Indus Valley Times

ଏହି ୫ ଜିଲାକୁ ପ୍ରବଳ ବର୍ଷା, ହାଇଆଲର୍ଟ ଜାରି

 Breaking News

ଏହି ୫ ଜିଲାକୁ ପ୍ରବଳ ବର୍ଷା, ହାଇଆଲର୍ଟ ଜାରି

ଏହି ୫ ଜିଲାକୁ ପ୍ରବଳ ବର୍ଷା, ହାଇଆଲର୍ଟ ଜାରି
August 01
14:35 2024

ଭୁବନେଶ୍ୱର,୧/୮:ଝାଡ଼ଖଣ୍ଡ ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳ ଉପରେ ରହିଥିବା ଘୂର୍ଣ୍ଣିବଳୟ ସହ ସକ୍ରିୟ ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା। କେଉଁଠି ଝିପିଝିପି ତ ଆଉ କେଉଁଠି ମୂଷଳଧାରରେ ବର୍ଷୁଛି। ମେଘୁଆ ପାଗ ସାଙ୍ଗକୁ ତୁହାକୁ ତୁହା ଲାଗି ରହିଛି ବର୍ଷା। ଆଜି ୫ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ପାଣିପାଗକେନ୍ଦ୍ରର ସୂଚନା ଅନୁସାରେ, ଆଜି ଅନୁଗୋଳ, ବୌଦ୍ଧ, ନୟାଗଡ଼, ଢେଙ୍କାନାଳ ଓ କଟକ ଜିଲ୍ଲାର କେତେକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର‌୍ୟ୍ୟନ୍ତ ବର୍ଷା ହୋଇପାରେ।
ସେହିପରି ସୁନ୍ଦରଗଡ଼, ଦେବଗଡ଼, ସମ୍ୱଲପୁର, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, ନବରଙ୍ଗପୁର,କୋରାପୁଟ, ମାଲକାନଗିରି, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ କେତେକ ଅଞ୍ଚଳରେ ପ୍ରବଳ ବର୍ଷା ହେବ। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର‌୍ୟ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି ଆସନ୍ତାକାଲି ଶୁକ୍ରବାର ମୟୂରଭଞ୍ଜ,କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ଦେବଗଡ଼ ଓ ଅନୁଗୋଳ ଜିଲ୍ଲାର କେତେକ ଅଞ୍ଚଳରେ ପ୍ରବଳ ବର୍ଷା ହେବ। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର‌୍ୟ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଗତ ୨୪ଘଣ୍ଟାରେ ମୟୂରଭଞ୍ଜ ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ରେକର୍ଡ କରିଛି ପାଣିପାଗ କେନ୍ଦ୍ର । ବାରିପଦାରେ ସର୍ବାଧିକ ୧୫୬.୬ ମିଲିମିଟର ବର୍ଷା ହୋଇଛି।
ସୂଚନାଯୋଗ୍ୟ, ରାଜ୍ୟରେ କିଛି ଦିନ ହେବ ବର୍ଷା ଲାଗି ରହିଛି। ଲଗାଣ ବର୍ଷା ଯୋଗୁ ନଦୀ ଗୁଡ଼ିକ ଫୁଲିବା ସହ ପାହାଡିଆ ଅଞ୍ଚଳରେ ଭୂସ୍ଖଳନ ହୋଇଛି। ଏଥିସହ ତଳିଆ ଅଞ୍ଚଳରେ ବିଭିନ୍ନ ଗାଁକୁ ଯୋଗାଯୋଗ ବିଚ୍ଛନ୍ନ ହୋଇଥିବା ଖବର ରହିଛି।

About Author

indadmin

indadmin

Related Articles

Archives

Calendar

June 2026
M T W T F S S
1234567
891011121314
15161718192021
22232425262728
2930