ମହାନ୍ତି, ବିଶ୍ୱରଞ୍ଜନ ବେହେରା, ଶ୍ରୀକାନ୍ତ ମହାରଣା, ଏ. ଅଭିମନ୍ୟୁ ଦୋରା, ପ୍ରିୟଦର୍ଶନୀ ସାମଲ, ବିରଞ୍ଚି ନାୟକ, ନୀତିଶ କୁମାର ଓ ଅମିତ ଭାରତୀ ପ୍ରମୁଖଙ୍କ ନାମ ସାମିଲ ରହିଛି ।
ଡିସେମ୍ବର ୨୯ ତାରିଖ ସୁଦ୍ଧା ଚାର୍ଜସିଟ୍ ଦାଖଲ କରିବାକୁ ସିବିଆଇକୁ ନିର୍ଦ୍ଦେଶ ରହିଥିଲା । ସେଥିପାଇଁ ଡିସେମ୍ବର ୨୬ ତାରିଖରେ ସିବିଆଇ ପ୍ରାଥମିକ ଚାର୍ଜସିଟ୍ ଦାଖଲ କରିଛି । ଏହି ମାମଲାରେ ଆହୁରି ଅନେକ ବ୍ୟକ୍ତିଙ୍କ ସମ୍ପୃକ୍ତି ଥାଇପାରେ ।
ଆଗାମୀ ଦିନରେ ତଦନ୍ତରେ ସ୍ପଷ୍ଟ ହେବ ବୋଲି ସିବିଆଇ କହିଛନ୍ତି । ଚାର୍ଜସିଟରେ ଥିବା ୧୬ ଜଣ ଅଭିଯୁକ୍ତଙ୍କ ମଧ୍ୟରୁ ୯ ଜଣଙ୍କୁ ରାଜ୍ୟ ପୋଲିସର କ୍ରାଇମବ୍ରାଞ୍ଚ ଟିମ୍ ଗିରଫ କରିଥିଲା ଏବଂ ୭ ଅଭିଯୁକ୍ତଙ୍କୁ ସିବିଆଇ ଗିରଫ କରିଥିଲା ।
ଓଡିଶା ପୋଲିସ ସବ୍‌ଇନ୍‌ସପେକ୍ଟର ନିଯୁକ୍ତି ପରୀକ୍ଷାରେ ବ୍ୟାପକ ଅନିୟମିତତା ଓ ଦୁର୍ନୀତିର ଅଭିଯୋଗ ହୋଇଥିଲା। ଏହାର ତଦନ୍ତ ଭାର କ୍ରାଇମ ବ୍ରାଞ୍ଚ ସି.ଆଇ.ଡିକୁ ଦିଆଯାଇଛି। ବର୍ତ୍ତମାନ ପର‌୍ୟ୍ୟନ୍ତ ହୋଇଥିବା ଅନୁସନ୍ଧାନରୁ ଜଣାଯାଇଛି ଯେ ଏହି ଦୁର୍ନୀତିର ଚେର ଆନ୍ଧ୍ରପ୍ରଦେଶ ଓ ପଶ୍ଚିମବଙ୍ଗ ସହିତ ଅନ୍ୟାନ୍ୟ ରାଜ୍ୟକୁ ମଧ୍ୟ ବ୍ୟାପି ଥାଇପାରେ ।
ଏହା ସହିତ ଏହି ଦୁର୍ନୀତିରେ ଆନ୍ତ-ରାଜ୍ୟ ସଂଗଠିତ କ୍ରିମିନାଲ ଗ୍ୟାଙ୍ଗର ସଂପୃକ୍ତି ଥିବା ନେଇ ମଧ୍ୟ ସନ୍ଦେହ କରାଯାଉଛି । ଅକ୍ଟୋବର ୨୩ ତାରିଖରେ ଦୃଷ୍ଟାନ୍ତମୂଳକ ଦଣ୍ଡବିଧାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ତଦନ୍ତ ଭାର କେନ୍ଦ୍ରୀୟ ତଦନ୍ତ ସଂସ୍ଥା ବା ସିବିଆଇକୁ ଦେବାକୁ ନିଷ୍ପତ୍ତି ନେଇଥିଲେ । ଅକ୍ଟୋବର ୨୭ରେ ସିବିଆଇ ତଦନ୍ତ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଥିଲା ।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031